Posted inଜାତୀୟ

ଲୋକ ସଭା ନିର୍ବାଚନ ପରେ କଂଗ୍ରେସ ସହିତ ମେଣ୍ଟକୁ ନେଇ ଏଏପି କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୬।୬: ଆମ ଆଦମୀ ପାର୍ଟି ନିଷ୍ପତ୍ତି ନେଇଛି ଯେ ଏଏପି ଏକାକୀ ଦିଲ୍ଲୀ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବ। ଦଳର ବରିଷ୍ଠ ନେତା ଗୋପାଳ ରାୟ କହିଛନ୍ତି, ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ସହ ମେଣ୍ଟ ହୋଇଥିଲା। ଆମେ ଏକକୀ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବୁ। ଦଳ ଏହି ନିଷ୍ପତ୍ତି ନେଇଛି ଯେଉଁ ସମୟରେ ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଜେଲରେ ଅଛନ୍ତି।

ଦିଲ୍ଲୀରେ ଆମ ଆଦମୀ ପାର୍ଟି ଏବଂ କଂଗ୍ରେସ ମେଣ୍ଟ ଅଧୀନରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ଦିଲ୍ଲୀ ବ୍ୟତୀତ ଗୁଜରାଟ, ହରିୟାଣା ଏବଂ ଚଣ୍ଡିଗଡ଼ରେ ମଧ୍ୟ ଲୋକ ସଭା ନିର୍ବାଚନ ପାଇଁ ମେଣ୍ଟ ହୋଇଥିଲା। ଦିଲ୍ଲୀ, ଗୁଜରାଟ ଏବଂ ହରିୟାଣାରେ ଆମ ଆଦମୀ ପାର୍ଟି ଗୋଟିଏ ବି ଆସନ ଜିତି ନାହିଁ। ଦଳ ପଞ୍ଜାବରେ ଏକାକୀ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲା। ସେଠାରେ ଏଏପି ତିନୋଟି ଲୋକ ସଭା ଆସନ ଜିତିଛି। ଏହା ସହିତ ଗୋପାଳ ରାୟ କହିଛନ୍ତି, ଆଜି ବିଧାୟକଙ୍କ ସହ ଏକ ବୈଠକ ହୋଇଛି। ଆସନ୍ତାକାଲି ସମସ୍ତ କାଉନସିଲରଙ୍କ ସହ ଏକ ବୈଠକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ସ୍ତ୍ରୀଙ୍କ ସହ ଟପ ମାଓବାଦୀ ନେତା ନିଖିଲକଲେ ଆତ୍ମସମର୍ପଣ

ରାୟଗଡ଼ା,୬।୨(ଆଶିଷ ରଞ୍ଜନ ପଣ୍ଡା): ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ…

ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା

କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…

ମହଙ୍ଗା ପଡିଲା ନାବାଳିକାଙ୍କୁ ଗଣବଳାତ୍କାର: ୫ ନାବାଳକଙ୍କୁ ହେଲା…

ବଲାଙ୍ଗୀର,୬।୨ ( ସୁନିଲ କୁମାର ମହାନ୍ତି): ମହଙ୍ଗା ପଡିଲା ସହପାଠିନୀକୁ ଗଣବଳାତ୍କାର କରିବ। ବନ୍ଧାହେଲେ ଛଅ ଜଣ ଅଭିଯୁକ୍ତ । ବାଳସୁଧାର ଗୃହକୁ ପଠାଇଲା ଯୁଭେନାଲ ଜଷ୍ଟିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri