Posted inଜାତୀୟ

ଶପଥ ଗ୍ରହଣ ପରେ ଦସ୍ତଖତ କରିବାକୁ ଭୁଲିଗଲେ ରାହୁଲ

ନୂଆଦିଲ୍ଲୀ,୧୮।୬: ଲୋକ ସଭା ଅଧିବେଶନ ଆରମ୍ଭ ହେବା ପୂର୍ବରୁ ସୋମବାର ଏମ୍‌ପି ଭାବେ ପ୍ରାୟ ୨୬ ଜଣ ସଦସ୍ୟ ଶପଥ ନେଇଥିଲେ। ଏମାନଙ୍କ ମଧ୍ୟରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ମଧ୍ୟ ସାମିଲ ଥିଲେ। ୪ର୍ଥ ଥର ଲାଗି ଲୋକ ସଭା ସଦସ୍ୟ ଭାବେ ଶପଥ ନେଇ ସାରିବା ପରେ ସେଠାରେ ଥିବା ରେଜିଷ୍ଟରରେ ସେ ଦସ୍ତଖତ କରିବାକୁ ଭୁଲି ଯାଇଥିଲେ। ଏହାପରେ ସେ ସିଧା ତାଙ୍କ ଆସନ ନିକଟକୁ ଯାଉଥିବା ବେଳେ କେତେଜଣ ଅଧିକାରୀ ଓ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଓ ଅନ୍ୟ ଏପ୍‌ପିମାନେ ତାଙ୍କୁ ଦସ୍ତଖତ କରିବାକୁ ମନେ ପକାଇବାରୁ ସେ ଫେରିଆସି ପୁଣି ରେଡିଷ୍ଟରରେ ଦସ୍ତଖତ କରିଥିଲେ। ତେବେ ରାହୁଲଙ୍କ ଏହି ଭୁଲାପଣ ଏବେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ସମିଟ୍‌: ଚାଇନା ରୋବୋକୁ ନେଇ ବିବାଦ

ନୂଆଦିଲ୍ଲୀ,୧୯ା୨(ରଏଟର୍ସ/ପିଟି):ଭାରତ ସରକାରଙ୍କ ପକ୍ଷରୁ ଆୟୋଜିତ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଚାଇନା ନିର୍ମିତ ଏକ ରୋବୋଟିକ୍‌ ଡଗ୍‌କୁ ବୁଧବାର ଘରୋଇ ବିଶ୍ୱବିଦ୍ୟାଳୟ ଗାଲ୍‌ଗୋଟିଆସ୍‌ ନିଜର ବୋଲି ଦର୍ଶାଇବା ନେଇ…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

ଗର୍ଭବତୀଙ୍କୁ ହତ୍ୟାକଲେ ସିଏ ସ୍ବାମୀ, ପୋଲିସରୁ କହିଲେ ମିଛ କାହାଣୀ

ଚଣ୍ଡିଗଡ଼,୧୯।୨: ସ୍ବାମୀ ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ) ଏବଂ ସ୍ତ୍ରୀ ହେଉଛନ୍ତି ଜଣେ ବ୍ୟାଙ୍କ ଅଧିକାରୀ। ସେମାନଙ୍କ ବିବାହକୁ ମାତ୍ର ୪ ମାସ ପୂରିଛି । ହେଲେ…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri