ଶାଗୁଆନ କାଠ ସହ ୩ ବାଇକ୍‌ ଜବତ, ୧ ଗିରଫ

କପ୍ତିପଦା,୨୭ା୪(ଡି.ଏନ.ଏ)- ମୟୂରଭଞ୍ଜ କପ୍ତିପଦା ବ୍ଲକ୍‌ ଅଧୀନ ଜଡିଦା ବିଦ୍ୟାଳୟ ନିକଟରୁ ବନବିଭାଗ ଶାଗୁଆନ କାଠ ସହ ୩ଟି ବାଇକ ଜବତ୍‌ କରିଛି। ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ହେଲେ ଶିଶିର ବେହେରା। ଏନେଇ ବନ ବିଭାଗ ପକ୍ଷରୁ ଏକ ମାମଲା ରୁଜୁ ହୋଇଛି। ସୂଚନା ଅନୁଯାୟୀ, ଶାଗୁଆନ କାଠ ନେଇ ଆସୁଥିବା ଅଭିଯୁକ୍ତମାନେ ବନବିଭାଗ କର୍ମଚାରୀଙ୍କୁ ଦେଖି ଗାଡ଼ି ଛାଡ଼ି ଜଙ୍ଗଲ ଭିତରକୁ ପଳାଇଥିଲେ । ସେମାନଙ୍କ ମଧ୍ୟରୁ ବନ କର୍ମଚାରୀମାନେ ଜଣଙ୍କୁ କାବୁ କରିବାରେ ସକ୍ଷମ ହେବା ସହିତ ୩ଟି ବାଇକ୍‌ ଓ କାଠ ଜବତ କରିଥିଲେ। ରେଞ୍ଜର ମହେଶ୍ୱର ସିଂଙ୍କ ସମେତ ଫରେଷ୍ଟ ଗାର୍ଡ଼ ଅଞ୍ଜନ କୁମାର ଲେଙ୍କା ଏବଂ ବନ ବିଭାଗ କର୍ମଚାରୀମାନେ ଚଢାଉରେ ସାମିଲ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ପ୍ରେମ ପଡିଲା ମହଙ୍ଗା, ବିବାହ ପାଇଁ ଘରକୁ ଡାକି ଜୀବନରୁ ମାରିଦେଲେ ପ୍ରେମିକାର ପରିବାର ଲୋକେ

ନୂଆଦିଲ୍ଲୀ,୧୧।୧୨: ତେଲେଙ୍ଗାନାର ସିଙ୍ଗାରେଡି ଜିଲ୍ଲାରୁ ଏକ ହୃହୟବିଦାରକ ହତ୍ୟାକାଣ୍ଡ ଘଟଣା ସାମ୍ନାକୁ ଆସିଛି । ଏକ ଇଞ୍ଜିନିୟର ଛାତ୍ରକୁ ଘରକୁ ଡାକି ପ୍ରେମିକାର ବାପା ମା...

ବୈଜ୍ଞାନିକ କୌଶଳ ବ୍ୟବହାର କରି ଶିମିଳିପାଳ ଅଭୟାରଣ୍ୟରୁ କରୁଥିଲେ ଶିକାର: ୫ କୁଖ୍ୟାତ ଶିକାରୀଙ୍କୁ…. 

ବାରିପଦା,୧୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ୫ଜଣ କୁଖ୍ୟାତ ଶିକାରୀ ଧରା ପଡିଛନ୍ତି । ଶିମିଳିପାଳ ବନ୍ୟଜନ୍ତୁ ବୁଦ୍ଧିମତା ନେଟୱର୍କ ପରି...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri