ଶହୀଦ ବିଭୀଷଣ ସାହୁ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟ: ସେମିରେ ବୀରମହାରାଜପୁର

ଅମରପାଲି, ୧୬।୧୦ (ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ପଣ୍ଡିଆପାଲି ଖେଳ ପଡିଆରେ ଚାଲିଥିବା ୧୦ମ ଶହୀଦ ବିଭୀଷଣ ସାହୁ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟରେ ବୁଧବାର ତିନୋଟି ମ୍ୟାଚ ଖେଳା ହୋଇଛି। ପ୍ରଥମ ମ୍ୟାଚ ମହଦା ପଞ୍ଚାୟତ ଦଳ ଓ ସହରାପାଲି ମଧ୍ୟରେ ହୋଇଥିଲା। ମହଦା ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୦ ଓଭରରେ ୫ ଉଇକେଟ ହରାଇ ୯୧ ରନ କରିଥିଲା। ଯବାବରେ ସହରାପାଲି ନିର୍ଦ୍ଧାରିତ ୧୦ଓଭରରେ ୫ଉଇକେଟ ହରାଇ ୭୨ ରନ କରି ପରାସ୍ତ ହୋଇଥିଲା। ଦ୍ୱିତୀୟ ମ୍ୟାଚ ବୀରମହାରାଜପୁର ଓ ନ୍ୟୁଷ୍ଟାର ସୋନପୁର ମଧ୍ୟରେ ହୋଇଥିଲା। ବୀରମହାରାଜପୁର ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୦ଓଭରରେ ୪ ଉଇକେଟ ହରାଇ ୧୨୮ ରନ କରିଥିଲା। ଦଳର ବିଷ୍ଣୁ ୩୪ ବଲରୁ ୮୫ ରନ କରିଥିଲେ। ସୋନପୁର ଦଳ ନିର୍ଦ୍ଧାରିତ ୧୦ ଓଭରରେ ୩ ଉଇକେଟ ହରାଇ ୧୦୦ରନ କରି ପରାସ୍ତ ହୋଇଥିଲା । ଦଳ ପକ୍ଷରୁ ଶକ୍ତି ୪୦ ରନ କରିଥିଲେ। ତୃତୀୟ ମ୍ୟାଚ ପ୍ରଥମ ମ୍ୟାଚ ଓ ଦ୍ୱିତୀୟ ମ୍ୟାଚର ବିଜେତା ଦଳ ମଧ୍ୟରେ ହୋଇଥିଲା। ବୀରମହାରାଜପୁର ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୮ ଓଭରରେ ୬ ଉଇକେଟ ହରାଇ ୧୧୪ରନ କରିଥିଲା। ଦଳ ପକ୍ଷରୁ ବିଶାଳ ୨୫ ରନ କରିଥିଲେ। ମହଦା ପଞ୍ଚାୟତ ଦଳ ୧୧୫ ରନକୁ ପିଛା କରି ନିର୍ଦ୍ଧାରିତ ୮ ଓଭରରେ ୫ ଉଇକେଟ ହରାଇ ୬୩ ରନ କରିଥିଲା । ବୀରମହାରାଜପୁର ବିଜୟୀ ହୋଇ ତୃତୀୟ ଦଳ ଭାବେ ସେମିଫାଇନାଲରେ ପ୍ରବେଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri