ଶବାନା ଆଜମୀଙ୍କ ଜୀବନ ବଞ୍ଚାଇଥିବା ଯବାନ ହେଲେ ପୁରସ୍କୃତ

ବଲିଉଡ୍‌ର ନାମକରା ଅଭିନେତ୍ରୀ ଶବାନା ଆଜ୍‌ମୀ ସଡ଼କ ଦୁର୍ଘଟଣାରେ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଶବାନାଙ୍କୁ ବଞ୍ଚାଇବା ପାଇଁ ପ୍ରାୟ ୧ କିମି ଦୌଡିଥିବା ମହାରାଷ୍ଟ୍ର ସିକ୍ୟୁରିଟି ଫୋର୍ସ (ଏମ୍‌ଏସ୍‌ଏଫ୍‌)ର ଯବାନ ବିବେକାନନ୍ଦ ଅନିଲ ଯୋଗେଙ୍କୁ ଲାଇଫ୍‌ ସେଭିଂ ଫାଉଣ୍ଡେଶନ୍‌ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ଘଟଣାଦିନ ପ୍ରଥମେ ବିବେକାନନ୍ଦଙ୍କୁ ମୁମ୍ବାଇ-ପୁଣେ ଏକ୍ସପ୍ରେସ ୱେର କୋହ୍ଲପୁର ନିକଟରେ ଦୁର୍ଘଟଣା ଘଟିଥିବା ସୂଚନା ମିଳିଥିଲା। ସେତେବେଳେ ଗାଡିରେ ଶବାନା ଆଜ୍‌ମୀ ଥିବା କଥା ତାଙ୍କୁ ଜଣା ନ ଥିଲା। ସେ ସମୟ ନଷ୍ଟ ନ କରି ଗିଡ୍‌ ଅଞ୍ଚଳରୁ ତୁରନ୍ତ ଘଟଣାସ୍ଥଳକୁ ଦୌଡିଥିଲେ। ସେଠାରେ କାର୍‌ ଭିତରୁ ଶବାନାଙ୍କୁ ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସୂଚନାଯୋଗ୍ୟ, ଜାନୁୟାରୀ ୧୮ରେ ମୁମ୍ବାଇ-ପୁଣେ ଏକ୍ସପ୍ରେସ ୱେର କୋହ୍ଲପୁର ନିକଟରେ ଏକ ଟ୍ରକ ସହ ଧକ୍କା ହୋଇଥିଲା ଶବାନାଙ୍କ କାର। ସେଥିରେ ଶବାନାଙ୍କ ସମେତ ତାଙ୍କ ସ୍ବାମୀ ତଥା ପ୍ରସିଦ୍ଧ ଅଭିନେତା ଓ ଗୀତିକାର ଜାଭେଦ୍‌ ଅଖତର ଓ ଡ୍ରାଇଭର ଥିଲେ। ଦୁର୍ଘଟଣାରେ ଶବାନା ଆଜ୍‌ମୀ ଓ ତାଙ୍କ ଡ୍ରାଇଭର ଆହତ ହୋଇଥିବା ବେଳେ ଜାଭେଦ୍‌ ଅଖତର ସୁରକ୍ଷିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

‘ମୋ ବିବାହ ଜୁଲାଇରେ…’ ଗୌରୀ ସ୍ପ୍ରେଟଙ୍କ ସହିତ ଓ୍ବେଡିଂ ପ୍ଲାନ ପ୍ରକାଶ କଲେ ଆମିର

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ଜୁଲାଇ ୫ରେ ତାଙ୍କ ପ୍ରେମିକା ଗୌରୀ ସ୍ପ୍ରେଟଙ୍କୁ ବିବାହ କରିବାକୁ ଯାଉଛନ୍ତି। ଅଭିନେତା ପୂର୍ବରୁ ଦୁଇଥର ବିବାହ କରିଛନ୍ତି,…

ଆମେରିକା-ଇରାନ ଶାନ୍ତି ଚୁକ୍ତି ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ସମସ୍ତ ସର୍ତ୍ତ ଗ୍ରହଣ…

ଓ୍ବାଶିଂଟନ,୩ା୭: ଆମେରିକା ଏବଂ ଇରାନ ମଧ୍ୟରେ ଏକ ସମ୍ଭାବ୍ୟ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ପରେ, ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି…

ଶାନ୍ତି ଆଲୋଚନା ପାଇଁ ପାକିସ୍ତାନ ଆସିଥିବା ଆରାଘଚିଙ୍କ ସହ ଗାଲିବାଫଙ୍କୁ ହତ୍ୟା କରିବାକୁ ଚାହୁଁଛି ଇସ୍ରାଏଲ! ହତ୍ୟା ଷଡ଼ଯନ୍ତ୍ରର…

ଜେରୁଜେଲମ,୩।୭: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଉତ୍ତେଜନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଦାବି ସାମ୍ନାକୁ ଆସିଛି। ଆମେରିକୀୟ ଖବରକାଗଜ ନ୍ୟୁୟର୍କ ଟାଇମ୍ସର ଏକ ରିପୋର୍ଟ ଅନୁଯାୟୀ, ଯେତେବେଳେ…

ପୋଡମପେଟା ସମୁଦ୍ର କୂଳ ଲଂଘିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୩।୭(ଅନାଥ ତରାଇ):  ବିଶ୍ୱତାପନ ଓ ବଙ୍ଗୋପସାଗରରେ କ୍ରମାଗତ ଜଳସ୍ତର ବୃଦ୍ଧି ଯୋଗୁଁ ଗଞ୍ଜାମ ଜିଲା ଉପକୂଳରେ ସ୍ଥିତି ଗମ୍ଭୀର ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ…

ଘରୁ ଉଭାନ୍‌ ହୋଇଗଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ: ବାପା କହିଲେ…

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ସ୍ଥିତ ଭୈରବନଗର ପଡ଼ାରେ ରହୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଅପହରଣ ହୋଇଥିବା ନେଇ ଅଭିଯୋଗ ଆସିଛି।…

ଅଙ୍ଗନଦୀ ସେତୁରୁ ଉଠିଗଲା କଂକ୍ରିଟ: ଦୁର୍ଘଟଣା ଆଶଙ୍କା

ଲୋଇସିଂହା,୩।୭ (ସୁଶାନ୍ତ ବାରିକ):ବଲାଙ୍ଗୀର-ବରଗଡ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ସାଲେଭଟା ଅଙ୍ଗନଦୀ ସେତୁ ମଝି ଅଂଶ ଶୋଚନୀୟ ହୋଇ ପଡିଥିବା ସ୍ଥାନକୁ ଗତ ମଙ୍ଗଳବାର ମରାମତି କରାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri