ଶହେ ପ୍ରଭାବଶାଳୀ ମହିଳାଙ୍କ ତାଲିକାରେ ଇନ୍ଦିରା ଗାନ୍ଧୀ, ଅମୃତ କୌର

ଓ୍ବାଶିଂଟନ,୭।୩: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଓ ସ୍ବାଧିନତା ସଂଗ୍ରାମୀ ଅମୃତ କୌରଙ୍କୁ ଟାଇମ୍‌ ମାଗାଜିିନର ୧୦୦ ପ୍ରଭାବଶାଳୀ ମହିଳାଙ୍କ ତାଲିକାରେ ସାମିଲ କରାଯାଇଛି। ଟାଇମ୍‌ ମାଗାଜିନ୍‌ ଦ୍ୱାରା ୧୯୪୭ ଓ ୧୯୭୬ ପାଇଁ କ୍ରମଶଃ ଅମୃତ କୌର ଓ ଇନ୍ଦିରା ଗାନ୍ଧୀଙ୍କୁ ଓମେନ ଅଫ୍‌ ଦ ଇୟର ଦର୍ଶାଇ ଏକ ବିଶେଷ ସଂସ୍କରଣ ପ୍ରକାଶ କରିଛି। ଟାଇମର କର୍ମଚାରୀ ଓ ବିଶେଷଜ୍ଞଙ୍କ ଦ୍ୱାରା କିଛି ମାସ ଧରି କରାଯାଇଥିବା ପ୍ରକ୍ରିୟା ପରେ ୬ଶହ ଆବେଦନରୁ ଶହେ ପ୍ରଭାବଶାଳୀ ମହିଳାଙ୍କ ତାଲିକା ପ୍ରକାଶ କରାଯାଇଥିଲା। ସୂଚନାଯୋଗ୍ୟ, ଗତ ୭୨ ବର୍ଷ ହେବ ଟାଇମ ମାଗାଜିନ ‘ମ୍ୟାନ ଅଫ ଦି ଇୟର’ପ୍ରକାଶିତ କରୁଥିଲେ। ଯେଉଁଥିରେ ବହୁ ପ୍ରଭାବଶାଳୀ ପୁରୁଷ ଯେମିତିକି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ଉଦ୍ଦ୍ୟୋଗପତି ଆଦିଙ୍କୁ ସାମିଲ କରାଯାଉଥିଲା। ୧୯୯୯ରେ ଏହାକୁ ପରିବର୍ତ୍ତନ କରାଯାଇ ‘ପର୍ସନ ଅଫ୍‌ ଦ ଇୟର’ କରାଗଲା। ଏବେ ଏହି ମାଗାଜିନ ଶହେ ପ୍ରଭାବଶାଳୀ ମହିଳାଙ୍କୁ ସାମ୍ନାକୁ ଆଣିବାକୁ ଚେଷ୍ଟା କରିଛି ଯେଉଁମାନଙ୍କର ବ୍ୟକ୍ତିତ୍ୱ ଆଢୁଆଳରେ ରହିଯାଉଥିଲା। ଯେଉଁ ପଦପାଇଁ କେବଳ ପୁରୁଷଙ୍କୁ ବଛା ଯାଉଥିଲା ଏବେ ସେହି ସ୍ଥାନରେ ମହିଳାମାନେ ମଧ୍ୟ ଅଧିଷ୍ଠିତ ହେଲେଣି। ଏବେ ପ୍ରକାଶିତ ଶହେ ପ୍ରଭାବଶାଳୀ ମହିଳାଙ୍କ ତାଲିକାରେ ଡିଜାଇନର କୋକୋ ଚେନଲ, ଲେଖିକା ବର୍ଜିନା ବୁଲ୍‌ଫ, ମହାରାଣୀ ଏଲିଜାବେଥ, ଅଭିନେତ୍ରୀ ମାର୍ଲିନ ମୋନରୋ, ରାଜକୁମାରୀ ଡାଏନା, ଚାଇନା ଫାର୍ମାସିଷ୍ଟ ଟୁ ୟୁୟୁ ଓ ଆମେରିକାର ପୂର୍ବତନ ଫାଷ୍ଟ ଲେଡି ମିଶେଲ ଓବାମାଙ୍କୁ ମଧ୍ୟ ସ୍ଥାନ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

ଭାରତୀୟ ନୌସେନାରେ ସାମିଲ ହେଲା INS ମହେନ୍ଦ୍ରଗିରି, ଓଡ଼ିଶାକୁ ପ୍ରଶଂସା କଲେ ରାଜନାଥ

ବିଶାଖାପାଟଣା,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଶନିବାର ବିଶାଖାପାଟଣା ଡକୟାର୍ଡରେ ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ଯୁଦ୍ଧଜାହାଜ INS ମହେନ୍ଦ୍ରଗିରିକୁ ଲୋକାର୍ପିତ କରିଛନ୍ତି। ଏହା ସହିତ ଯୁଦ୍ଧଜାହାଜ…

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

ଜୟପୁର,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

ବୁଡ଼ିଗଲା ବୋଟ୍‌, ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ

ହାନୋଇ,୧୧ା୭: ଦକ୍ଷିଣ ଭିଏତନାମାର ଫୁ କ୍ୱୋକ୍‌ ଦ୍ୱୀପ ନିକଟରେ ଏକ ସ୍ପିଡ୍‌ ବୋଟ୍‌ ବୁଡ଼ିଯିବାରୁ ଅତି କମ୍‌ରେ ୧୫  ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି ବୋଲି ସ୍ଥାନୀୟ…

ଗୁଡ଼ାରୀକୁ ରେଳପଥ ସଂଯୋଗ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି, ଗୋପାଳପୁର-ରାୟଗଡ଼ା…

ଗୁଡ଼ାରୀ,୧୧ା୭(ପ୍ରମୋଦ କୁମାର ପତି): କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଗୋପାଳପୁର-ରାୟଗଡ଼ା ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(FLS)ରେ ସାମାନ୍ୟ ପରିବର୍ତ୍ତନ କରି ଗୁଡ଼ାରୀକୁ ରେଳ ସଂଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri