ଶିକ୍ଷକଙ୍କ କାଠଫାଳିଆ ମାଡ଼ରେ ଛାତ୍ର ଗୁରୁତର: ବହି ହଜିଯିବାରୁ ପିଟିଲେ

ଦିଗପହଣ୍ଡି,୨୬ା୧(ଡି.ଏନ.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ନୋଡାଲ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ବିରେଣି କୁମାର ସାହୁଙ୍କ କାଠଫାଳିଆ ମାଡ଼ରେ ଜଣେ ୭ମ ଶ୍ରେଣୀ ଛାତ୍ର ଟି. ସୁଜିତ କୁମାର ପାତ୍ର ଗୁରୁତର ହୋଇଛନ୍ତି। ଶନିବାର ଛାତ୍ରଙ୍କ ବାପା ଟି. କପିଳାସ ପାତ୍ର, ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ଦୀନବନ୍ଧୁ ଦୈତାରି ରେଡ୍ଡୀ, ମୂଷା ବେହେରା, ସୁଶାନ୍ତ ଲେଙ୍କାଙ୍କ ସମେତ ବହୁ ଅଭିଭାବକ ଦିଗପହଣ୍ଡି ବ୍ଲକ ଶିକ୍ଷାଧିକାରୀ ବସନ୍ତ କୁମାର ସେଠୀଙ୍କୁ ଭେଟି ଦସ୍ତଖତ ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଆହତ ଛାତ୍ରଙ୍କ ଚିକିତ୍ସା ଚାଲିଛି। ଘଟଣା ଚପାଇଦେବାକୁ ଉଦ୍ୟମ କରାଯାଇଥିଲେ ମଧ୍ୟ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ ଛାତ୍ରଙ୍କ ବାପା ଟି. କପିଳାସ ପାତ୍ର ଦିଗପହଣ୍ଡି ଥାନାରେ ଏତଲା ଦେଇଥିବା କହିଛନ୍ତି।
ପ୍ରକାଶ ଯେ, ଗତ ବୁଧବାର ଛାତ୍ରଙ୍କ ଉତ୍‌ଥାନ ବହି ହଜିଯାଇଥିଲା। ସେ ଶିକ୍ଷକଙ୍କୁ ଜଣାଇଥିଲେ। ଶିକ୍ଷକ ତଦନ୍ତ ନ କରି ଛାତ୍ରଙ୍କୁ କାଠ ଫାଳିଆରେ ନିସ୍ତୁକ୍‌ ପିଟିଥିଲେ। ଘଟଣା ସମ୍ପର୍କରେ ଘରେ ଜଣାଇଲେ ପିଟି ମାରିଦେବି ନଚେତ୍‌ ବିଦ୍ୟାଳୟରୁ ଟି.ସି. ଦେଇ ଘଉଡାଇ ଦେବି ବୋଲି ଶିକ୍ଷକ ଜଣକ ଛାତ୍ରଙ୍କୁ ଚେତାବନୀ ଦେଇଥିବା ବାପା ଏତଲାରେ ଦର୍ଶାଇଛନ୍ତି। ଭୀଷଣ ଜ୍ୱର ସହ ପୀଡା ହେବାରୁ ସେ ମା’ଙ୍କୁ ସବୁକଥା କହିଥିଲେ। ଗୁରୁବାର ବିଦ୍ୟାଳୟ ଛୁଟି ଥିବାରୁ ଶୁକ୍ରବାର ଛାତ୍ରଙ୍କ ବାପା କେତେଜଣ ଅଭିଭାବକଙ୍କ ସହ ବିଦ୍ୟାଳୟକୁ ଯାଇ ପ୍ରଧାନଶିକ୍ଷକ ଅଶୋକ କୁମାର ସ୍ବାଇଁଙ୍କୁ ଘଟଣା ସମ୍ପର୍କରେ ଜଣାଇଥିଲେ। ପରେ ସମ୍ପୃକ୍ତ ଶିକ୍ଷକଙ୍କୁ ପଚାରିବାରୁ ସେ ଏ ନେଇ ସନ୍ତୋଷଜନକ ଉତ୍ତର ଦେଇ ନ ଥିଲେ। ଫଳରେ ଛାତ୍ରଙ୍କ ବାପା ଶିକ୍ଷକଙ୍କ ବିରୋଧରେ ଦିଗପହଣ୍ଡି ଥାନାରେ ଏତଲା ଦେଇଥିବା ଜଣାଇଛନ୍ତି। ଏ ନେଇ ପ୍ରଧାନଶିକ୍ଷକଙ୍କୁ ପଚାରିବାରୁ, ସମ୍ପୃକ୍ତ ଛାତ୍ରଙ୍କ ଘରକୁ ଯାଇ ପରିବାର ଲୋକଙ୍କ ସହ ଆଲୋଚନା ପରେ ଦିଗପହଣ୍ଡି ବ୍ଲକ ଶିକ୍ଷାଧିକାରୀ ବସନ୍ତ କୁମାର ପଣ୍ଡାଙ୍କୁ ଜଣାଇଛି। ତାଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ବାଳା ମାଝୀ ଏବଂ ରସାନନ୍ଦ ଘଡେଇ ଛାତ୍ରଙ୍କ ଘରକୁ ଯାଇ ରିପୋର୍ଟ ସଂଗ୍ରହ କରିଛନ୍ତି। ଏନେଇ ସମ୍ପୃକ୍ତ ଶିକ୍ଷକଙ୍କୁ ପଚାରିବାରୁ ସେ ସମସ୍ତ ଅଭିଯୋଗ ମିଥ୍ୟା ଓ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି କହିଛନ୍ତି। ଏ ନେଇ ବ୍ଲକ ଶିକ୍ଷାଧିକାରୀ ପଣ୍ଡା କହିଛନ୍ତି, ଭାରପ୍ରାପ୍ତ ଗଞ୍ଜାମ ଜିଲା ଶିକ୍ଷାଧିକାରୀ ବିନିତା ସେନାପତିଙ୍କୁ ଘଟଣା ସମ୍ପର୍କରେ ଅବଗତ କରାଇଛି। ତଦନ୍ତ ରିପୋର୍ଟ ମିଳିବା ପରେ ଅଭିଯୋଗର ସତ୍ୟତା ଥିଲେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri