Posted inଖେଳ

ଶହୀଦ ସ୍ପୋର୍ଟିଂ କ୍ରିକେଟର ଅଫ୍‌ ଦି ଇୟର ପୁରସ୍କାର : ରାଜେଶ, ପ୍ରିୟଙ୍କା ପୁରସ୍କୃତ

ଭୁବନେଶ୍ୱର, ୧୧।୮(ସ୍ପୋଟର୍‌ସ ବ୍ୟୁରୋ): ଜଣାଶୁଣା କ୍ରିକେଟ କ୍ଲବ ଶହୀଦ ସ୍ପୋର୍ଟିଂ ଆନୁକୂଲ୍ୟରେ ରବିବାର ବାର୍ଷିକ କ୍ରୀଡ଼ା ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଛି। ରାଜ୍ୟର ଦୁଇ ସଫଳ କ୍ରିକେଟର ରାଜେଶ ମହନ୍ତି ଓ ପ୍ରିୟଙ୍କା ପ୍ରିୟଦର୍ଶନୀ ସାହୁଙ୍କୁ ଶହୀଦ ସ୍ପୋଟର୍ିଂ- ମାରୁତି ଇଷ୍ଟେଟ ଇଣ୍ଡିଆ କ୍ରିକେଟର ଅଫ୍‌ ଦି ଇୟର ପୁରସ୍କାର ପ୍ରଦାନ କରାଯାଇଛି। ୨୦୧୮-୧୯ ସିଜନରେ ରଣଜୀ ଟ୍ରଫିରେ ସଫଳ ପ୍ରଦର୍ଶନ କରିଥିବା ରାଜେଶଙ୍କୁ ୨୭ତମ କ୍ରିକେଟ ଅଫ୍‌ ଦି ଇୟର ପୁରସ୍କାର ପ୍ରଦାନ କରାଯିବାକୁ ନିଷ୍ପତ୍ତି ନିଆଯାଇଥିଲା। ତେବେ ରାଜେଶ ମହାନ୍ତ ଦୁଲୀପ ଟ୍ରଫି ଖେଳିବାକୁ ଯାଇଥିବାରୁ ଉତ୍ସବରେ ଅନୁପସ୍ଥିତ ରହିଥିଲେ। ତାଙ୍କ ପାଇଁ ଅନ୍ୟତମ କ୍ରିକେଟର ଦୀପକ ମଙ୍ଗରାଜ ଏହି ପୁରସ୍କାର ଗ୍ରହଣ କରିଥିଲେ। ସେହିପରି ଗତ ସିଜନରେ ସଫଳ ପ୍ରଦର୍ଶନ ପାଇଁ ପ୍ରିୟଙ୍କାଙ୍କୁ ଷଷ୍ଠ ମହିଳା କ୍ରିକେଟର ଅଫ୍‌ ଦି ଇୟର ପୁରସ୍କାର ପ୍ରଦାନ କରାଯାଇଛି। ପୁରସ୍କାର ବାବଦରେ ସ୍ବତନ୍ତ୍ର ଟଫି ସହ ବ୍ଲେଜର ଓ ୩୧ ହଜାର ଟଙ୍କାର ଚେକ୍‌ ପ୍ରଦାନ କରାଯାଇଥିଲା। କ୍ଲବ ସମ୍ପାଦକ ପଙ୍କଜ ପଟ୍ଟନାୟକ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ବିଧାୟକ ଅନନ୍ତ ନାରାୟଣ ଜେନା ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ। ସେହିପରି କ୍ରୀଡ଼ା ପୁରସ୍କାର ପ୍ରାୟୋଜକ ମାରୁତି ଇଷ୍ଟେଟ ଇଣ୍ଡିଆର ପରିଚାଳନା ନିର୍ଦ୍ଦେଶକ ଜିତେନ୍ଦ୍ର ପ୍ରସାଦ ସିଂ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ। ଏହି ସାମାରୋହକୁ ବରିଷ୍ଠ କ୍ରୀଡ଼ା ସାମ୍ବାଦିକ ସମ୍ବିତ ମହାପାତ୍ର ସଂଯୋଜନା କରିଥିଲେ।
ରାଜ୍ୟର କ୍ରିକେଟ ଖେଳାଳିଙ୍କୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ପ୍ରଦାନ କରାଯାଇ ଆସୁଥିବା ଏହି ଏକମାତ୍ର ବାର୍ଷିକ କ୍ରିକେଟ ପୁରସ୍କାର ୧୯୯୨-୯୩ ସେସନରୁ ଆରମ୍ଭ ହୋଇଥିଲା। ରଞ୍ଜୀବ ବଶ୍ୱାଳ, ପି. ଜୟଚନ୍ଦ୍ର, ରଶ୍ମୀରଞ୍ଜନ ପରିଡ଼ା, ପ୍ରଶାନ୍ତ ମହାପାତ୍ର, ଦେବାଶିଷ ମହାନ୍ତି, ପ୍ରଭଞ୍ଜନ ମଲିକ, ଶିବସୁନ୍ଦର ଦାସ, ସଞ୍ଜୟ ଶତପଥୀ, ବି.ବି.ସି.ସି. ମହାପାତ୍ର, ଦୀପକ ମଙ୍ଗରାଜ, ବସନ୍ତ ମହାନ୍ତି, ଧୀରଜ ସିଂ, ବିପ୍ଳବ ସାମନ୍ତରାୟ, ନଟରାଜ ବେହେରା, ଦୀପ ବେହେରା, ଗୋବିନ୍ଦ ପୋଦ୍ଦାର, ଶୁଭ୍ରାଂଶୁ ସେନାପତି ଓ ରାଜେଶ ଧୂପରଙ୍କୁ ପୂର୍ବରୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଏମାନଙ୍କ ମଧ୍ୟରୁ କେତେକ କ୍ରିକେଟ ଏହି ପୁରସ୍କାର ଏକାଧିକ ବାର ହାସଲ କରିଛନ୍ତି। ସେହିପରି ୨୦୧୩-୧୪ରେ ପ୍ରଥମ କରି ମହିଳା କ୍ରିକେଟର ଅଫ୍‌ ଦି ଇୟର ପୁରସ୍କାର ପ୍ରଦାନ କରାଯିବା ଧାରା ଆରମ୍ଭ ହୋଇଥିଲା। କ୍ରୀଡ଼ା ସାମ୍ବାଦିକ ସନାତନ ପାଣି, ସୁଶାନ୍ତ ମହାନ୍ତି, ସୁରେଶ ସ୍ବାଇଁ, ସମ୍ବିତ ମହାପାତ୍ର, ସମୀକ୍ଷା ପଟ୍ଟନାୟକ, ସଞ୍ଜୀବ ବିଶ୍ୱାଳ, ତପନ ସ୍ବାଇଁ, ନିରଞ୍ଜନ ରେଡ୍ଡୀ, ଉମାକାନ୍ତ ମିଶ୍ର ଓ ସମୀର ରାଉତ୍‌, ପ୍ରାୟୋଜକ ଜିତେନ୍ଦ୍ର ପ୍ରସାଦ ସିଂ ଓ କ୍ଲବ ସମ୍ପାଦକ ପଙ୍କଜ ପଟ୍ଟନାୟକଙ୍କୁ ନେଇ ଗଠିତ ଜୁରି କମିଟି ପୁରସ୍କାର ପାଇଁ ରାଜେଶ ଓ ପ୍ରିୟଙ୍କାଙ୍କ ନାମ ଚୟନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri