ବାରିପଦା ଅଫିସ,୨୪ା୧- ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଅଧୀନ ଏକ ସରକାରୀ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କୁ ଛାତ୍ରମାନେ ମସାଜ କରୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଛି। ଭିଡିଓଟି କେବେକାର ଜଣାପଡି ନାହିଁ। ତେବେ ବିଦ୍ୟାଳୟ ଛାତ୍ରାବାସରେ ଶିକ୍ଷକ ଜଣକ ଏକ ଦଉଡି ଖଟିଆରେ ଶୋଇଥିବା ବେଳେ ୩ ଜଣ ଛାତ୍ର ତାଙ୍କ ମୁଣ୍ଡ, ହାତ ଓ ଗୋଡ଼ ମସାଜ କରୁଥିବା ଏଥିରେ ଦେଖିବାକୁ ମିଳିଛି। ଘଟଣା ପ୍ରଘଟ ହେବାପରେ ବିଭାଗୀୟ ଅଧିକାରୀ ତଦନ୍ତ ଆରମ୍ଭ କରିଛନ୍ତି। ଏନେଇ ଶିକ୍ଷା ବିଭାଗ କର୍ତ୍ତୃପକ୍ଷଙ୍କ କୌଣସି ମତାମତ ମିଳିପାରି ନାହିଁ । ଅନ୍ୟପକ୍ଷେ ଉକ୍ତ ବିଦ୍ୟାଳୟର ଜଣେ ଶିକ୍ଷକ ନିଜ ନାମ ଗୋପନ ରଖି କହିଛନ୍ତି ଯେ, ବିଦ୍ୟାଳୟ ଓ ହଷ୍ଟେଲର ମଧ୍ୟାହ୍ନଭୋଜନ ଦାୟିତ୍ୱରେ ଜଣେ ଶିକ୍ଷକ ଥିଲେ। ସେ ଅନିୟମିତତା କରିବାରୁ ତାଙ୍କୁ ଏହି ଦାୟିତ୍ୱରୁ ଅପସାରିତ କରାଯାଇଥିଲା । ଫଳରେ ସେ ପ୍ରତିଶୋଧ ପରାୟଣ ହୋଇ ଭିଡିଓ ଭାଇରାଲ କରିଛନ୍ତି। ଏହି ଭିଡିଓ ପ୍ରାୟ ୨ ବର୍ଷ ପୁରୁଣା । ସେହି ଦିନ ସମ୍ପୃକ୍ତ ଶିକ୍ଷକଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍ ନ ଥିଲା । ଛାତ୍ର ଓ ଅନ୍ୟ ଶିକ୍ଷକମାନେ ଉପସ୍ଥିତ ରହି ତାଙ୍କୁ ସେବା ଶୁଶ୍ରୂଷା କରୁଥିଲେ ବୋଲି କହିଛନ୍ତି। ଏହି ଭିଡିଓ ଭାଇରାଲ୍ କରି ବିଦ୍ୟାଳୟକୁ ବଦନାମ କରିଥିବା ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ ବିଦ୍ୟାଳୟ ପରିଚାଳନା ସମିତି ଥାନାରେ ଅଭିଯୋଗ କରିବ ବୋଲି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।
ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର
ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...
ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…
ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...
ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’
ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...
ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ
ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...
୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…
ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...
ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…
ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...
ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ
ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...
ରାଜନୀତିରେ ପ୍ରବେଶ କରିବେ ଅଲିମ୍ପିଆନ୍ ଦୂତୀ ଚାନ୍ଦ, ବିଧାୟକ ହେବାକୁ ଇଚ୍ଛା
ଭୁବନେଶ୍ୱର,୧୬।୧୨: ଅଲିମ୍ପିଆନ୍ ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦ ପ୍ରତିଦ୍ୱନ୍ଦ୍ୱିତାମୂଳକ ଆଥଲେଟିକ୍ସରୁ ଅବସର ନେବା ପରେ ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ...
Archives


