ଶହୀଦ ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ବାଲିଗୁଡା,୯ା୮(ଡି.ଏନ.ଏ.)-କନ୍ଧମାଳ ଜିଲା ବାଲିଗୁଡା ନୂଆସାହିରର ଜଣେ ବିଏସ୍‌ଏଫ୍‌ ଯବାନ ପଶ୍ଚିମବଙ୍ଗର ଶାନ୍ତିନଗର ବାଲାଂଦେଶ ବର୍ଡରରେ କର୍ତ୍ତବ୍ୟରତ ସମୟରେ ସହୀଦ ହୋଇଛନ୍ତି। ସେ ହେଲେ ନୂଆସାହିର ବିଜୟ କୁମାର ପାତ୍ରଙ୍କ ପୁଅ ଦୀନେଶ କୁମାର ପାତ୍ର। ଦିନେଶ ବିଏସ୍‌ଏଫ୍‌ ୧୪୬ନଂ ବାଟାଲିୟନରେ କାର୍ଯ୍ୟ କରୁଥିଲେ। ସୀମାରେ ଡ୍ୟୁଟିରେ ଥିବାବେଳେ ୩ଦିନ ତଳେ ବିଳମ୍ବିତ ରାତିରେ ସେ ସହୀଦ ହୋଇଥିଲେ। ଗୁରୁବାର ତାଙ୍କ ମରଶରୀର ବାଲିଗୁଡା ଅଣାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ବାଲିଗୁଡା ସହରଠାରୁ ନୂଆସାହିକୁ ତାଙ୍କ ମରଶରୀରକୁ ଶୋଭାଯାତ୍ରାରେ ନିଆଯାଇଥିଲା। ନୂଆସାହି ଶ୍ମଶାନରେ ରାଷ୍ଟ୍ରୀୟ ସଲାମି ଜଣାଇବା ସହ ତୋପ ସଲାମି ଦିଆଯାଇଥିଲା। ବାଲିଗୁଡା ବିଧାୟକ ଚକ୍ରମଣି କହଁର, ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ, ଏସ୍‌ଡିପିଓ ବିନୀତ ଅଗ୍ରୱାଲଙ୍କ ବହୁ ସ୍ଥାନୀୟ ନେତା ଓ ଜନସାଧାରଣ ଶୋଭାଯାତ୍ରାରେ ଶ୍ମଶାନକୁ ଯାଇ ସହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ପ୍ରଶାସନ ତରଫରୁ ସମସ୍ତ ସହଯୋଗ କରାଯିବ ବୋଲି ଉପଜିଲାପାଳ ଭାଉସାହେବ କହିଛନ୍ତି। ପ୍ରକାଶ ଯେ, ୨୦୦୭ରେ ଦିନେଶ ବିଏସ୍‌ଏଫ୍‌ରେ ଭର୍ତ୍ତି ହୋଇଥିଲେ। ୨ବର୍ଷ ତଳେ ତାଙ୍କର ବିବାହ ହୋଇଥିବାବେଳେ ବର୍ଷକର ଶିଶୁକନ୍ୟା ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

କାର-ବୁଲେଟ୍ ମୁହାଁମୁହିଁ ଧକ୍କା, ଚାଲିଗଲା ବିଏସଏଫ ଯବାନଙ୍କ ଜୀବନ

ରିଆମାଳ,୧୬।୮(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ଥାନା କଟାସର ଶିବ ମନ୍ଦିର‌ ଘାଟିରେ ଶନିବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିଲା ।…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri