ଶକ୍ତି ସଂରକ୍ଷଣ କରାଗଲେ ଉତ୍ତାପ ବୃଦ୍ଧି ହ୍ରାସ ପାଇବ

ଭୁବନେଶ୍ୱର,୧୪ା୧୨(ବ୍ୟୁରୋ)- ମନୁଷ୍ୟର ଦୈନନ୍ଦିନ ଜୀବନଯାପନ ପାଇଁ ଶକ୍ତିର ଜରୁରୀ ଆବଶ୍ୟକତା ରହିଛି। ପେଟ୍ରୋଲ, ଡିଜେଲ, କୋଇଲା, ଜୈବ ଇନ୍ଧନରୁ ଶକ୍ତି ଉତ୍ପାଦନ ଯୋଗୁ ବହୁ ମାତ୍ରାରେ ଅଙ୍ଗାରକାମ୍ଳ ନିର୍ଗତ ହୋଇ ବାୟୂମୁଣ୍ଡଳକୁ ପ୍ରଦୂଷିତ କରୁଛି। ଫଳରେ ତାପମାତ୍ରା ବୃଦ୍ଧି ପାଉଛି। ଏଥିପ୍ରତି ସଚେତନ ହୋଇ ଶକ୍ତି ସଂରକ୍ଷଣ କଲେ ଉତ୍ତାପ ବୃଦ୍ଧି ହ୍ରାସ ପାଇବ ବୋଲି ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର କହିଛନ୍ତି। ଶନିବାର ସୂଚନା ଭବନରେ ଆୟୋଜିତ ରାଜ୍ୟସ୍ତରୀୟ ଶକ୍ତି ସଂରକ୍ଷଣ ଦିବସ ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗଦେଇ ବିଦ୍ୟୁତ ଶକ୍ତି ସଂରକ୍ଷଣ ଉପରେ ଗୁରୁତ୍ୱାରୋପ କରିଥିଲେ।
ଶକ୍ତି ବିଭାଗର କମିଶନର ତଥା ଶାସନ ସଚିବ ବିଷ୍ଣୁପଦ ସେଠୀ, ସେଣ୍ଟର ଫର ଏନ୍‌ଭାଇରନମେଣ୍ଟାଲ୍‌ ଷ୍ଟଡିଜ, ଜଙ୍ଗଲ ଓ ପରିବେଶ ବିଭାଗର ନିର୍ଦ୍ଦେଶକ ପ୍ରଫେସର ଡ. ଆଶୁତୋଷ ଦେବତା, ସର୍ବୋଚ୍ଚ ଯନ୍ତ୍ରୀ ସନ୍ତୋଷ ଦାସ ପ୍ରମୁଖ ଯୋଗଦେଇ ଶକ୍ତି ସଂରକ୍ଷଣ ଉପରେ କହିଥିଲେ। ଏହି ଅବସରରେ ଲିଖିତ କୁଇଜ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଏଥିସହିତ ଶକ୍ତି ସଂରକ୍ଷଣ ପ୍ରକଳ୍ପ ନିମନ୍ତେ ବିଭିନ୍ନ ଅନୁଷ୍ଠାନକୁ ରାଜ୍ୟସ୍ତରୀୟ ପୁରସ୍କାର ପ୍ରଦାନ କରାଯାଇଥିଲା। ମୁଖ୍ୟଯନ୍ତ୍ରୀ ପ୍ୟାରୀମୋହନ ମିଶ୍ର ଧନ୍ୟବାଦ ଦେଇଥିଲେ। ପରେ ମନ୍ତ୍ରୀ ମିଶ୍ର ଓ ଅନ୍ୟ ଅତିଥିମାନେ ବୈଦ୍ୟୁତିକ ଗାଡ଼ି, କମ୍‌ ଶକ୍ତିରେ ଚାଲୁଥିବା ଏସି, ଫ୍ରିଜ, ଫ୍ୟାନ ଓ ସୌରଶକ୍ତି ଚାଳିତ ଉପକରଣଗୁଡ଼ିକୁ ନେଇ ଆୟୋଜିତ ପ୍ରଦର୍ଶନୀକୁ ବୁଲି ଦେଖିଥିଲେ।
ସକାଳ ୮ଟାରେ ଶକ୍ତି ସଂରକ୍ଷଣ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଏଥିରେ ସାରା ରାଜ୍ୟରୁ ବହୁ ଛାତ୍ରୀଛାତ୍ର ଯୋଗଦେଇ ପ୍ଲାକାର୍ଡ ଧରି ଶକ୍ତି ସଂରକ୍ଷଣର ବାର୍ତ୍ତା ଦେଇଥିଲେ। ଶୋଭାଯାତ୍ରାକୁ ସଚିବ ବିଷ୍ଣୁପଦ ସେଠୀ ପତାକା ଦେଖାଇ ଶୁଭାରମ୍ଭ କରିବା ସହିତ ଶକ୍ତି ସଂରକ୍ଷଣ ସଚେତନତା ରଥକୁ ଉଦଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri