ଶାଗୁଆନ କାଠ ସହ ୩ ବାଇକ୍‌ ଜବତ, ୧ ଗିରଫ

କପ୍ତିପଦା,୨୭ା୪(ଡି.ଏନ.ଏ)- ମୟୂରଭଞ୍ଜ କପ୍ତିପଦା ବ୍ଲକ୍‌ ଅଧୀନ ଜଡିଦା ବିଦ୍ୟାଳୟ ନିକଟରୁ ବନବିଭାଗ ଶାଗୁଆନ କାଠ ସହ ୩ଟି ବାଇକ ଜବତ୍‌ କରିଛି। ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ହେଲେ ଶିଶିର ବେହେରା। ଏନେଇ ବନ ବିଭାଗ ପକ୍ଷରୁ ଏକ ମାମଲା ରୁଜୁ ହୋଇଛି। ସୂଚନା ଅନୁଯାୟୀ, ଶାଗୁଆନ କାଠ ନେଇ ଆସୁଥିବା ଅଭିଯୁକ୍ତମାନେ ବନବିଭାଗ କର୍ମଚାରୀଙ୍କୁ ଦେଖି ଗାଡ଼ି ଛାଡ଼ି ଜଙ୍ଗଲ ଭିତରକୁ ପଳାଇଥିଲେ । ସେମାନଙ୍କ ମଧ୍ୟରୁ ବନ କର୍ମଚାରୀମାନେ ଜଣଙ୍କୁ କାବୁ କରିବାରେ ସକ୍ଷମ ହେବା ସହିତ ୩ଟି ବାଇକ୍‌ ଓ କାଠ ଜବତ କରିଥିଲେ। ରେଞ୍ଜର ମହେଶ୍ୱର ସିଂଙ୍କ ସମେତ ଫରେଷ୍ଟ ଗାର୍ଡ଼ ଅଞ୍ଜନ କୁମାର ଲେଙ୍କା ଏବଂ ବନ ବିଭାଗ କର୍ମଚାରୀମାନେ ଚଢାଉରେ ସାମିଲ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା।…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri