Posted inଖେଳ

ଶଶି ମୁକୁନ୍ଦ ଫାଇନାଲରେ

ବାଓଟୋ (ଚାଇନା), ୩୧ା୮ (ପି.ଟି.)-ଭାରତୀୟ ଟେନିସ ଖେଳାଳି ଶଶି କୁମାର ମୁକୁନ୍ଦ ତାଙ୍କ କ୍ୟାରିୟରରେ ପ୍ରଥମ ଥର ଏକ ଏଟିପି ଚ୍ୟାଲେଞ୍ଜର ଟୁରରେ ଫାଇନାଲକୁ ଉନ୍ନୀତ ହୋଇଛନ୍ତି। ନିକଟରେ ଭାରତୀୟ ଡେଭିସ୍‌ କପ୍‌ ଦଳରେ ଜଣେ ରିଜର୍ଭ ଖେଳାଳି ଭାବେ ସ୍ଥାନ ପାଇଥିବା ମୁକୁନ୍ଦ ଚାଲିଥିବା ୫୪,୧୬୦ ଆମେରିକୀୟ ଡଲାର ପୁରସ୍କାର ବିଶିଷ୍ଟ କ୍ଲେ-କୋର୍ଟ ଇଭେଣ୍ଟରେ ୧୨ତମ ସିଡ୍‌ ମାନ୍ୟତା ପାଇଛନ୍ତି। ଶନିବାର ଏକ ସେମିଫାଇନାଲରେ ସେ ଟଙ୍ଗ୍‌ ଲିନ୍‌ ଉ’ଙ୍କୁ ୭-୫, ୬-୩ ସେଟ୍‌ରେ ହରାଇ ଫାଇନାଲରେ ପ୍ରବେଶ କରିଛନ୍ତି। ଭାରତୀୟ ଟେନିସ ଖେଳାଳି ପୁରୁଷ ଡବଲ୍ସ ଫାଇନାଲରେ ମଧ୍ୟ ପ୍ରବେଶ କରିଛନ୍ତି। ସେ ଓ ତାଙ୍କ ରୁଷୀୟ ପାର୍ଟନର ତେମୁରାଜ ଗାବାସ୍ବିଲି ସେମିଫାଇନାଲରେ ଟପ୍‌ ସିଡ୍‌ ଗୋନାକାଲୋ ଓଲିଭିରା ଏବଂ ଲ୍ୟୁକ୍‌ ସାଭିଲେଙ୍କୁ ୬-୩, ୩-୬, ୧୩-୧୧ ସେଟ୍‌ରେ ହରାଇ ଦେଇଛନ୍ତି। ଏହି ଇଭେଣ୍ଟରେ ଭାଗ ନେବା ପୂର୍ବରୁ ମୁକୁନ୍ଦ ଚେନ୍ନାଇ ଓପନ୍‌ ସେମିଫାଇନାଲରେ ପ୍ରବେଶ କରିଥିଲେ, ଯାହାକି ତାଙ୍କ କ୍ୟାରିୟରର ଶ୍ରେଷ୍ଠ ପ୍ରଦର୍ଶନ ଥିଲା। ଚଳିତ ସିଜନରେ ୨୧ ବର୍ଷୀୟ ମୁକୁନ୍ଦଙ୍କ ପ୍ରଦର୍ଶନ ଆଭରେଜ ରହିଛି। ଚ୍ୟାଲେଞ୍ଜର ସର୍କିଟରେ ସେ ଦ୍ୱିତୀୟ ରାଉଣ୍ଡ ତଳୁ ବିଦା ହୋଇ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…

ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍‌ଲାଇନ୍‌ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍‌…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP

ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା…

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?