ଶଟ୍‌ଡାଉନ୍‌ରେ ଲୋକଙ୍କୁ ମିଳିପାରି ଲାନି ଅତ୍ୟାବଶ୍ୟକ ସାମଗ୍ରୀ : ୨ ନିଷିଦ୍ଧା ଅଂଚଳରୁ ଆସିଛି ୬ ଫୋନ୍ କଲ୍‌

ଭୁବନେଶ୍ୱର, ୫ା୪ (ବ୍ୟୁରୋ): ଭୁବନେଶ୍ୱରର ବମିଖାଲ ଓ ସୂର୍ଯ୍ୟନଗରରୁ ୧୧ ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ ହେବା ପରେ ଉଭୟ ଅଞ୍ଚଳକୁ ସିଲ୍ କରିବା ସହ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି । ସିଲ୍ ସମୟରେ ଲୋକଙ୍କୁ ଅତ୍ୟାବଶ୍ୟକ ସେବା ଯୋଗାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦାୟିତ୍ୱ ନେଇଛି । ହେଲେ ଲକ୍‌ଡାଉନ୍ ସହ ଶଟ୍‌ଡାଉନ୍‌ ଘୋଷଣା ହେବା ପରେ ସମ୍ପୃକ୍ତ ଅଞ୍ଚଳରେ ଲୋକଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ ମିଳିପାରି ନ ଥିବା ଅଭିଯୋଗ ହୋଇଛି । ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ସୂର୍ଯ୍ୟନଗରରୁ ୪ କଲ୍ ଓ ବମିଖାଲରୁ ୨ କଲ୍ ବିଏମ୍‌ସି ଅଧିକାରୀଙ୍କୁ କରାଯାଇଛି । ବିଶେଷ କରି କ୍ଷୀର, ଅଟା ଓ ଅଣ୍ଡା ପାଇଁ ଏହି କଲ୍ ଆସିଥିବାବେଳେ ଶଟ୍ ଡାଉନ ଥିବାରୁ ସେମାନଙ୍କୁ ସାମଗ୍ରୀ ମିଳିପାରି ନ ଥିବା ବିଏମ୍‌ସି ପକ୍ଷରୁ ଜଣାପଡ଼ିଛି ।
ଆତ୍ୟାବଶ୍ୟକ ସାମଗ୍ରୀ ପହଂଚାଇବା ଦାୟିତ୍ୱରେ ଥିବା ଡେପୁଟି କମିଶନର କମଲଜିତ୍ ଦାସ କହିଛନ୍ତି, ଶଟ୍‌ଡାଉନ୍‌ ପୂର୍ବରୁ ବିଏମ୍‌ସି ଦିନକୁ ଦୁଇଥର ରାଶନ ଓ ଅନ୍ୟ ସାମଗ୍ରୀ ଘର ଦୂଆର ମୁହଁରେ ବିକ୍ରି କରିବାକୁ ଯାଇଥିଲା । ହେଲେ ଶଟ୍‌ଡାଉନ୍‌ ସମୟରେ ଦୋକାନ ବଜାର ବନ୍ଦ ଥିବାରୁ ଏହି ସାମଗ୍ରୀ ଉପଲବ୍ଧ ହୋଇପାରି ନାହିଁ । ତେବେ ୪୮ ଘଣ୍ଟାର ଶଟ୍‌ଡାଉନ୍‌ ପରେ ଲୋକଙ୍କୁ ପୁନର୍ବାର ନିୟମିତ ସେବା ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି । ସେହିପରି ଲୋକଙ୍କ ପ୍ରାଥମିକତା ପ୍ରତି ବିଏମ୍‌ସି ବିଶେଷ ଭାବେ ଗୁରୁତ୍ୱ ଦେଉଛି । କିନ୍ତୁ କରୋନା ସଂକ୍ରମଣକୁ ଏଡ଼ାଇବା ପାଇଁ ହେଲେ ଶଟ୍‌ଡାଉନ୍‌କୁ ମାନିବାକୁ ପଡ଼ିବ । ବିଏମ୍‌ସି କର୍ମଚାରୀମାନେ ଶଟ୍‌ଡାଉନ୍‌ରେ ସେବା ଯୋଗାଉଛନ୍ତି । ସହରକୁ ବିଷୋଧନ ଓ ସିଂଚନ କରିବା କରିବା ସହ କେମିକାଲଯୁକ୍ତ ଧୁଆଁ ଦ୍ୱାରା ମଧ୍ୟ ବିଷୋଧନ କରୁଛନ୍ତି । ହେଲେ ଯାତାୟତର ସୁବିଧା ନ ଥିବା ସହ ଅନ୍ୟ କେତେକ ସମସ୍ୟା ପାଇଁ ସମ୍ପୃକ୍ତ ଅଂଚଳରେ ଅତ୍ୟାବଶ୍ୟକ ସାମଗ୍ରୀ ପହଂଚି ପାରି ନାହିଁ ବୋଲି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri