ଶହୀଦଙ୍କ ପରିବାରକୁ ଭେଟିଲେ ଏମ୍‌ପି : ଅଜିତଙ୍କ ନାମରେ ହେବ ଖେଳପଡ଼ିଆ

କାମାକ୍ଷାନଗର, ୨୩।୬ (ଡି.ଏନ୍‌.ଏ.) – ଅନନ୍ତନାଗ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଶହୀଦ ଅଜିତ ସାହୁଙ୍କ ପରିବାରକୁ ଶନିବାର ଅପରାହ୍ନରେ ଭେଟିଛନ୍ତି ଏମ୍‌ପି ମହେଶ ସାହୁ। ଏପରି କଷ୍ଟକର ସମୟରେ ସମସ୍ତେ ପରିବାର ସହ ଅଛନ୍ତି ବୋଲି ସେ ଶୋକସନ୍ତପ୍ତ ମା’ ବାପା ଏବଂ ଅନ୍ୟ ସମ୍ପର୍କୀୟଙ୍କୁ ଆଶ୍ୱାସନା ଦେଇଛନ୍ତି। ଶହୀଦ୍‌ ଅଜିତ୍‌ଙ୍କ ସ୍ମୃତିରକ୍ଷା ପାଇଁ ଗ୍ରାମ ଖେଳପଡ଼ିଆକୁ ତାଙ୍କ ନାମରେ ନାମିତ କରାଯିବ। ପଡ଼ିଆର ଉନ୍ନତୀକରଣ ସହ ସେଠାରେ ଅଜିତଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ। ଏଥିପାଇଁ ଆବଶ୍ୟକ ଖର୍ଚ୍ଚ ଏମ୍‌ପିଙ୍କ ହାତପାଣ୍ଠିରୁ କରାଯିବ ବୋଲି ମହେଶ ପ୍ରତିଶ୍ରୁତି ଦେଇଛନ୍ତି।
ଶହୀଦଙ୍କ କଫିନ୍‌ରେ ବିଜେଡି ପତାକା ଘୋଡ଼ାଯିବା ଘଟଣାକୁ ଏମ୍‌ପି ତୀବ୍ର ନିନ୍ଦା କରିଛନ୍ତି। ମରଶରୀରରେ ଜାତୀୟ ପତାକା ଉପରେ ଦଳୀୟ ପତାକା ପଡ଼ିବା ନିନ୍ଦନୀୟ। କୌଣସି ବ୍ୟକ୍ତି ଭାବପ୍ରବଣ ହୋଇ ଏପରି କାର୍ଯ୍ୟ କରିଥାଇପାରନ୍ତି ବୋଲି ସେ କହିଛନ୍ତି। ସେହିପରି ଦେଶରେ ବଢୁଥିବା ଆତଙ୍କବାଦୀ ଆକ୍ରମଣ ଘଟଣାକୁ ନେଇ ସେ ଭାଜପା ସରକାରଙ୍କ ଉପରକୁ ଅଙ୍ଗୁଳି ନିର୍ଦ୍ଦେଶ କରିଛନ୍ତି। ସେ କହିଛନ୍ତି, କେନ୍ଦ୍ରରେ ଏନ୍‌ଡିଏ ଶାସନ କାଳରେ ଅଜିତଙ୍କ ଭଳି ୪୭୦ ଯବାନ ଶହୀଦ ହୋଇଛନ୍ତି। ଆତଙ୍କବାଦୀ କାର୍ଯ୍ୟକଳାପ ରୋକିବା ଦିଗରେ କେନ୍ଦ୍ର ସରକାରଙ୍କ ଆଭିମୁଖ୍ୟ ଆହୁରି ଦୃଢ଼ ହେଉ। ଏ ଦିଗରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଆବଶ୍ୟକ ବୋଲି ସେ ମତ ରଖିଛନ୍ତି।
ଏମ୍‌ପିଙ୍କ ଏହି ଗସ୍ତ ସମୟରେ ପୁରୀ ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟଙ୍କ ରାଷ୍ଟ୍ରୀୟ ସମ୍ପର୍କ ଅଧିକାରୀ ମାତୃପ୍ରସାଦ ମିଶ୍ର, ଜିଲା ଯୁବ ବିଜେଡି ସଭାପତି ଧର୍ମାନନ୍ଦ ପରିଡ଼ା, ପରଜଙ୍ଗ ବ୍ଲକ ଅଧ୍ୟକ୍ଷ ଅକ୍ଷୟ ବେହେରା, ହିନ୍ଦୋଳ ବ୍ଲକ ଅଧ୍ୟକ୍ଷ ପ୍ରିୟରଞ୍ଜନ ମାହୁନ୍ତ, ସରପଞ୍ଚ ପଠାଣି ସାମନ୍ତ ଖୁଣ୍ଟିଆ, ସମିତିସଭ୍ୟ ରଶ୍ମିରଞ୍ଜନ ଖୁଣ୍ଟିଆ, ବାରୁଅଁା (କା) ସମିତିସଭ୍ୟ ଦୀପକ ମାହୁନ୍ତ, ଯୁବନେତା ଲିକୁ ନାୟକ, ମଦନ ବେହେରା, ଅଶୋକ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ଆକ୍ରମଣ: ୨ ମୃତ

