ଶନିବାର ସନ୍ଧ୍ୟା ୫.୩୦ ରେ ‘ବନ୍ଦେ ଉତ୍କଳ ଜନନୀ’ ଗାଇ କୋଭିଡ ଯୋଦ୍ଧାଙ୍କୁ ଉତ୍ସାହିତ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ବର୍ତ୍ତମାନ ପ୍ରବାସରେ ଥିବା ଲକ୍ଷ ଲକ୍ଷ ଓଡିଆ ଭାଇଭଉଣୀ ଘରକୁ ଫେରୁଛନ୍ତି। ତଥାପି କୋଭିଡ ବିରୋଧରେ ଚାଲିଥିବା ସଂଗ୍ରାମରେ ଆମେ ଭଲ ସ୍ଥିତିରେ ଅଛୁ । ଏହା ପଛରେ ରହିଛି କରୋନା ଯୁଦ୍ଧରେ ଦିନରାତି କାମ କରୁଥିବା ଆମର ଲକ୍ଷ ଲକ୍ଷ କୋଭିଡ ଯୋଦ୍ଧାମାନଙ୍କ ତ୍ୟାଗ, ନିଷ୍ଠା ଓ ପ୍ରତିବଦ୍ଧତା । ସିଏ ଯିଏ ବି ହୁଅନ୍ତୁ ଲୋକ ପ୍ରତିନିଧି, ସରକାରୀ ବା ବେସରକାରୀ କର୍ମଚାରୀ; ସମସ୍ତେ ନିଜ ନିଜର ସୁଖଦୁଃଖକୁ ପଛରେ ପକାଇ ଯେଭଳି ସେବା ଯୋଗାଇ ଚାଲିଛନ୍ତି, ତାର ତୁଳନା ନାହିଁ । ସେହିପରି ଏହି ଯୁଦ୍ଧରେ ସାରା ଓଡିଶାବାସୀ ସରକାରଙ୍କ ପଦକ୍ଷେପକୁ ଯେଭଳି ବିପୁଳ ସମର୍ଥନ ଦେଇଛନ୍ତି, ସେଥିପାଇଁ ମୁଁ ସମସ୍ତଙ୍କ ନିକଟରେ ଋଣୀ। ଏହି ପରିପ୍ରେକ୍ଷୀରେ ଓଡିଶା ମାଟି ସହ ସଂପର୍କ ଥିବା ସମସ୍ତଙ୍କୁ, ଆମର ସାଢେ ଚାରି କୋଟି ଓଡିଆ ଭାଇଭଉଣୀ ଆସନ୍ତା ମେ’ ୩୦ ତାରିଖ ଅର୍ଥାତ ଶନିବାର ଦିନ ସଂଧ୍ୟା ୫ଟା ସମୟରେ ଆପଣମାନେ ଦୁନିଆରେ ଯେଉଁଠାରେ ବି ଥାଆନ୍ତୁ, ସମସ୍ତେ ସାମାଜିକ ଦୂରତା ରକ୍ଷା କରି ବନ୍ଦେ ଉତ୍କଳ ଜନନୀ ସଂଗୀତ ଗାନ କରନ୍ତୁ । ଆମର କୋଭିଡ ଯୋଦ୍ଧା ମାନଙ୍କୁ ଉତ୍ସାହିତ କରିବା ଏହାର ଉଦ୍ଦେଶ୍ୟ । ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇବା ଆମର ଦାୟିତ୍ୱ।

ଆମର ସଂକଳ୍ପକୁ ଆହୁରି ଦୃଢ କରିବା ପାଇଁ ଏହା ପ୍ରେରଣା ଯୋଗାଇବ । ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଦାବି ସମୟରେ ଉତ୍କଳ ସମ୍ମିଳନୀର ଆଦ୍ୟ ସଂଗୀତ ଥିଲା ‘ବନ୍ଦେ ଉତ୍କଳ ଜନନୀ’। ଓଡିଆ ଜାତୀୟତାର ବନ୍ଧନକୁ ଏହା ମଜବୁତ କରିଥିଲା । ବର୍ତ୍ତମାନ ସମୟରେ ଏହା ଓଡିଆ ଜାତିକୁ, ଆମ ସମସ୍ତଙ୍କୁ ଅଭୂତପୂର୍ବ ପ୍ରେରଣା ଯୋଗାଇବ। ଆଗକୁ ଆମ ପାଇଁ ଆହୁରି କଠିନ ରାସ୍ତା ଆସିପାରେ। ଆଗାମୀ ଦିନର ଆହ୍ବାନକୁ ସଫଳ ଭାବରେ ମୁକାବିଲା କରିବା ଏବଂ ନୂଆ ସଂକଳ୍ପ ନେଇ କାମ କରିବା ପାଇଁ ଏହା ଆମକୁ ଶକ୍ତି ଯୋଗାଇବ। ଏ ବିଶ୍ବାସ ମୋର ଅଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri