Posted inଜାତୀୟ

ଶହୀଦ ଘୋଷିତ ହୋଇଥିବା ଯବାନ ଜୀବିତ ହେଲେ: ଫୋନ୍‌ କରି ସ୍ତ୍ରୀଙ୍କୁ କହିଲେ ଠିକ ଅଛି

ନୂଆଦିଲ୍ଲୀ, ୧୭।୬: ଲଦାଖଠାରେ ଭାରତ ଚାଇନା ସୀମାରେ ଥିବା ଗଲଓ୍ବାନ ଘାଟିରେ ଦୁଇପକ୍ଷଙ୍କ ମଧ୍ୟରେ ହୋଇଥିବା ହିଂସକ ସଂଘର୍ଷରେ ବିହାର ସାରଣ ଜିଲାର ଯବାନ ସୁନୀଲ କୁମାର ଶହୀଦ ହୋଇଥିବା ଖବର ମିଳିଥିଲା। ତେବେ ପ୍ରକୃତରେ ଭୁଲ ବଶତଃ ଏଭଳି ସୂଚନା ଦିଆଯାଇଥିଲା। ଖବର ମିଳିବା ପରେ ଦୀଘରା ପରସା ଗାଁରେ ବାସ କରୁଥିବା ସୁନୀଲଙ୍କ ପରିବାର ସଦସ୍ୟ ଏବଂ ଗ୍ରାମବାସୀ ଦୁଃଖରେ ଭାଙ୍ଗି ପଡ଼ିଥିଲେ। ତେବେ ବୁଧବାର ସୁନୀଲଙ୍କ ଫୋନ୍‌ ଆସିଲା ସେ ସ୍ତ୍ରୀ ମେନକାଙ୍କ ସହିତ କଥାବାର୍ତ୍ତା କରିଛନ୍ତି। ସେ ଠିକ୍‌ ଥିବା ସୁନୀଲ କହିଛନ୍ତି। ମଙ୍ଗଳବାର ସନ୍ଧ୍ୟାରେ ସୁନୀଲଙ୍କ ଶହୀଦ ହେବା ଖବର ପାଇ ମେନକା କାନ୍ଦି କାନ୍ଦି ବେହୋସ ହୋଇଯାଇଥିଲେ। ଏବେ ସୁନୀଲଙ୍କ ସହିତ କଥା ହେବା ପରେ ତାଙ୍କ ମୁହଁରେ ହସ ଫୁଟିଛି। ସୂଚନା ଯୋଗ୍ୟ, ଲଦାଖରେ ମୁତୟନ ଥିବା ଯବାନ ସୁନୀଲ ଶହୀଦ ହୋଇଥିବାବେଳେ ଜୀବିତ ସୁନୀଲ ଲେହରେ କାର୍ଯ୍ୟ କରୁଛନ୍ତି। ଉଭୟଙ୍କର ପିତାଙ୍କ ନାମ ମଧ୍ୟ ସୁଖଦେଓ ରାୟ। ତେଣୁ ସୂଚନା ଦେବାରେ ଭୁଲ୍‌ ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ଦମ୍ପତିଙ୍କ ସହ ଚାଲିଗଲା ୪ ଜୀବନ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୪ା୯: ମଣିପୁରର ତାମେଙ୍ଗଲୋଙ୍ଗ ଜିଲାରେ ରବିବାର ୨ଟି ଘଟଣାରେ ସଶସ୍ତ୍ର ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ ୬ ବର୍ଷର ବାଳକ ଆହତ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?