ଶପଥଗ୍ରହଣ ଉତ୍ସବ ପାଇଁ ୬୭ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର,୧୨ା୬(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱର ଜନତା ମଇଦାନରେ ବୁଧବାର ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ଭିଭିଆଇପି ଓ ଭିଆଇପି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଶପଥ ସମାରୋହରେ ୩୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖାଯାଇ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୋଲିସ ପକ୍ଷରୁ ମୋଟ୍‌ ୬୭ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିବାବେଳ ସମ୍ପୂର୍ଣ୍ଣ ସଭାସ୍ଥଳକୁ କଡା ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି। ସୁରକ୍ଷା ଦାୟିତ୍ୱକୁ ୩ଟି ଭାଗରେ ବିଭକ୍ତ କରାଯାଇ ବିଶେଷକରି ଜଣେ ଆଇଜି ଓ ଦୁଇ ଡିଆଇଜିଙ୍କୁ ଦାୟିତ୍ୱ ଦିଆଯାଇଛି। ଶପଥ ଗ୍ରହଣ ଉତ୍ସବ ସ୍ଥଳ ଜନତା ମଇଦାନରେ ସୁରକ୍ଷା ବ୍ୟବସ୍ଥା ତଦାରଖ ପାଇଁ ଆଇଜି (ପର୍ସନାଲ) ପ୍ରବୀଣ କୁମାରଙ୍କୁ ଦାୟିତ୍ୱ ଦିଆଯାଇଛି। ବିମାନ ବନ୍ଦର ଦେଇ ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ରାଜନେତା ଓ ବରିଷ୍ଠ ବ୍ୟକ୍ତିବିଶେଷମାନେ ଆସିବେ। ତେଣୁ ବିମାନବନ୍ଦର ଓ ଏହାର ଆଖପାଖ ଅଞ୍ଚଳରେ ମଧ୍ୟ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବିମାନ ବନ୍ଦର ସୁରକ୍ଷାରେ ଡିଆଇଜି ସାର୍ଥକ ଷଡ଼ଙ୍ଗୀ ରହିଛନ୍ତି। ସେହିପରି ଏୟାରପୋର୍ଟଠାରୁ ଜନତା ମଇଦାନ ରାସ୍ତା ଏବଂ ଜନସାଧାରଣଙ୍କ ଆଗମନ ଓ ପାର୍କିଂ ପରିଚାଳନା ପାଇଁ ଡିଆଇଜି ଉମାଶଙ୍କର ଦାଶଙ୍କୁ ଦାୟିତ୍ୱ ଦିଆଯାଇଛି। ଏଥିସହ ଭୁବନେଶ୍ୱର ଡିସିପି ପ୍ରତୀକ ସିଂଙ୍କ ସମେତ ୧୩ ଜଣ ଡିସିପି ର଼୍ୟାଙ୍କର ଅଧିକାରୀ, ୧୮ ଜଣ ଅତିରିକ୍ତ ଡିସିପି, ୫୮ ଜଣ ଏସିପି, ୯୪ ଜଣ ଇନ୍ସପେକ୍ଟର, ୩୧୨ ଜଣ ଏସ୍‌ଆଇ/ଏଏସ୍‌ଆଇ ଦାୟିତ୍ୱରେ ରହିଛନ୍ତି। ଅନ୍ୟପକ୍ଷରେ ଆତଙ୍କବାଦୀ କାର୍ଯ୍ୟକଳାପକୁ ପ୍ରତିହତ କରିବା ପାଇଁ ୩ଟି ସ୍ପେଶାଲ ଟାକ୍ଟିକାଲ ୟୁନିଟ୍‌ (ଏସ୍‌ଟିୟୁ) ମୁତୟନ କରାଯାଇଛି। ଏଥିସହ କୌଣସି ପ୍ରତିକୂଳ ପରିସ୍ଥିତି ପାଇଁ ଗୋଟିଏ ଓଡ୍ରାଫ୍‌ ଟିମ୍‌ ମଧ୍ୟ ଦାୟିତ୍ୱରେ ରହିଛନ୍ତି। ବ୍ଲ୍ୟୁ ବୁକ୍‌ ଅନୁଯାୟୀ ସମସ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଥିବାବେଳେ ରୁଟ ଲାଇନ୍‌ ଓ ଜନତା ମଇଦାନର ଡଗ୍‌ ସ୍କ୍ବାଡ୍‌ ଦ୍ୱାରା ନିୟମିତ ଯାଞ୍ଚ ଜାରି ରହିଛି। ଭୁବନେଶ୍ୱରରେ ବିଭିନ୍ନ ହୋଟେଲରେ ମଧ୍ୟ ଯାଞ୍ଚ ସହ ନାଇଟ୍‌ ବ୍ଲକିଂ ଓ ଚେକିଂ ଜାରି ରହିଥିବା ପୋଲିସ କମିଶନର ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି।
ଅନ୍ୟପକ୍ଷରେ ପୂର୍ବାହ୍ନରେ ଜନତା ମଇଦାନରେ ସମସ୍ତ ଫୋର୍ସ ଓ ଅଧିକାରୀଙ୍କୁ ନେଇ ଏକ ବୈଠକ ଆୟୋଜିତ ହୋଇଥିଲା। ସୁରକ୍ଷା ଦାୟିତ୍ୱ କିପରି ନିର୍ବାହ କରାଯିବ ସେନେଇ ପୋଲିସ କର୍ମଚାରୀ ଓ ଅଧିକାରୀମାନଙ୍କୁ ପରାମର୍ଶ ଦିଆଯାଇଥିଲା। ସେହିଭଳି କମିଶନରେଟ ପୋଲିସ ପକ୍ଷରୁ ପ୍ରଧାନମନ୍ତ୍ରୀ ଗସ୍ତର ରୁଟ୍‌ ଲାଇନ୍‌ ଅର୍ଥାତ୍‌ ବିମାନବନ୍ଦରରୁ ରାଜଭବନ ଦେଇ ଜନତା ମଇଦାନ ପର୍ଯ୍ୟନ୍ତ ଏକ କାର୍‌କେଡ୍‌ ରିହର୍ସାଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…

ଅସନ୍ତୋଷ ଘେରରେ ଜିଲାପାଳଙ୍କ ଜନଶୁଣାଣି:ଘଣ୍ଟା ଘଣ୍ଟା ଅପେକ୍ଷା ପରେ ବି ସମସ୍ୟା ସମାଧାନ ନେଇ…

କୁନ୍ଦୁରା,୧୨।୧୦ ସନ୍ତୋଷ ପ୍ରହରାଜ: କୋରାପୁଟ ଜିଲାର କୁନ୍ଦୁରା ବ୍ଲକରେ ଅନୁଷ୍ଠିତ ଜିଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରକୁ ନେଇ ଅସନ୍ତୋଷ ଦେଖାଦେଇଛି। ନିର୍ଦ୍ଧାରିତ ସମୟରେ ଶିବିର…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ସେବା ସେତୁରେ ଲୋକଙ୍କ ଗୁହାରି ଶୁଣିଲା ପ୍ରଶାସନ, ସମାଧାନର ଭରସା ଦେଲେ ଅଧିକାରୀ

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ ଅନ୍ତର୍ଗତ ଖିରେଇଟାଙ୍ଗିରୀ ପଞ୍ଚାୟତ ପରିସରରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?