ଶାହାଙ୍କ ଓଡ଼ିଶା ଗସ୍ତକୁ ଜିଲା କଂଗ୍ରେସର ବିରୋଧ

ପୁରୀ ଅଫିସ,୨୯।୨: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତକୁ ପୁରୀ ଜିଲା କଂଗ୍ରେସ ପକ୍ଷରୁ ବିରୋଧ କରାଯାଇଛି। ଏ ନେଇ ଶୁକ୍ରବାର ଟାଉନ ହଲ୍‌ ସମ୍ମୁଖରୁ ଏକ ଶୋଭାଯାତ୍ରା ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ଥିଲା। ସେଠାରେ ଶାହାଙ୍କ ବିରୋଧରେ ନାରାବାଜି ଦିଆଯିବା ସହ ତାଙ୍କ ଫଟୋଚିତ୍ରକୁ ପୋଡ଼ାଯାଇଥିଲା। ନାଗରିକତ୍ୱ ସଂଶୋଧିତ ଆଇନ(ସିଏଏ)କୁ ନେଇ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ହିଂସାକାଣ୍ଡ ସୃଷ୍ଟି ହେଉଛି। ଦିଲ୍ଲୀରେ ସ୍ଥିତି ବର୍ତ୍ତମାନ ସଙ୍ଗିନ ହୋଇପଡିଛି। ଦିଲ୍ଲୀ ପୋଲିସର ନିଷ୍କ୍ରିୟତା, କେନ୍ଦ୍ର ସରକାରଙ୍କ ଅପରିପକ୍ବତା ଯୋଗୁ ଗୋଇନ୍ଦା ବିଫଳତା କାରଣରୁ ୪୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଛି। ୨୦୦୨ରେ ଶାହା ଗୁଜରାଟର ମନ୍ତ୍ରୀ ଥିବାବେଳେ ରାଜ୍ୟରେ ସାମ୍ପ୍ରଦାୟିକ ଦଙ୍ଗା ଘଟି ପ୍ରାୟ ୨ ହଜାର ଲୋକଙ୍କ ମୃତ୍ୟୁ ହୋଇଥିଲା। ବର୍ତ୍ତମାନ ଶାହା କେନ୍ଦ୍ର ଗୃହମନ୍ତ୍ରୀ ଅଛନ୍ତି। ମାତ୍ର ଦିଲ୍ଲୀ ହିଂସାକାଣ୍ଡରେ ପୋଲିସ ଏକପ୍ରକାର ନୀରବଦ୍ରଷ୍ଟା ସାଜିଛି। ଫଳରେ ଦିଲ୍ଲୀ ଆଜି ଅଶାନ୍ତ ହୋଇପଡ଼ିଛି। ଅନେକ ଲୋକଙ୍କ ଜୀବନ ଯାଇଥିବାବେଳେ ବ୍ୟାପକ ମାତ୍ରାରେ ଧନହାନୀ ଘଟିଛି। ଗୋଟିଏ ପଟେ ସିଏଏକୁ ନେଇ ଦିଲ୍ଲୀରେ ହିଂସାକାଣ୍ଡ ଥମୁ ନ ଥିବାବେଳେ ଅନ୍ୟପଟେ ସିଏଏର ଆବଶ୍ୟକତା ବୁଝାଇବା ପାଇଁ ଶାହାଙ୍କ ଓଡ଼ିଶା ଆସୁଥିବାରୁ ଜିଲା କଂଗ୍ରେସ ବିରୋଧ କରୁଛି। ଦିଲ୍ଲୀର ଏହି ସ୍ଥିତି ପାଇଁ କେନ୍ଦ୍ର ଗୃହମନ୍ତ୍ରୀଙ୍କୁ କଂଗ୍ରେସ ଦାୟୀ କରି ତାଙ୍କର ଇସ୍ତଫା ଦାବି କରିବା ସହ ଶାହଙ୍କ ଫଟୋଚିତ୍ର ଦାହ କରିଥିଲା। ଜିଲା କଂଗ୍ରେସ ଉପସଭାପତି ବୀରେନ୍ଦ୍ର ଭୂଷଣ ହୋତା, ପିସିସି ମୁଖପାତ୍ର ବିନାୟକ ଦାସମହାପାତ୍ର, ବିଦ୍ୟୁଲତା ଆଚାର୍ଯ୍ୟ, ଗୋପାଳ ଚନ୍ଦ୍ର ଖୁଣ୍ଟିଆ, ବିଶ୍ୱନାଥ ଦାଶ, ଜୟନାରାୟଣ ପଟ୍ଟନାୟକ, ସ୍ବାଧୀନ ପଣ୍ଡା, ଆଶୁତୋଷ ମିଶ୍ର, କାହ୍ନୁଚରଣ ପ୍ରଧାନ, ଲାଲାଟେନ୍ଦୁ ଦାଶ, ସ୍ମୃତିରଞ୍ଜନ ପତି, କାଳୀଚରଣ ନାୟକ, ସୁକାନ୍ତ ପ୍ରଧାନ, ଉମାପଦ ମିଶ୍ର, ଆରତି ସାହୁ, ଅମରେନ୍ଦ୍ର ପାଇକରାୟ, ରଜତ ସାହୁ, ସେକ୍‌ ଅଇନୁଲ ହକ୍‌ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଇରାନକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କରିଦେଇଛି’, ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବୟାନକୁ ନେଇ ସାରା ବିଶ୍ୱ ଥରହର

ନୂଆଦିଲ୍ଲୀ,୨୨।୩: ଇରାନ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଇରାନ ସମ୍ପର୍କରେ ଏକ…

ପ୍ରକୃତ ଖଳନାୟକ

ଚାହେଁ ଇରାନ ବିଜୟୀ ହେଉ। ବିଜୟର ଅର୍ଥକୁ ଇରାନ ଏହିପରି ପରିଭାଷିତ କରେ: ଇରାନ ଉପରେ ଅନେକ ଦଶନ୍ଧି ଧରି ଆମେରିକା ଲାଗୁକରିଥିବା କଟକଣାକୁ ହଟାଇବା ଦରକାର;…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଇରାନ ବିରୁଦ୍ଧରେ ଏକଜୁଟ୍‌ ହେଲେ ୨୨ଟି ଦେଶ, କହିଲେ ତୁରନ୍ତ ଧମକ ବନ୍ଦ କର, ନଚେତ୍‌…

ନୂଆଦିଲ୍ଲୀ,୨୨।୩: ଇରାନ-ଆମେରିକା ବିବାଦ ମଧ୍ୟରେ, ହର୍ମୁଜ ପ୍ରଣାଳୀର ସଙ୍କଟ ବିଶ୍ୱ ଅର୍ଥନୀତି ପାଇଁ ଏକ ଲାଲ ପତାକା ପାଲଟିଛି। ବ୍ରିଟେନ, ଫ୍ରାନ୍ସ, ଜର୍ମାନୀ, ୟୁଏଇ, ବାହାରିନ, ଜାପାନ,…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ଇରାନକୁ ଟ୍ରମ୍ପଙ୍କ ସାଂଘାତିକ ଧମକ, ଦେଲେ ୪୮ ଘଣ୍ଟାର ଅଲ୍ଟିମେଟମ୍‌, ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୨।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଇରାନ ବିରୁଦ୍ଧରେ ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସେ ଇରାନକୁ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ଦେଇଛନ୍ତି। ସେ ଚେତାବନୀ…

ମା’ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ: ସକାଳୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୨।୩( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ଚତୁର୍ଥ ଦିବସ ରବିବାରରେ ଦେବୀ କୁଷ୍ମାଣ୍ଡା ବେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri