Posted inଜାତୀୟ

ଶପଥ ନେବେ ହେମନ୍ତ ସୋରେନ

ରାଞ୍ଚତ୍,୨୯ା୧୨(ଆଇଏଏନ୍‌ଏସ୍‌): ଝାଡ଼ଖଣ୍ଡର ଏକାଦଶ ମୁଖ୍ୟମନ୍ତ୍ରୀ ଭାବେ ଜେଏମ୍‌ଏମ୍‌ ନେତା ହେମନ୍ତ ସୋରେନ ରବିବାର ଶପଥ ଗ୍ରହଣ କରିବେ। ଏହି ଅବସରରେ ବିରୋଧୀ ଦଳ ଶକ୍ତିପ୍ରଦର୍ଶନ କରିବା ପାଇଁ ପ୍ରସ୍ତୁତ ହେଉଛି। ଶପଥ ଗ୍ରହଣ ଉତ୍ସବରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ, ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ, କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ତଥା ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେ, ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳ ନାଥ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ମୋରାବାଡ଼ି ମଇଦାନରେ ଅପରାହ୍ନ ୨ଟାରେ ଅନୁଷ୍ଠିତ ହେବାକୁ ଥିବା ଶପଥ ଗ୍ରହଣ ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ, ଡିଏମ୍‌କେ ଅଧ୍ୟକ୍ଷ ଏମ୍‌.କେ. ଷ୍ଟାଲିନ, ଟିଡିପି ନେତା ଚନ୍ଦ୍ରବାବୁ ନାଇଡୁ, ଆର୍‌ଜେଡିର କାର୍ଯ୍ୟକାରୀ ଅଧ୍ୟକ୍ଷ ତେଜସ୍ବୀ ଯାଦବ ପ୍ରମୁଖ ମଧ୍ୟ ଯୋଗଦେବେ।
କର୍ନାଟକ ମୁଖ୍ୟମନ୍ତ୍ରୀ ଭାବେ ଏଚ୍‌.ଡି. ଦେବେଗୌଡା ଶପଥ ନେବାବେଳେ ସବୁ ବିରୋଧୀ ଦଳ ନେତା ଏକାଠି ହୋଇଥିଲେ। ସେଠାରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ବିଏସ୍‌ପି ନେତ୍ରୀ ମାୟାବତୀ ମଧ୍ୟ ଉପସ୍ଥିତ ଥିଲେ। ୮୧ ଆସନ ବିଶିଷ୍ଟ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ଜେଏମ୍‌ଏମ୍‌-କଂଗ୍ରେସ-ଆର୍‌ଜେଡି ମେଣ୍ଟକୁ ୪୭ ଆସନ ମିଳିଥିଲା। ଏହା ବ୍ୟତୀତ ଜେଭିଏମ୍‌-ପି ଏବଂ ସିପିଆଇ-ଏମ୍‌ଏଲ୍‌ ମଧ୍ୟ ଉକ୍ତ ମେଣ୍ଟକୁ ସମର୍ଥନ ଜଣାଇଛନ୍ତି। ଫଳରେ ପ୍ରଥମ ଥର ପାଇଁ ୫୧ ସଦସ୍ୟଙ୍କ ସମର୍ଥନରେ ଝାଡ଼ଖଣ୍ଡରେ ସରକାର ଗଠନ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri