ଶାନ୍ତ, ଭଦ୍ର, ନମ୍ର ଭାବନା ଉତ୍ତମ ପରିବେଶ ଦିଏ: ଗଜପତି

ସୋରଡ଼ା,୨୭ା୧୨(ଡି.ଏନ୍‌.ଏ.) -ସମାଜରେ ସବୁବର୍ଗର ଜନସାଧାରଣ ଶାନ୍ତ, ଭଦ୍ର, ନମ୍ରତା ଭାବ ରଖିବା ସହ ପ୍ରତିଟି ସମୟରେ ସକାରାତ୍ମକ ଚିନ୍ତାଧାରା ରଖିଲେ ସମାଜକୁ ଉତ୍ତମ ପରିବେଶ କରିହେବ। ସଂସ୍କୃତି, ପରମ୍ପରାକୁ ବଜାୟ ରଖିବା ଗୁରୁଜନ ପ୍ରତି ଭକ୍ତିଭାବ ରଖିବା, ପ୍ରତିଟି ବିଚାର ଧାରାକୁ ଶୃଙ୍ଖଳିତ ଭାବେ ଉପସ୍ଥାପନା କରିବା ହିଁ ଏକ ସୁସ୍ଥ ମାନସିକତା ବୋଲି ଗୁରୁବାର ଏଠାରେ ଆୟୋଜିତ ଅଷ୍ଟାଦଶ ଗୀତାଜ୍ଞାନୀ ଯଜ୍ଞ ଉଦ୍‌ଯାପନ ଉତ୍ସବ ଅବସରରେ ଅନୁଷ୍ଠିତ ପଞ୍ଚଦିବସୀୟ ଆଧ୍ୟାତ୍ମିକ ମହାସମ୍ମିଳନୀ, ସାଧାନା ଶିବିରରେ ଯୋଗ ଦେଇ ଗଜପତି ମହାରାଜା ଦିବ୍ୟସିଂହ ଦେବ କହିଛନ୍ତି। ଗୁରୁବାର ଅପରାହ୍ନରେ ଉଦ୍‌ଘାଟନୀ ଉତ୍ସବରେ ପ୍ରଥମରେ ବେଦପାଠ କରାଯାଇଥିଲା। ଧ୍ୱଜ ଉତ୍ତୋଳନ, ପ୍ରଦୀପ ପ୍ରଜ୍ଜ୍ୱଳନ ପରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସିଥିବା ସାଧୁସନ୍ଥମାନେ ଆଶୀର୍ବଚନ ପ୍ରଦାନ କରିଥିଲେ। ଏଥିରେ ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ଓୟୁଏଟି ପୂର୍ବତନ କୁଳପତି ଡ. ସୁରେନ୍ଦ୍ର ନାଥ ପଶୁପାଳକ, ବଡ଼ଗଡ଼ ରାଜା ସାହେବ କିଶୋର ଚରଣ ସିଂଙ୍କ ସମେତ ୧୧ଜଣ ବିଭିନ୍ନ ପ୍ରାନ୍ତର ସାଧୁମାନେ ମଞ୍ଚାସୀନ ଥିଲେ। ବିଭିନ୍ନ ଜିଲାରୁ ଶହଶହ ସଂଖ୍ୟାରେ ମହିଳା, ପୁରୁଷ ଶିବିରରେ ଯୋଗ ଦେଇଥିଲେ। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଏହା ଚାଲିବ। ହରିଦ୍ୱାର, ରାଞ୍ଚତ୍, ଭୁବନେଶ୍ୱର, ଋଷିକେଶ, ପୁରୀ, ପଞ୍ଜାବରୁ ଦିବ୍ୟଜୀବନ ଶାଖାର ସାଧୁମାନେ ଆସି ପହଞ୍ଚତ୍ଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri