Posted inରାଜ୍ୟ

ଶାସନ୍ଦା ସଂଖ୍ୟାଲଘୁ ବସ୍ତି ପାଇଁ ଆକ୍ସନ ପ୍ଲାନ ପ୍ରସ୍ତୁତ: କ୍ଷେତ୍ର ପରିଦର୍ଶନ କଲେ ବିଧାୟିକା

ବିଞ୍ଝାରପୁର,୨୨ା୬(ଡି.ଏନ,ଏ): ବିଞ୍ଝାରପୁର ବିଧାୟିକା ତଥା ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତି ରଖିବା ପାଇଁ ଶାସନ୍ଦା ଗ୍ରାପର ସଂଖ୍ୟାଲଘୁ ବସ୍ତିର ସୁବିଧା ପାଇଁ କେତେକ ଆକ୍ସନ ପ୍ଲାନ ପ୍ରସ୍ତୁତ କରି ବିଭାଗୀୟ ଅଧିକାରୀଙ୍କୁ ନେଇ ଗୁରୁବାର ଶାସନ୍ଦା ପଞ୍ଚାୟତ ପରିଦର୍ଶନ କରିଛନ୍ତି। ପଞ୍ଚାୟତବାସୀଙ୍କ ସମସ୍ୟା ଦୂର କରିବା ପାଇଁ ବିଞ୍ଝାରପୁର ଜଳସମ୍ପଦ ବିଭାଗ କାର୍ଯ୍ୟାଳୟ ପରିସରରେ ବିଧାୟିକା ମଲ୍ଲିକ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ନିର୍ବାଚନୀ ପ୍ରତିଶ୍ରୁତି ମୁତାବକ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପାଇଁ ଆକ୍ସନ ପ୍ଲାନ କରିଥିବା ଜଣାପଡିଛି। ଶାସନ୍ଦା ପଞ୍ଚାୟତର ସଂଖ୍ୟାଲଘୁ ବସ୍ତିରେ ବର୍ଷାଦିନିଆ ଜଳ ନିଷ୍କାସନ ପାଇଁ ୭ଟି ଡ୍ରେନ, ବନ୍ଧସାହି ଓ ବେହେରାସାହିକୁ ଯାତାୟାତ ପାଇଁ ଅସୁବିଧା ହେଉଥିବାରୁ ସେତୁ ନିର୍ମାଣ ପାଇଁ ବିଭାଗୀୟ ଅଧିକାରୀଙ୍କୁ ପ୍ରସ୍ତାବ ଦିଆଯାଇଥିଲା। ସେହିପରି ଇଦଗା ପଡିଆ ଢଳେଇ, କଳାଭଉଁରି ନାଳର ପୁନରୁଦ୍ଧାର କାର୍ଯ୍ୟ କରାଯିବ ବୋଲି ଜଣାପଡିଛି। ଅପରାହ୍ନରେ ବିଧାୟିକା ମଲ୍ଲିକ ଅଧିକାରୀଙ୍କ ସହ ଶାସନ୍ଦା ପଞ୍ଚାୟତ ପରିଦର୍ଶନ କରିଥିଲେ। ବିଧାୟିକାଙ୍କ ସମେତ ବିଞ୍ଝାରପୁର ବିଡିଓ ମିନତି ଜଗଦେବ, ବ୍ଲକ ଅଧ୍ୟକ୍ଷ ନନ୍ଦକିଶୋର ସାମଲ, ଜିଲା ପରିଷଦ ସଭ୍ୟ ସୁଶାନ୍ତ କୁମାର ମିଶ୍ର, ପୂର୍ତ୍ତ ବିଭାଗ ଏସଡିଓ ବିଜ୍ଞରାଜ ଜେନା, କନିଷ୍ଠ ଯନ୍ତ୍ରୀ ସିଦ୍ଧାର୍ଥ ଶଙ୍କର ଜେନା, ଜଳ ସମ୍ପଦ ବିଭାଗର ଏସଡିଓ ସତ୍ୟସାଗର ଭୂୟାଁ, କନିଷ୍ଠ ଯନ୍ତ୍ରୀ ନବୀନ କିଶୋର ପାଣିଗ୍ରାହୀ, ଡ୍ରେନେଜ ଏସଡିଓ ଅଧର ପ୍ରସାଦ ଜେନା, କନିଷ୍ଠ ଯନ୍ତ୍ରୀ ନିରଞ୍ଜନ ବେହେରା, ଆରଡି ବିଭାଗ ଏସଡିଓ ଦୀପ୍ତିପ୍ରସାଦ ସାମଲ, ପାନୀୟ ଜଳ ବିଭାଗ କନିଷ୍ଠ ଯନ୍ତ୍ରୀ ତୃପତ୍ଞ୍ଜଳି ରଥ, ବ୍ଲକ କନିଷ୍ଠ ଯନ୍ତ୍ରୀ ଅମୂଲ୍ୟ ତ୍ରିପାଠୀ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ସରପଞ୍ଚ କାମଦେବ ଧଳ, ପୂର୍ବତନ ଉପାଧ୍ୟକ୍ଷା ଅହଲ୍ୟା ସ୍ବାଇଁ, ସରପଞ୍ଚ ପ୍ରତିନିଧି ସନ୍ତୋଷ କୁମାର ନାୟକ, ସ୍ବର୍ଣ୍ଣଲତା ସାମଲ, ମୁରଲୀଧର ବେହେରା, ତାହେର ଅଲ୍ଲି ଖାନ, ସେଖ ନଜିମୁଦ୍ଦିନ, ବୀରେନ୍ଦ୍ର ପଣ୍ଡା, ଅଜୟ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri