Posted inଜାତୀୟ

ଶସ୍ତାରେ ମରିବାକୁ ଚାହୁଁନାହାନ୍ତି କଶ୍ମୀରୀ

ନୂଆଦିଲ୍ଲୀ,୧୬।୩: ଅନୁଚ୍ଛେଦ ୩୭୦କୁ ହଟାଇବା ଅପେକ୍ଷା ଜମ୍ମୁ-କଶ୍ମୀରବାସୀଙ୍କ ପାଇଁ ସବୁଠୁ ଚିନ୍ତାର କାରଣ ପାଲଟିଛି ରାଜ୍ୟ ମାନ୍ୟତା ହରାଇବା। ଏବେ ଉପତ୍ୟକାରେ ସ୍ବାଭାବିକ ସ୍ଥିତି ଫେରାଇଆଣିବା ସହ ଜୀବନଯାତ୍ରା ସହଜ ଓ ସରଳ କରିବା ବଡ଼ ପ୍ରସଙ୍ଗ। କଶ୍ମୀରବାସୀ ଶସ୍ତାରେ ମରିବାକୁ ଚାହୁଁନାହାନ୍ତି। ଉଭୟ ପ୍ରଧାନମନ୍ତ୍ରୀ ଓ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ପ୍ରତିଶ୍ରୁତି ଅନୁସାରେ ରାଜ୍ୟ ମାନ୍ୟତା ଫେରିପାଇବା ସମୟକୁ ସେମାନେ ଅପେକ୍ଷା କରିଛନ୍ତି ବୋଲି ଅନ୍ତର୍ଜାତୀୟ ଗୋଇନ୍ଦା ସଂସ୍ଥା ରିସର୍ଚ୍ଚ ଆଣ୍ଡ ଆନାଲିସିସ୍‌ ଓ୍ବିଙ୍ଗ୍‌ (ର) ପୂର୍ବତନ ମୁଖ୍ୟ ଏ.ଏସ୍‌. ଦୁଲାଟ ପ୍ରକାଶ କରିଛନ୍ତି।
ଅଟଳ ବିହାରୀ ବାଜପେୟୀ ପ୍ରଧାନମନ୍ତ୍ରୀ ଥିବାବେଳେ କଶ୍ମୀର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ପରାମର୍ଶଦାତା ଭାବେ କାର୍ଯ୍ୟ କରିଥିବା ଦୁଲାଟ ଏକ ସାକ୍ଷାତ୍‌କାରରେ କହିଛନ୍ତି, ୩୭୦ ଆଉ ଫେରିବ ନାହିଁ ବୋଲି ଉପତ୍ୟକାବାସୀ ବୁଝିସାରିଛନ୍ତି। ତେବେ ଜମ୍ମୁ-କଶ୍ମୀରକୁ ରାଜ୍ୟ ମାନ୍ୟତା ଫେରାଇବା ଦାବି ଜୋର୍‌ ଧରିବାରେ ଲାଗିଛି। କିପରି ସ୍ବାଭାବିକ ଜୀବନ ଅତିବାହିତ କରିବେ ତାହା ଲୋକଙ୍କ ପାଇଁ ଏବେ ବଡ଼ ଚିନ୍ତାର କାରଣ ହୋଇଛି ବୋଲି ଦୁଲାଟ କହିଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନ୍‌ଫରେନ୍ସ ଅଧ୍ୟକ୍ଷ ଫାରୁକ୍‌ ଅବ୍‌ଦୁଲ୍ଲାଙ୍କୁ ଗୃହବନ୍ଦୀରୁ ମୁକ୍ତ କରାଇବାରେ ଦୁଲାଟ ମଧ୍ୟସ୍ଥ ଭୂମିକା ନେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍‌କା

ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି…

ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ

ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍‌ଷ୍ଟାଗ୍ରାମ…

ବିଶ୍ବରେ ହଲଚଲ! H-1B ଭିସାଧାରୀଙ୍କୁ ଏଭଳି କହିଦେଲା ଆମେରିକା; କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୯ା୧୦: H-1B ଭିସାଧାରୀଙ୍କୁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ‘ଇଣ୍ଡେଞ୍ଚର୍ଡ ଲେବର’ ଅର୍ଥାତ୍‌ ‘ଚୁକ୍ତିବଦ୍ଧ ଶ୍ରମିକ’ ବୋଲି କହିବାକୁ ନେଇ ଭାରତ କଡ଼ା ଆପତ୍ତି ପ୍ରକାଶ କରିଛି…

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ନାଆମୀ କଲେଜ

ଭଦ୍ରକ,୯ା୧୦(ସନାତନ ରାଉତ): କଲେଜ ପରିସରରେ ବ୍ୟାପକ ଆନ୍ଦୋଳନ ଓ ଅଶାନ୍ତି ଯୋଗୁ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନାଆମୀ ଡିଗ୍ରୀ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ…

ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…

କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି; ବଦଳିବ ଏହି ବିମାନବନ୍ଦର ନାମ, ମୋଦି….

ଲକ୍ଷ୍ନୌ,୯ା୧୦: ଉତ୍ତରପ୍ରଦେଶର ନୋଏଡାସ୍ଥିତ ଜେୱର ଏୟାରପୋର୍ଟର ନାମ ପରିବର୍ତ୍ତନ କରାଯିବ । ଏହାର ନାମ ‘ନରେନ୍ଦ୍ର ମୋଦି ଇଣ୍ଟରନ୍ୟାସନାଲ ଏୟାରପୋର୍ଟ’ ରଖିବାକୁ ଉତ୍ତରପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?