Posted inଖେଳ

ଶରନ-ଡିମୋଲିନରଙ୍କମ ବିଦାୟ

ପ୍ୟାରିସ, ୩୧ା୫ (ପି.ଟି.)- ଭାରତର ଡିଭିଜ ଶରନ ଏବଂ ତାଙ୍କ ବ୍ରାଜିଲିଆନ ପାର୍ଟନର ମାର୍ସିଲୋ ଡେମୋଲିନର ଚଳିତ ଫ୍ରେଞ୍ଚ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଛନ୍ତି। ଶୁକ୍ରବାର ୮ମ ସିଡ୍‌ ହେନ୍‌ରୀ କୋଣ୍ଟିନେନ୍‌ ଏବଂ ଜନ୍‌ ପିଅର୍ସ ଅଣସିଡ୍‌ ଇଣ୍ଡୋ-ବ୍ରାଜିଲିଆନ ଯୋଡ଼ି ୬-୩, ୬-୪ ସେଟ୍‌ରେ ଇଣ୍ଡୋ- ବ୍ରାଜିଲଆନ ଯୋଡ଼ିଙ୍କୁ ପରାସ୍ତ କରିଛନ୍ତି। ଡିଭିଜ ଓ ଡିମୋଲିନର ଦୁଇଥର ସର୍ଭିସ ଡ୍ରପ୍‌ କରିଥିବାବେଳେ ସେମାନଙ୍କୁ ମିଳିଥିବା ଦୁଇଟି ବ୍ରେକ୍‌ର ସୁଯୋଗର ଉପଯୋଗ କରିପାରି ନ ଥିଲେ। ଡିଭିଜ-ଡିମୋଲିନର ଯୋଡ଼ିଙ୍କ ଏହାଥିଲା ଚତୁର୍ଥ ଟୁର୍ନାମେଣ୍ଟ। ଉଭୟେ ମ୍ୟୁନିକ୍‌ଠାରେ ଅନୁଷ୍ଠିତ ବିଏମ୍‌ଡବ୍ଲ୍ୟୁ ଓପନ୍‌ରେ ଶ୍ରେଷ୍ଠ ପ୍ରଦର୍ଶନ ସହ ରନର୍ସଅପ୍‌ ହୋଇଥିଲେ। ଡିଭିଜ ସିଜନ ଆରମ୍ଭରେ ନିଜ ଦେଶର ରୋହନ ବୋପାନ୍ନାଙ୍କୁ ସାଥୀ କରି ଖେଳିଥିଲେ। ଏହି ପାର୍ଟନରଶିପ୍‌ କିନ୍ତୁ ୩ ମାସ ତିଷ୍ଠି ଥିଲା। ଏହି ସମୟ ମଧ୍ୟରେ ୭ଟି ଟୁର୍ନାମେଣ୍ଟ ଖେଳିଥିଲେ। ୪ଥର ସେମାନଙ୍କ ପ୍ରଥମ ରାଉଣ୍ଡ ମ୍ୟାଚରେ ପରାଜିତ ହୋଇଥିଲେ। ଭାରତୀୟ ଯୋଡ଼ି କିନ୍ତୁ ପୁଣେଠାରେ ସିଜନ ଆରମ୍ଭ ଟାଟା ଓପନ୍‌ ମହାରାଷ୍ଟ୍ର ଟାଇଟଲ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri