Posted inଜାତୀୟ

ଶହୀଦ ପିତାଙ୍କୁ ମୁଖାଗ୍ନି ଦେଲେ ୩ମାସର ଝିଅ

ଚଣ୍ଡିଗଡ଼,୧୭।୧: ଜମ୍ମୁ-କଶ୍ମୀର କୁପଓ୍ବାଡା ଜିଲାର ଉରି ସେକ୍ଟରରେ ମୁତୟନ ହୋଇଥିବା ୪୫ରାଷ୍ଟ୍ରୀୟ ରାଇଫଲ ଗ୍ରେନେଡିୟର ରଣଜୀତ ସିଂହ ଶହୀଦ ହୋଇଛନ୍ତି। ନିକଟରେ ବରଫ ଝଡ଼ରେ ଚାପି ହେବାରୁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଶୁକ୍ରବାର ତାଙ୍କର ମର ଶରୀର ଗୁରୁଦାସପୁରସ୍ଥିତ ଦିନାନଗର କସବେର ସିଦ୍ଧପୁର ଗାଁରେ ପହଞ୍ଚିଥିଲା। ଶହୀଦଙ୍କ ମର ଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ ଦେଖାଦେଇଥିଲା। ତାଙ୍କ ଅନ୍ତିମ ଦର୍ଶନ ପାଇଁ ଗାଁଲୋକଙ୍କ ଭିଡ଼ ଜମିଥିଲା। ଏହାପରେ ତାଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତୋପ ସଲାମି ଦିଆଯାଇଥିଲା। ଶହୀଦଙ୍କ ୩ମାସର ଝିଅ ପିତାଙ୍କୁ ମୁଖାଗ୍ନି ଦେବା ବେଳେ ସେଠାରେ ଏକ ଭିନ୍ନ ପରିବେଶ ସୃଷ୍ଟି ହୋଇଥିଲା। ପିତା କ’ଣ ବୁଝିବା ପୂର୍ବରୁ ୩ ମାସ ଝିଅର ମୁଖାଗ୍ନି ଦେବାର ଦୃଶ୍ୟ ସମସ୍ତଙ୍କୁ ବ୍ୟଥିତ କରିଥିଲା।

ଅପରପକ୍ଷେ ଶହୀଦଙ୍କ ପରିବାରବର୍ଗଙ୍କୁ ସରକାରଙ୍କ ପକ୍ଷରୁ ସମସ୍ତ ସହାୟତା ଯୋଗାଇ ଦିଆଯିବ ବୋଲି ଡେପୁଟି କମିଶନର କହିଛନ୍ତି। ସେହିପରି ପଞ୍ଜାବ ସରକାର ମଧ୍ୟ ସହାୟତା ଯୋଗାଇ ଦେବା ସହ ଶହୀଦ ରଣଜୀତ ସିଂହଙ୍କ ଏକ ସ୍ମାରକ ତିଆରି କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ତେବେ ଶହୀଦ ରଣଜୀତ ଘରର ଏକମାତ୍ର ରୋଜଗାରିଆ ହୋଇଥିବାରୁ ତାଙ୍କ ପରିବାରର ପ୍ରତିପୋଷଣ ପାଇଁ ତାଙ୍କ ଘରର ଜଣଙ୍କୁ ସରକାରୀ ଚାକିରି ଦିଆଯାଉ ବୋଲି ତାଙ୍କ ବାପା ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?