ଲଣ୍ଡନ, ୧୮।୮: ୟୁକ୍ରେନ୍‌ସ୍ଥିତ ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୩ଜଣ ଆହତ ହୋଇଛନ୍ତି। ଭାରତୀୟ ଶିଳ୍ପପତି ଲକ୍ଷ୍ମୀ ମିତ୍ତଲଙ୍କ ମାଲିକାନାରେ…

ପୁରୁଣା ଗାଡ଼ି ପାଇଁ ଫେରିପାରେ E10 ପେଟ୍ରୋଲ! ଚିନ୍ତା ଦୂର କରିବାକୁ ମୁଖ୍ୟ ଆର୍ଥିକ ପରାମର୍ଶଦାତାଙ୍କ ପ୍ରସ୍ତାବ

ନୂଆଦିଲ୍ଲୀ,୧୮।୮: ବର୍ତ୍ତମାନ ଫ୍ଲେକ୍ସ ଫ୍ୟୁଏଲ ବା ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ବିଭିନ୍ନ ସ୍ତରରେ ବିବାଦ ମୁଣ୍ଡ ଟେକିଛି। ଏହି କିସମର ଇନ୍ଧନ ବ୍ୟବହାର ଦ୍ୱାରା ମାଇଲେଜ୍‌…

ବିଶ୍ୱର ସର୍ବକନିଷ୍ଠ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ହୋଇ ବିଶ୍ୱରେକର୍ଡ

ନୂଆଦିଲ୍ଲୀ, ୧୮।୮: ଭାରତୀୟ ବଂଶୋଦ୍ଭବ ଦୁବାଇର ୧୬ ବର୍ଷୀୟ ଲକ୍ଷ୍ମଣନ୍‌ ମେୟାପ୍ପନ ବିଶ୍ୱର ସବୁଠାରୁ କନିଷ୍ଠ ପୁରୁଷ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ)ହେବାର ଗୌରବ ଅର୍ଜନ କରିଛନ୍ତି। ମାତ୍ର…

ମୁରଥଲ ଢାବାରେ ରୋବଟ୍ ୱେଟର! ଗ୍ରାହକଙ୍କୁ ପରଷୁଛି ମନପସନ୍ଦର ଖାଦ୍ୟ

ମୁରଥଲ,୧୮।୮: ସ୍ବାଦିଷ୍ଟ ଗରମ ପରଠା ଏବଂ ପାରମ୍ପରିକ ଖାଦ୍ୟ ପାଇଁ ପ୍ରସିଦ୍ଧ ହରିୟାଣାର ମୁରଥଲ ଏବେ ଚର୍ଚ୍ଚାରେ । ଏଠାରେ ଥିବା ‘ରେଶମ ଢାବା’ରେ ଗ୍ରାହକମାନଙ୍କୁ ଏକ…

ତାମିଲନାଡୁ ମନ୍ତ୍ରୀଙ୍କ ଏମିତି କଥାରେ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୮।୮: ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ତାମିଲନାଡୁ ବିଧାନସଭାରେ ତାଙ୍କର ଜଣେ ମନ୍ତ୍ରୀଙ୍କ ପକ୍ଷରୁ କ୍ଷମା ମାଗିବାକୁ ପଡିଲା। ତାମିଲନାଡୁ ମନ୍ତ୍ରୀ ରଞ୍ଜିତ କୁମାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ…

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri