ବାରିପଦା ଅଫିସ,୨୪ା୧- ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଅଧୀନ ଏକ ସରକାରୀ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କୁ ଛାତ୍ରମାନେ ମସାଜ କରୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଛି। ଭିଡିଓଟି କେବେକାର ଜଣାପଡି ନାହିଁ। ତେବେ ବିଦ୍ୟାଳୟ ଛାତ୍ରାବାସରେ ଶିକ୍ଷକ ଜଣକ ଏକ ଦଉଡି ଖଟିଆରେ ଶୋଇଥିବା ବେଳେ ୩ ଜଣ ଛାତ୍ର ତାଙ୍କ ମୁଣ୍ଡ, ହାତ ଓ ଗୋଡ଼ ମସାଜ କରୁଥିବା ଏଥିରେ ଦେଖିବାକୁ ମିଳିଛି। ଘଟଣା ପ୍ରଘଟ ହେବାପରେ ବିଭାଗୀୟ ଅଧିକାରୀ ତଦନ୍ତ ଆରମ୍ଭ କରିଛନ୍ତି। ଏନେଇ ଶିକ୍ଷା ବିଭାଗ କର୍ତ୍ତୃପକ୍ଷଙ୍କ କୌଣସି ମତାମତ ମିଳିପାରି ନାହିଁ । ଅନ୍ୟପକ୍ଷେ ଉକ୍ତ ବିଦ୍ୟାଳୟର ଜଣେ ଶିକ୍ଷକ ନିଜ ନାମ ଗୋପନ ରଖି କହିଛନ୍ତି ଯେ, ବିଦ୍ୟାଳୟ ଓ ହଷ୍ଟେଲର ମଧ୍ୟାହ୍ନଭୋଜନ ଦାୟିତ୍ୱରେ ଜଣେ ଶିକ୍ଷକ ଥିଲେ। ସେ ଅନିୟମିତତା କରିବାରୁ ତାଙ୍କୁ ଏହି ଦାୟିତ୍ୱରୁ ଅପସାରିତ କରାଯାଇଥିଲା । ଫଳରେ ସେ ପ୍ରତିଶୋଧ ପରାୟଣ ହୋଇ ଭିଡିଓ ଭାଇରାଲ କରିଛନ୍ତି। ଏହି ଭିଡିଓ ପ୍ରାୟ ୨ ବର୍ଷ ପୁରୁଣା । ସେହି ଦିନ ସମ୍ପୃକ୍ତ ଶିକ୍ଷକଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍ ନ ଥିଲା । ଛାତ୍ର ଓ ଅନ୍ୟ ଶିକ୍ଷକମାନେ ଉପସ୍ଥିତ ରହି ତାଙ୍କୁ ସେବା ଶୁଶ୍ରୂଷା କରୁଥିଲେ ବୋଲି କହିଛନ୍ତି। ଏହି ଭିଡିଓ ଭାଇରାଲ୍ କରି ବିଦ୍ୟାଳୟକୁ ବଦନାମ କରିଥିବା ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ ବିଦ୍ୟାଳୟ ପରିଚାଳନା ସମିତି ଥାନାରେ ଅଭିଯୋଗ କରିବ ବୋଲି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।
ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…
ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…
ଗ୍ୟାରେଜ୍ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା
ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…
ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍
ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍ ଲୁଟ୍ ହୋଇଥିବାବେଳେ…
ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ
ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…
ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…
ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…
ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ
ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…
ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….
ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…
ଚାମେଲି ଓଝାଙ୍କ ସମର୍ଥନରେ ବେତାଳିଗାଁ ବଜାରରେ ବିଶାଳ ପ୍ରତିବାଦ ସଭା, ଗର୍ଜିଲେ ଜନସାଧାରଣ
ତିହିଡ଼ି,୧୪।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବେତାଳିଗାଁ ବଜାରଠାରେ ପାଳାସାହି ଗ୍ରାମପଞ୍ଚାୟତ ପକ୍ଷରୁ ଏକ ବିଶାଳ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । କେନ୍ଦ୍ରାପଡା…
Archives

