ଶହୀଦଙ୍କୁ ଚନ୍ଦ୍ରକାନ୍ତଙ୍କୁ ବିଭିନ୍ନ ସଙ୍ଗଠନ ପକ୍ଷରୁ ଶ୍ରଦ୍ଧାଞ୍ଜଳି

ରାଇକିଆ,୧୮ା୬(ଡ଼ି.ଏନ.ଏ)- ଚୀନ ସୈନ୍ୟଙ୍କ ସହ ସଂଘର୍ଷବେଳେ ଶହୀଦ ହୋଇଥିବା ରାଇକିଆର ଚନ୍ଦ୍ରକାନ୍ତ ପ୍ରଧାନଙ୍କୁ ସହରର ବିଭିନ୍ନ ସଙ୍ଗଠନ ତରଫରୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ନାଗରିକ ମଞ୍ଚ କାର୍ଯ୍ୟାଳୟରେ ସମସ୍ତ ସଦସ୍ୟ ଯୋଗ ଦେଇ ୨ ମିନିଟ ନୀରବ ପ୍ରାର୍ଥନା କରିବା ସହ ଚନ୍ଦ୍ରକାନ୍ତଙ୍କ ସ୍ମୃତିଚାରଣ କରିଥିଲେ। ମଞ୍ଚ ସଭାପତି ସୁଶାନ୍ତ କୁମାର ଜେନା, ସମ୍ପାଦକ ମେନେଶ୍ୱର ଦିଗାଳ, ଯୁଗ୍ମ ସମ୍ପାଦକ ମସେସ ଦିଗାଳ ପ୍ରମୁଖ ଉପସ୍ଥିତ ଥିଲେ। ରାଇକିଆ ମୋଟର ଚାଳକ ସଂଘ ତରଫରୁ ମଧ୍ୟ ଏକ ସଭାର ଆୟୋଜନ କରାଯାଇ ଶହୀଦ ଚନ୍ଦ୍ରକାନ୍ତଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ପ୍ରାର୍ଥନା କରାଯାଇଥିଲା। ଏଥିସହ ଚାଇନା ସାମଗ୍ରୀ ବର୍ଜନ ପାଇଁ ମଧ୍ୟ ନିଷ୍ପତ୍ତି ନିଆଯାଇଥିଲା। ବସ୍‌ଷ୍ଟାଣ୍ଡ ଠାରେ ବଣିକ ସଂଘ ତରଫରୁ ଏକ ସଭା ଆୟୋଜନ କରାଯାଇ ‘ଶହୀଦ ଚନ୍ଦ୍ରକାନ୍ତ ଅମର ରହେ’ ସ୍ଲୋଗାନ ଦେବା ସହ ଚାଇନାର ଦୋମୁହଁା ନୀତି ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ସଂଘ ତରଫରୁ ସମସ୍ତ ସଦସ୍ୟ ଯୋଗ ଦେଇଥିବା ବେଳେ ସମ୍ପାଦକ ବିଜୟ ପଣ୍ଡା ନେତୃତ୍ୱ ନେଇଥିଲେ। ଗୁରବାର ବଣିକ ସଂଘର ପୂର୍ବ ନିଷ୍ପତ୍ତି କ୍ରମେ ରାଇକିଆ ସହରର ସମସ୍ତ ଦୋକାନ ବଜାର ବନ୍ଦ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri