Posted inରାଜ୍ୟ

ଶାଳ ଗଣ୍ଡି ସହ ମିନିଟ୍ରକ୍‌ ଜବତ, ୪ ଗିରଫ

ଦାରିଙ୍ଗବାଡ଼ି,୯।୩(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ବନାଞ୍ଚଳରେ ସୋମବାର ଚୋରାଚାଲାଣ ହେଉଥିବା ୧୫ ଖଣ୍ଡ ଶାଳକାଠ ସହ ଏକ ମିନିଟ୍ରକକୁ ବନ ବିଭାଗ ଜବତ କରିଛି। ଏଥିରେ ସମ୍ପୃକ୍ତ ଥିବା ୪ଜଣ କାଠମାଫିଆଙ୍କୁ ମାମଲା ନଂ.୮୦/୧୯-୨୦ ଅନୁଯାୟୀ ବନ ବିଭାଗ କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ବଡଗଡ଼ ଗ୍ରାମର କାହ୍ନୁ ଚରଣ ମହାକୁଡ଼, ବ୍ରାହ୍ମଣୀଗଁାର ଆପୁ ମାଝୀ, ସୁନେସ ମୁଠାମାଝୀ, ଓ ଗୁରୁବାରୀ ମାଝୀ।
ପ୍ରକାଶ ଯେ, ଉକ୍ତ ବନାଞ୍ଚଳର ସଂରକ୍ଷିତ ଜଙ୍ଗଲରୁ ଦୃର୍ବୃତ୍ତମାନେ ପୂର୍ବରୁ ବଡବଡ ଶାଳ ଗଛ କାଟି ଦେଇଥିଲେ। ତାକୁ ରବିବାର ବିଳମ୍ବିତ ରାତିରେ ଏକ ମିନିଟ୍ରକ (ନଂ ଓଆର-୦୭ଇ-୫୮୭୫)ରେ ଲୋଡ଼ କରି ସୋମବାର ଭୋର୍‌ରେ ବଡ଼ଗଡ଼କୁ ବେଆଇନ୍‌ ଚାଲାଣ କରାଯାଉଥିଲା। ଖବର ପାଇ ବନାଞ୍ଚଳ ଅଧିକାରୀ ପ୍ରଦୀପ ବେହେରାଙ୍କ ନିର୍ଦ୍ଦେଶକ୍ରମେ ବନପାଳ ନବୀନ ଚନ୍ଦ୍ର ମଲ୍ଲିକ, ବନରକ୍ଷୀ ଦିପକ ପଟ୍ଟନାୟକ, ମନୋରଞ୍ଜନ ପରିଚ୍ଛା, ପ୍ରଫୁଲ୍ଲ ଚୌଧରୀ ପ୍ରମୁଖ ସଦଳବଳ ଚଢ଼ାଉ କରି ଗାଡ଼ି ସହ କାଠ ଧରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri