ଶନିବାର ମଧ୍ୟରାତ୍ରିରେ ସ୍ଥଳଭାଗ ଛୁଇଁବ ବାତ୍ୟା ବୁଲ୍‌ବୁଲ: ପ୍ରସ୍ତୁତି ନେଇ କ୍ୟାବିନେଟ୍‌ ସଚିବଙ୍କ ସହ ଏସ୍‌ଆର୍‌ସିଙ୍କ ଆଲୋଚନା

ଭୁବନେଶ୍ୱର,୮।୧୧(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ବୁଲବୁଲ୍‌’ ଉଗ୍ରରୂପ ଧାରଣକରି ଉତ୍ତର ଦିଗକୁ ଗତିକରୁଛି। ଘଣ୍ଟାପ୍ରତି ଏହାର ବେଗ ୧୩ କିମି ରହିଛି। ଦକ୍ଷିଣ-ଦକ୍ଷିଣ ପୂର୍ବ ପାରାଦୀପଠାରୁ ୩୧୦ କିମି ଏବଂ ପଶ୍ଚିମବଙ୍ଗର ଦକ୍ଷିଣ ଦକ୍ଷିଣ ପଶ୍ଚିମ ସାଗର ଦୀପଠାରୁ ୪୫୦ କିମି ଦୂରରେ ରହିଛି। ଶନିବାର ମଧ୍ୟରାତ୍ରିରେ ଏହି ବାତ୍ୟା ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ମଧ୍ୟଦେଇ ସ୍ଥଳଭାଗ ଅତିକ୍ରମ କରିବ। ଏହାର ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ୬୦ରୁ ୭୦ କିମି, ବେଳେବେଳେ ୯୦ କିମି ପର୍ଯ୍ୟନ୍ତ ପବନ ବହିବାର ସମ୍ଭାବନା ରହିଛି। ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ୁ ନ ଥିଲେ ମଧ୍ୟ ଝଡ଼ବର୍ଷା ଯୋଗୁ କେନ୍ଦ୍ରାପଡ଼ା, ପୁରୀ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କଟକ, ଜଗତ୍‌ସିଂହପୁର, ଖୋର୍ଦ୍ଧା ଆଦି ଜିଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଉପକୂଳବର୍ତ୍ତି ଜିଲାର ଜିଲାପାଳଙ୍କୁ ସମସ୍ତପ୍ରକାର ଆଗୁଆ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ଜିଲାପାଳଙ୍କ ସହିତ ବାତ୍ୟା ପ୍ରସ୍ତୁତିନେଇ ନିୟମିତ ଯୋଗାଯୋଗ କରୁଛନ୍ତି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦେବା ସହିତ ବିପଦପୂର୍ଣ୍ଣ ଅଞ୍ଚଳରୁ ଆବଶ୍ୟକସ୍ଥଳେ ଲୋକମାନଙ୍କୁ ନିରାପଦ ସ୍ଥାନକୁ ନେବାଲାଗି ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟା ବୁଲ୍‌ବୁଲ୍‌ର ଗତିବିଧି ଉପରେ ମଧ୍ୟ କେନ୍ଦ୍ର ସରକାରଙ୍କର ନଜର ରହିଛି। ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭକରି ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, କେନ୍ଦ୍ର କ୍ୟାବିନେଟ ସଚିବ, ରାଜ୍ୟ ସରକାରଙ୍କ ସହିତ ନିୟମିତ ବ୍ୟବଧାନରେ ବାତ୍ୟା ପ୍ରସ୍ତୁତି ନେଇ ସମୀକ୍ଷା କରୁଛନ୍ତି। ଶୁକ୍ରବାର ପୂର୍ବାହ୍ନରେ କେନ୍ଦ୍ର କ୍ୟାବିନେଟ ସଚିବ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ସହିତ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବାତ୍ୟା ପ୍ରସ୍ତୁତିନେଇ ଆଲୋଚନା କରିଛନ୍ତି। ବୈଠକ ଶେଷରେ ଗଣମାଧ୍ୟମକୁ ସୂଚନା ଦେଇ ଏସ୍‌ଆର୍‌ସି କହିଛନ୍ତି ଯେ, ବାତ୍ୟା ବୁଲ୍‌ବୁଲର ପ୍ରଭାବ ଓଡ଼ିଶା ଉପରେ ଅଧିକ ନ ଥିଲେ ମଧ୍ୟ ବର୍ଷା ଓ ୬୦ରୁ ୯୦ କିମି ବେଗରେ ପବନ ବହିବ। ମତ୍ସ୍ୟଜୀବୀ, ବାଲେଶ୍ୱର ତଲସରୀ ସମୁଦ୍ର କୂଳକୁ ପର୍ଯ୍ୟଟକ ଯେପରି ନ ଯିବେ ସେ ନେଇ ପଦକ୍ଷେପ ଗ୍ରହର କରିବା ଲାଗି ଜିଲାପାଳଙ୍କୁ କୁହାଯାଇଛି। ପ୍ରଭାବିତ ଆଶଙ୍କା ଥିବା ଜିଲାଗୁଡିକରେ ଓଡ୍ରାଫ୍‌ ଏବଂ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ମୂତୟନ କରାଯାଇଛି। ବାତ୍ୟା ପ୍ରସ୍ତୁତି ସମ୍ପର୍କରେ କ୍ୟାବିନେଟ ସଚିବଙ୍କୁ ଅବଗତ କରାଯାଇଛି। ବାତ୍ୟା ପରବର୍ତ୍ତି ସମୟରେ ଟେଲିଫୋନ୍‌ ସେବା ପ୍ରଭାବିତ ହେଲେ ଟେଲିଫୋନ୍‌ କମ୍ପାନୀଗୁଡିକୁ ପୁନରୁଦ୍ଧାର ପାଇଁ ନିର୍ଦ୍ଦେଶ ଦେବାକୁ କ୍ୟାବିନେଟ ସଚିବ କହିଛନ୍ତି। ବାତ୍ୟା ଉପରେ ବରାବର ନଜର ରଖାଯାଇଥିବା ଏସ୍‌ଆର୍‌ସି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ଟ୍ରମ୍ପ-ମେଲୋନିଙ୍କ ଫଟୋ ଦେଖି ରାଗିଗଲା ଇଟାଲୀ! ‘ଲୋକ ଆସନ୍ତି ଆଉ …’

ରୋମ,୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇଟାଲୀ ଟ୍ରମ୍ପଙ୍କ ଏକ ନୂତନ ଆକ୍ରମଣର ଜବାବ…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri