ଶିକାରୀଙ୍କୁ ସୁହାଉଛି ଲକ୍‌ଡାଉନ

ସଜନାଗଡ, ୧୮ା୪(ଡି.ଏନ.ଏ.)- କରୋନା ସଂକ୍ରମଣକୁ ରୋକିବା ଲାଗି ଲକଡାଉନ ଜାରି ରହିଥିବା ବେଳେ ଏହାର ଅବଧିକୁ ସରକାର ବୃଦ୍ଧି କରିଛନ୍ତି। ଏହି ଲକ୍‌ଡାଉନ ଏବେ ବନ୍ୟଜନ୍ତୁ ଶିକାରୀଙ୍କ ପାଇଁ ଅନୁକୂଳ ସମୟ ପାଲଟିଛି। ଏହାର ଉଦାହରଣ ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରେ। ମାର୍ଚ୍ଚ ୧ତାରିଖଠାରୁ ଏଯାଏ ୫ରୁ ଊର୍ଦ୍ଧ୍ୱ ଶିକାରୀ ଗିରଫ ହେଲେଣି। ଶୁକ୍ରବାର କୁଲଡିହା ଅଭୟାରଣ୍ୟର ପାଦଦେଶ ନୀଳଗିରି ଥାନା ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ କଣ୍ଟାବଣିଆ ଗ୍ରାମର ମଧୁ ସିଂ ଏବଂ ତାଙ୍କର କେତେକ ସହଯୋଗୀ କୁଲଡିହା ଅଭୟାରଣ୍ୟରେ ଏକ କୁଟୁରାକୁ ଶିକାର କରି ଆଣି ମାଂସ ଭାଗ କରୁଥିବା ବେଳେ କୁଲଡିହା ବନବିଭାଗ ଖବର ପାଇ ଚଢାଉ କରିଥିଲା। ପଞ୍ଚୁଲିଙ୍ଗେଶ୍ୱର ଅଧୀନ କଣ୍ଟାବଣିଆର ମଧୁ ସିଂଙ୍କୁ ଗିରଫ କରାଯାଇଛି। ତାଙ୍କର ଅନ୍ୟ ଦୁଇ ସହଯୋଗୀ ଫେରାର ହୋଇଯାଇଛନ୍ତି। ମଧୁ ସିଂଙ୍କ ନିକଟରୁ କୁଟୁରା ମାଂସ, ମୁଣ୍ଡ, ଚମଡା ସମେତ ଛୁରୀ ଓ ଅନ୍ୟାନ୍ୟ ମାରଣାସ୍ତ୍ର ଜବତ କରାଯାଇଛି। ଏନେଇ ଏକ ମାମଲା (ନଂ.୪/୨୦୨୦) ରୁଜୁ କରାଯାଇଛି। ଚଢାଉରେ କୁଲଡିହାର ରେଞ୍ଜର ବିଜୟ ମହାପାତ୍ର, ପଞ୍ଚୁଲିଙ୍ଗେଶ୍ୱରର ରାମେଶ୍ୱର ମୁର୍ମୁ, ଜୋଡାଚୁଆର ଫରେଷ୍ଟର ପରମାନନ୍ଦ ନାୟକ, ଝରଣାଘାଟିର ଫରେଷ୍ଟର ସୌମ୍ୟରଞ୍ଜନ ମାଝି, ସନ୍ତରାଗଡିଆ ଫରେଷ୍ଟଗାର୍ଡ ଜ୍ୟୋତ୍ସ୍ନା ଦତ୍ତ ଏବଂ ସବୁଜ ବାହିନୀର କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ଝଗଡ଼ପଲ୍ଲୀକୁ ହରାଇ ଗୋକର୍ଣ୍ଣପୁର ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଅଧୀନ ଗୋଲଣ୍ଡା ଗ୍ରାମରେ ଚାଲିଥିବା ବୃନ୍ଦାବନ ଚନ୍ଦ୍ର କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri