ଶିକାର କରିବାକୁ ଯାଇ ଜଣେ ଶିକାରୀ ମୃତ

ଦାରିଙ୍ଗବାଡ଼ି,୨।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶିକାର କରିବାକୁ ଯାଇଥିବା ଯୁବକଙ୍କ ଗୁଳିବିଦ୍ଧ ମୃତଦେହକୁ ଦାରିଙ୍ଗବାଡ଼ି ପୋଲିସ ସୋମବାର ଜବତ କରିଛି। ମୃତ ଯୁବକ ବି.ଡକେବାଡ଼ି ଗ୍ରାମର କ୍ରୀଷ୍ଣା ନାୟକ (୨୮) ବୋଲି ଆଇଆଇସି କୌଶିକ ମାଝି କହିଛନ୍ତିି ା ଘଟଣାରେ ଏକାଧିକ ଲୋକଙ୍କୁ ପୋଲିସ ଥାନାକୁ ଆଣି ପଚରାଉଚରା ଚଳାଇଛି। ଏବେ ସୁଦ୍ଧା ମୃତ ଘଟଣାର କାରଣ ସ୍ପଷ୍ଟ ହୋଇ ନ ଥିବା ଏବଂ ତଦନ୍ତ ଚାଲିଥିବା ଆଇଆଇସି କହିଛନ୍ତି।
ସୂଚନାଯୋଗ୍ୟ, ଶନିବାର ଉକ୍ତ ଗ୍ରାମର ୪-୫ ଜଣ ଶିକାରୀ ଜଙ୍ଗଲକୁ ବନ୍ଧୁକ ସହ ବିଭିନ୍ନ ମାରଣାସ୍ତ୍ର ଧରି ଯାଇଥିଲେ। ରବିବାର ଅପରାହ୍ନରେ ଏମାନଙ୍କ ମଧ୍ୟରୁ କ୍ରୀଷ୍ଣାଙ୍କ ମୃତଦେହ ନେଇ ସହଯୋଗୀ ଶିକାରୀମାନେ ଆଣି ଗାଁରେ ପହଞ୍ଚିଥିଲେ। ଏନେଇ ସୋମବାର ସକାଳୁ ଦାରିଙ୍ଗବାଡ଼ି ଥାନାରେ ପରିବାର ଲୋକେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିବା ଜଣାପଡ଼ିଛି। ଖବର ଲେଖାହେବା ପର୍ଯ୍ୟନ୍ତ ଘଟଣାକୁ ନେଇ ସ୍ଥାନୀୟ ପୋଲିସ କୌଣସି ସ୍ପଷ୍ଟ କରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଜେଡିର କାର୍ଯ୍ୟାନୁଷ୍ଠାନ: ୩ ଜଣ ନିଲମ୍ବିତ

ଭୁବନେଶ୍ୱର,୧୩।୧୦: ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଦଳ…

ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ…

ବେଆଇନ ଇଟାଭାଟି ଉଚ୍ଛେଦ ଆରମ୍ଭ: ଶ୍ରମିକଙ୍କ ଥଇଥାନକୁ ନେଇ ଉଠିଲା ପ୍ରଶ୍ନ

ନୀଳଗିରି, ୧୩।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଳଡ଼ିହା ଅଭୟାରଣ୍ୟର ଇକୋ ସେନ୍ସିଟିଭ ଜୋନ୍‌ରେ ଥିବା ୧୩ଟି ବେଆଇନ ଇଟାଭାଟି ଉଚ୍ଛେଦ ପ୍ରକ୍ରିୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?