ଶରଣକୁଳ ସର୍ବଭାରତୀୟ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ: ସଂଘର୍ଷ କ୍ଲବ ବିଜୟୀ

ନୟାଗଡ଼ ଅଫିସ,୨।୧୧: ନୟାଗଡ଼ ଜିଲା ଶରଣକୁଳସ୍ଥିତ ଲଡୁକେଶ ଆଥ୍‌ଲେଟିକ ଆସୋସିଏଶନ ପକ୍ଷରୁ ଶୁକ୍ରବାର ସ୍ଥାନୀୟ ନାରାୟଣ ଉଚ୍ଚ ବିଦ୍ୟାଳୟ ପରିସରରେ ୬୦ତମ ସର୍ବଭାରତୀୟ ଫୁଟବଲ୍‌୍‌ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି। ରଣପୁର ବିଧାୟକ ତଥା କମିଟିର ସଭାପତି ସତ୍ୟନାରାୟଣ ପ୍ରଧାନଙ୍କ ନେତୃତ୍ୱରେ ସଦସ୍ୟମାନେ ଲଡ଼ୁବାବାଙ୍କ ମନ୍ଦିର ପରିସରରେ ପୂର୍ଜାଚ୍ଚନା କରିବା ପରେ ଏକ ମଶାଲ ଶୋଭାଯାତ୍ରା ଖେଳପଡ଼ିଆଠାରେ ପହଞ୍ଚତ୍ଥିଲ। ପରେ ସେଠାରେ ବିଧାୟକ ପ୍ରଧାନ କ୍ରୀଡ଼ା ପତାକାକୁ ଉତ୍ତୋଳନ କରି ଟୁର୍ନାମେଣ୍ଟକୁ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କମିଟି ସମ୍ପାଦକ ଯୋଗେନ୍ଦ୍ର ନାଥ ପ୍ରଧାନ, ଉପସଭାପତି ବିକ୍ରମ କୁମାର ଦାଶ, ବୈକୁଣ୍ଠନାଥ ସିଠ୍‌, ମହେନ୍ଦ୍ର ନାଥ ପ୍ରଧାନ, ଯୁଗ୍ମ ସମ୍ପାଦକ ରବୀନ୍ଦ୍ର କୁମାର ଚୌଧୁରୀ, ଶ୍ୟାମଘନ ସାହୁ, ମୀନାକ୍ଷୀ ପ୍ରସାଦ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।
ମ୍ୟାଚ୍‌ ମା’ ମଙ୍ଗଳା କ୍ଲବ କଟକ ଓ ସଂଘର୍ଷ କ୍ଲବ ଭୁବନେଶ୍ୱର ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଖେଳ ପ୍ରଥମାର୍ଦ୍ଧର ୨ ମିନିଟ ପରେ ସଂଘର୍ଷ କ୍ଲବ ଦଳର ୯ ନମ୍ବର ଖେଳାଳି ମହମ୍ମଦ ଫରିଦ୍‌ ପ୍ରଥମ ଗୋଲ୍‌ କରିଥିଲେ। ୧୫ ମିନିଟ ପରେ ଏହି ଦଳର ୬ ନମ୍ବର ଖେଳାଳି ଚନ୍ଦ୍ର ଶେଖର ବେହେରା ବିପକ୍ଷ ଦଳକୁ ଆଉ ଗୋଟିଏ ଗୋଲ୍‌ ସ୍କୋର ଦେଇଥିଲେ। ଖେଳର ୩୪ ମିନିଟରେ ମଙ୍ଗଳା କ୍ଲବ ଦଳର ୧୨ ନମ୍ବର ଖେଳାଳି ନୟନ ନାୟକ ବିପକ୍ଷ ଦଳକୁ ଗୋଟିଏ ଗୋଲ୍‌ ସ୍କୋର ଦେଇଥିଲେ। ଏହା ପରେ ଖେଳର ଦ୍ୱିତୀୟାର୍ଦ୍ଧରେ କୌଣସି ଦଳ କାହାରିକୁ ଗୋଲ୍‌ ଦେଇ ପାରି ନ ଥିଲା। ଫଳରେ ୨-୧ ଗୋଲ୍‌ ସ୍କୋରରେ ସଂଘର୍ଷ କ୍ଲବ ବିଜୟୀ ହୋଇଥିଲା। ବିଜୟ ଦାସ ଖେଳ ପରିଚାଳନା କରିଥିବା ବେଳେ ରାଜୁ ମହାନ୍ତି, ଲକ୍ଷ୍ମୀ ପ୍ରସାଦ, ଶିବ ପ୍ରସାଦ ଦାସ ଲାଇନ୍‌ରେ ସହାୟତା କରିଥିଲେ। ଚିତ୍ତରଞ୍ଜନ ବରାଡ଼ ଓ ଶିବପ୍ରସାଦ ପୁଷ୍ପପାଳକ ଖେଳରେ ସହାୟତା କରିଥିବା ବେଳେ କୃଷ୍ଣଚନ୍ଦ୍ର ମହାପାତ୍ର ଧାରା ବିବରଣୀ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ବିଦ୍ୟାଳୟ ପରିଦର୍ଶନ କଲେ ସରପଞ୍ଚ: ମୁଖ୍ୟ ଫାଟକ ନିର୍ମାଣ ପାଇଁ ପ୍ରଧାନଶିକ୍ଷୟତ୍ରୀଙ୍କୁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡ଼ି,୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ରାପଡ଼ାବାଡ଼ି ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦେଖାଦେଇଥିବା ବିଭିନ୍ନ ଅବ୍ୟବସ୍ଥା ଓ ସମସ୍ୟାର ସମାଧାନ ପାଇଁ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ଗଞ୍ଜାମ ଭାଜପାର ନୂଆ କର୍ମକର୍ତ୍ତା ଘୋଷଣା: ସରୋଜ ଦାସ ଜିଲା ଉପସଭାପତି, ଦୀପକ ବେହେରା…

ଛତ୍ରପୁର,୨୯।୯(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି (ଭାଜପା) ଗଞ୍ଜାମ ଜିଲା ସଭାପତି ସରୋଜ ସାବତ ଏବଂ ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ସଭାପତି ବାଇଧର ମଲ୍ଲିକଙ୍କ ଅନୁମୋଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?