ଶହୀଦ ଦିବସ ଉପଲକ୍ଷେ ବିଏସ୍‌ଏଫ୍‌ ପକ୍ଷରୁ ପାନୀୟ ଜଳ ବଣ୍ଟନ

ମାଲକାନଗିରି,୨୦।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମାର ଏମ୍‌ଭି-୩ସ୍ଥିତ ବିଏସ୍‌ଏଫ୍‌ର ୧୬୦ ବାଟାଲିୟନ ପକ୍ଷରୁ ସୋମବାର ୫ମ ଗୁରୁ ଶହୀଦ ଅର୍ଜୁନ ଦେବ ସାହାବଙ୍କ ଶହୀଦ ଦିବସ ପାଳିତ ହୋଇଯାଇଛି। ଏହି ଅବସରରରେ ବିଏସ୍‌ଏଫ୍‌ ପକ୍ଷରୁ ଏମ୍‌ଭି-୩ସ୍ଥିତ କ୍ୟାମ୍ପ ପରିସରରେ ଗୁରୁଙ୍କ ପାରମ୍ପରିକ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଇଛି। ଜିଲାରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ସୋମବାର ତାପମାତ୍ରା ପ୍ରାୟ ୪୦ ଡିଗ୍ରୀ ହୋଇଛି। ତେଣୁ ଅଂଶୁଘାତରୁ ରକ୍ଷା ପାଇଁ ବିଏସ୍‌ଏଫ୍‌ ପକ୍ଷରୁ ପଥିକଙ୍କୁ ସରବତ ଓ ପ୍ରସାଦ ବଣ୍ଟନ କରାଯାଇଛି। ଏଥିରେ ବିଏସ୍‌ଏଫ୍‌ର କମାଣ୍ଡାଣ୍ଟ ରାକେଶ କୁମାରଙ୍କ ନେତୃତ୍ୱରେ ଡେପୁଟି କମାଣ୍ଡାଣ୍ଟ ଭାସ୍କର ତିୱାରୀ, ଡ. ରଜନୀକାନ୍ତ, ଉମେଶ ୟାରାଗଟି ଓ ଏସ୍‌ଆଇ ମୁକେଶ କୁମାର ପ୍ରମୁଖ ଯୋଗଦେଇ ଏହାକୁ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?