ଶିଆଳି ବେଳାଭୂମିକୁ ପ୍ରଦୂଷିତ କରୁଛି କଇଁଛଙ୍କ ମୃତଦେହ, ନିରାଶ ହୋଇ ଫେରୁଛନ୍ତି ପର୍ଯ୍ୟଟକ

ଏରସମା,୨୯ା୧୨(ସ୍ବ.ପ୍ର.): ଏରସମା ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତସ୍ଥିତ ଶିଆଳି ସମୁଦ୍ର ବେଳାଭୂମିରେ ଏବେ ଶତାଧିକ ପର୍ଯ୍ୟଟକଙ୍କ ଭିଡ ଦେଖିବାକୁ ମିଳୁଛି। ଶିଆଳି ସମୁଦ୍ର ବେଳାଭୂମି ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ପାଇବା ପରେ ବିଭିନ୍ନ ସ୍ଥାନରୁ ପର୍ଯ୍ୟଟଙ୍କ ସୁଅ ଛୁଟୁଛି। ହେଲେ ଏଠାକାର ପରିବେଶ ଏବେ ପର୍ଯ୍ୟଟକଙ୍କ ପାଇଁ ସମସ୍ୟା ସୃଷ୍ଟି କରିଛି। ବେଳାଭୂମିରେ କଇଁଛଙ୍କ ମୃତଦେହ ପଡ଼ି ରହିଥିବାରୁ ଦୁର୍ଗନ୍ଧରେ ପରିବେଶ ପ୍ରଦୂଷିତ ହେବାରେ ଲାଗିଛି। ଯଦ୍ଦ୍ବାରା ଅନେକ ପର୍ଯ୍ୟଟକ ଆସି ଦୁର୍ଗନ୍ଧରେ ବସି ନ ପାରି ଫେରି ଯାଉଛନ୍ତି। ଲଞ୍ଚ ଓ ଟ୍ରଲର ମାଡରେ ମୃତ୍ୟୁ ବରଣ କରିଥିବା କଇଁଛଙ୍କ ଶବକୁ ଏହି ବେଳଭୂମିରେ ପକାଇ ଦିଆଯାଉଛି। ହେଲେ ସଫେଇ କରାଯାଉନାହିଁ। ଫଳରେ କଇଁଛଙ୍କ ପଚାଶବ କାଉ କୁକୁରଙ୍କ ଖାଦ୍ୟ ପାଲଟିଛି। ପଚା ଗନ୍ଧ ପ୍ରଭାବରେ ପର୍ଯ୍ୟଟକ ସମୁଦ୍ର କୂଳରେ ବେଶି ସମୟ ପରିଭ୍ରମଣ କରି ପାରୁ ନାହାନ୍ତି। ପ୍ରଶାସନ ପକ୍ଷରୁ ମଧ୍ୟ ଏ ଦିଗରେ କୌଣସି ପଦକ୍ଷେପ ନିଆଯାଉନାହିଁ। ଯାହାକୁ ନେଇ ପର୍ଯ୍ୟଟକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ଶୀଘ୍ର ଏହି ବେଳାଭୂମି ସଫେଇ କରିବାକୁ ଦାବି ହୋଇଛି। ଏ ସମ୍ପର୍କରେ ବିଡିଓ କୈଳାସ ଚନ୍ଦ୍ର ବେହେରାଙ୍କୁ ପଚାରିବାରେ ଏ ଦିଗରେ ଦୃଷ୍ଟିଦେଇ ଶୀଘ୍ର ପଦକ୍ଷେପ ନେବେ ବୋଲି କହିଛନ୍ତି। ତେବେ ଆଗକୁ ଦେଖିବାକୁ ଅପେକ୍ଷା କେବେ ଏହା କାର୍ଯ୍ୟକାରୀ ହେଉଛି।

ସୂଚନାଯୋଗ୍ୟ, ପୂର୍ବରୁ ଶିଆଳି ସମୁଦ୍ର ବେଳାଭୂମି ସବୁଜ ଜଙ୍ଗଲରେ ପରିପୂର୍ଣ୍ଣ ହୋଇ ରହିଥିଲା। ଗୋଟିଏ ପଟରେ ବଙ୍ଗୋପ ସାଗରର ନୀଳ ଜଳ ରାଶି ଅପର ପଟରେ ଝାଉଁ ଜଙ୍ଗଲର ସମୁଜିମା ଦିଶୁଥିଲା। ଏଥିସହିତ ପ୍ରସସ୍ତ ବେଳାଭୂମିର ବାଲୁକାରାଶି ବଣଭୋଜିସ୍ଥଳୀ ଭାବରେ ଆଦୃତ ଲାଭ କରିଛି। ମାତ୍ର କିଛି ବର୍ଷଧରି ଲୁଣା ଜୁଆର ମାଡରେ ବଡ଼ ଝାଉଁ ଗଛ ସବୁ ଉପୁଡି ପଡି ଜଙ୍ଗଲ ଅବକ୍ଷୟ ହୋଇଯାଇଛି। ଜାଳେଣି କାଠ ପାଇଁ ଲୋକେ ଗଛ କାଟି ନେଉଛନ୍ତି। ଚୋରା କାଠ ବ୍ୟବସାୟୀ ମଧ୍ୟ ଗଛ କାଟି ନେଉଛନ୍ତି। ତା ସ୍ଥାନରେ ଏବେ ନୂତନ ଝାଉଁ ଚାରାରୋପଣ କରାଯାଇଥିଲେ ମଧ୍ୟ ଗଛଗୁଡିକ ଛୋଟ ହୋଇଥିବରୁ ଭୋଜି କରିବା ପାଇଁ ପର୍ଯ୍ୟଟକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri