ଶାହାଙ୍କ ଶ୍ରୀମନ୍ଦିର ଗସ୍ତବେଳେ ସୁରକ୍ଷା ଢିଲା: ବାଇଶି ପାହାଚରେ ଫଟୋ ଉଠାଇ ଧରାପଡ଼ିଲେ ଯୁବକ

ପୁରୀ ଅଫିସ, ୧।୩: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଶ୍ରୀମନ୍ଦିର ଗସ୍ତ ସମୟରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ଉଠିଛି ପ୍ରଶ୍ନ। ଜଣେ ଯୁବକ ବାଇଶି ପାହାଚରେ ଶାହାଙ୍କ ଫଟୋ ଉଠାଇ ଧରାପଡ଼ିବା ଘଟଣା ଏବେ ଚର୍ଚ୍ଚାର ବିଷୟ ହୋଇଛି। ଶାହା ମହାପ୍ରଭୁ ଦର୍ଶନ ପାଇଁ ଆସୁଥିବାରୁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା। ବାହାରେ ମଧ୍ୟ ମାଳ ମାଳ ପୋଲିସ କର୍ମଚାରୀ ଥିଲେ। ହେଲେ ସମସ୍ତ ସୁରକ୍ଷା ବ୍ୟବସ୍ଥାକୁ ଚକ୍‌ମା ଦେଇ ଜଣେ ଯୁବକ ମନ୍ଦିର ଭିତରକୁ ମୋବାଇଲ ଫୋନ ନେବା ପୋଲିସର ଦକ୍ଷତା ପ୍ରତି ଅଙ୍ଗୁଳି ଉଠାଇଛି।

ଶ୍ରୀମନ୍ଦିର ଉପରେ ଆତଙ୍କବାଦୀଙ୍କ ନଜର ରହିଛି। ଏ ନେଇ ଗୋଇନ୍ଦା ବିଭାଗ ବିଭିନ୍ନ ସମୟରେ ରିପୋର୍ଟ ଦେଇଆସୁଛି। ଏହାକୁ ନଜରରେ ରଖି ଶ୍ରୀମନ୍ଦିରର ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି। ପ୍ରତି ଦ୍ୱାରରେ ମେଟାଲ ଡିଟେକ୍ଟର ସାଙ୍ଗକୁ ପୋଲିସ କର୍ମଚାରୀ ମୁତୟନ ରହୁଛନ୍ତି। ଭକ୍ତଙ୍କୁ ଯାଞ୍ଚ କରି ଭିତରକୁ ଛଡ଼ାଯାଉଛି। ସମ୍ଭାବ୍ୟ ଆଶଙ୍କା କରି ଗତ କିଛିବର୍ଷ ହେଲା ଜାତୀୟ ସୁରକ୍ଷା ବାହିନୀ (ଏନ୍‌ଏସ୍‌ଜି) ଶ୍ରୀମନ୍ଦିରକୁ ଆସି ସୁରକ୍ଷା ବ୍ୟବସ୍ଥା ମଧ୍ୟ ଯାଞ୍ଚ କରୁଛନ୍ତି। ଏସବୁ ସତ୍ତ୍ବେ ଶ୍ରୀମନ୍ଦିରର ସୁରକ୍ଷା ବ୍ୟବସ୍ଥା ଯେ କେତେ ବିପନ୍ନ ଉପରୋକ୍ତ ଘଟଣା ଏହାକୁ ସ୍ପଷ୍ଟ କରୁଛି। ଶନିବାର ସକାଳେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ମହାପ୍ରଭୁଙ୍କ ଦର୍ଶନ ପାଇଁ ଯିବାବେଳେ ବାଇଶି ପାହାଚରେ ଜଣେ ଯୁବକ ମୋବାଇଲରେ ତାଙ୍କ ଫଟୋ ଉଠାଉଥିଲେ। ଏହି ସମୟରେ ଜଣେ ପୋଲିସ କର୍ମଚାରୀ ଏହା ଦେଖିପାରି ସମ୍ପୃକ୍ତ ଯୁବକଙ୍କୁ କାବୁ କରି ନେଇଥିଲେ। ତାଙ୍କ ମୋବାଇଲ ଜବତ କରିବା ସହ ତାଙ୍କୁ ଅଟକ ରଖିଥିଲେ। ସମ୍ପୃକ୍ତ ଯୁବକଙ୍କ ପରିଚୟ ଜଣାପଡି ନ ଥିବାବେଳେ ଏହି ଘଟଣାକୁ ପୋଲିସ ଏଡ଼ାଇଦେବାକୁ ଚେଷ୍ଟା କରିଛି। ଖୋଦ୍‌ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଗସ୍ତବେଳେ ସୁରକ୍ଷା ବ୍ୟବସ୍ଥାକୁ ନେଇ ଏବେ ପୁରୀ ପୋଲିସର ଦକ୍ଷତାକୁ ନେଇ ସବୁଠି ଚର୍ଚ୍ଚା ହେଉଛି।

ଶ୍ରୀମନ୍ଦିର ଭିତରକୁ ମୋବାଇଲ ଫୋନ ନେବା ଉପରେ କଡ଼ା କଟକଣା ରହିଛି। କିନ୍ତୁ ଏହି କଟକଣାକୁ ଅନେକେ ମାନୁନାହାନ୍ତି। ବିଭିନ୍ନ ସମୟରେ ଭକ୍ତ ମନ୍ଦିର ଭିତରକୁ ମୋବାଇଲ ଫୋନ ନେଇ ଭିଡିଓ ଏବଂ ଫଟୋ ଉଠାଉଛନ୍ତି। ଏହାଦ୍ୱାରା ଶ୍ରୀମନ୍ଦିରର ଅନେକ ଗୁପ୍ତ ତଥ୍ୟ ବାହାରକୁ ଆସୁଛି। ବାରମ୍ବାର ଏଭଳି ଘଟଣା ଘଟୁଥିଲେ ମଧ୍ୟ ପୋଲିସ ଏଥିରେ ରୋକ୍‌ ଲଗାଇ ପାରୁନାହିଁ। ଗତ ୨୬ ତାରିଖରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିରକୁ ଆସିଥିବାବେଳେ ସମାନ ପ୍ରକାର ଦୃଶ୍ୟ ଦେଖିବାକୁ ମିଳିଥିଲା। ଜଣେ ଯୁବକ ଆନନ୍ଦ ବଜାର ଭିତରେ ମେଘନାଦ ପାଚେରି କଡ଼ରେ ଠିଆହୋଇ ମୋବାଇଲରେ କଥା ହେଉଥିଲେ। ଶନିବାର ଶାହାଙ୍କ ଗସ୍ତ ବେଳେ ବି ମୋବାଇଲ ଫୋନ ଭିତରକୁ ଯାଇଥିବା ସ୍ପଷ୍ଟ ହୋଇଛି। ତେବେ ଏଠାରେ ପ୍ରଶ୍ନ ଉଠୁଛି ଯଦି ଭିଭିଆଇପି ଆସିବା ସମୟରେ ମୋବାଇଲ ଫୋନକୁ କେହି ଭିତରକୁ ନେଇପାରୁଛନ୍ତି ତେବେ ଅନ୍ୟ କିଛି ସାମଗ୍ରୀ ନେଇପାରିବେ ନାହିଁ କାହିଁକି? କୌଣସି ମନ୍ଦ ଉଦ୍ଦେଶ୍ୟ ରଖି ଅନ୍ୟ କେହି କିଛି ଘଟାଇବା ସମ୍ଭାବନାକୁ ବି ଏଡ଼ାଇ ଦିଆଯାଇ ନ ପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri