ଶାଳକାଠ ବୋଝେଇ ପିକ୍‌ଅପ୍‌ ଗାଡ଼ି ଜବତ: ଅଭିଯୁକ୍ତ ଫେରାର

ପାଟଣା,୨୨।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବନାଞ୍ଚଳ ଅନ୍ତର୍ଗତ ଧନୁର୍ଜୟପୁର ପ୍ରସ୍ତାବିତ ସଂରକ୍ଷିତ ଜଙ୍ଗଲରୁ ଶନିବାର ସକାଳେ ପାଟଣା ବନ ବିଭାଗ ୫ ଖଣ୍ଡ ଶାଳକାଠ ଥିବା ଏକ ପିକ୍‌ଅପ୍‌ ଗାଡ଼ିକୁ ଜବତ କରିଛି। ତେବେ ବନ ବିଭାଗ କାଠ ମାଫିଆଙ୍କୁ ଧରିବାରେ ବିଫଳ ହୋଇଛି।
୩/୪ ଜଣ କାଠମାଫିଆ ବିରାଟ ଶାଳ ଗଛ କାଟି ଗଣ୍ଡିଗୁଡ଼ିକୁ ଏକ ନମ୍ବରବିହୀନ ଟାଟା ଜେନନ ପିକ୍‌ଅପ୍‌ ଭ୍ୟାନରେ ବୋଝେଇ କରି ନେଇ ଯାଉଥିଲେ। ଖବର ପାଇ ପାଟଣା ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି କାଠ ବୋଝେଇ ଗାଡ଼ିକୁ ଜବତ କରିଛି। ତେବେ କାଠମାଫିଆ ବନ ବିଭାଗ ଗାଡ଼ିକୁ ଦେଖି କୌଶଳକ୍ରମେ ଜଙ୍ଗଲ ଭିତରକୁ ଦୌଡ଼ି ପଳାଇବାକୁ ସକ୍ଷମ ହୋଇଥିଲେ। ଜବତ ଶାଳଗଣ୍ଡିର ମୂଲ୍ୟ ପ୍ରାୟ ୫୦ ରୁ ୬୦ ହଜାର ଟଙ୍କା ହେବ ବୋଲି ବନାଞ୍ଚଳ ଅଧିକାରୀ ପବିତ୍ର ମୋହନ ନାୟକ ସୂଚନା ଦେଇଛନ୍ତି। ଏ ନେଇ ପାଟଣା ରେଞ୍ଜରେ ୩/୧୯ରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଜାରି ରହିଛି। ଚଢ଼ାଉରେ ରେଞ୍ଜର ପବିତ୍ର ମୋହନ ପ୍ରଧାନ, ବନପାଳ ସନ୍ତୋଷ କୁମାର ପୋହି, ପାରା ସ୍କ୍ବାଡ୍‌ ଓ ଏଲିଫ୍ୟାଣ୍ଟ ସ୍କ୍ବାଡ୍‌ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି।…

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର…

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ…

ସରକାରଙ୍କ ବଡ଼ ପ୍ରସ୍ତୁତି, ଖୁବଶୀଘ୍ର ଶସ୍ତା ହେବ ପେଟ୍ରୋଲ୍-ଡିଜେଲ୍‌! ଏତିକି ଟଙ୍କା କମିବ

ନୂଆଦିଲ୍ଲୀ,୧୫।୬: ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ…

ଜୀବନ ହାରିଲେ କୁମକୁମ୍ ଭାଗ୍ୟର ଅଭିନେତ୍ରୀ, ୨୨ ବର୍ଷରେ….

“କୁମକୁମ ଭାଗ୍ୟ” ରେ ତାଙ୍କ ଭୂମିକା ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ ହୋଇଛି । ସେ ନାଲାସୋପାରାରେ ତାଙ୍କ ବାସଭବନରେ ଆତ୍ମହତ୍ୟା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri