ଶିକ୍ଷକଙ୍କ ନିଲମ୍ବନ ପ୍ରତିବାଦରେ ବିଦ୍ୟାଳୟରେ ତାଲା

ନାଉଗାଁ,୨୩।୮(ସ୍ବ.ପ୍ର.): ନାଉଗାଁ ବ୍ଲକ ଗଜରାଜପୁର ପଞ୍ଚାୟତରେ ଥିବା ଗୋପାଳଜୀଉ ଉ.ପ୍ରା. ବିଦ୍ୟାଳୟର ସହକାରୀ ଶିକ୍ଷକ ଉମାକାନ୍ତ ଆଚାଯର୍‌ୟଙ୍କୁ ନିଳମ୍ବନ କରିବା ପ୍ରତିବାଦରେ ଗୁରୁବାର ଛ୍ରାତ୍ରୀଛାତ୍ର, ଅଭିଭାବକ ଓ ଶିକ୍ଷା କମିଟି ସଦସ୍ୟମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସେମାନେ ବିଦ୍ୟାଳୟ ଗେଟ୍‌ରେ ତାଲା ପକାଇଦେବା ସହ ଧାରଣାରେ ବସିଥିଲେ। ଏପରିକି ବିଦ୍ୟାଳୟ ସମ୍ମୁଖ ଗଜରାଜପୁର-ମୁଣ୍ଡାଳ ମୁଖ୍ୟ ରାସ୍ତାକୁ ଟାୟାର ଜାଳି ଅବରୋଧ କରିଥିଲେ। ଖବରପାଇ ଘଟଣାସ୍ଥଳରେ ବ୍ଲକ ଶିକ୍ଷା ଅଧିକାରୀ ଗଣେଶ୍ୱର ସେଠୀ ପୋଲିସ ସହ ପହଞ୍ଚତ୍ଥିଲେ। ଶିକ୍ଷା କମିଟି ସଭାପତି ଅଶୋକ କୁମାର ପଟ୍ଟନାୟକ, ସରପଞ୍ଚ ରଶ୍ମିତା ମହାନ୍ତି, ସ୍ଥାନୀୟ ଯୁବକ ତୁଷାରକାନ୍ତ ମହାନ୍ତିଙ୍କ ସହ ଆଲୋଚନା କରି ଶନିବାର ସୁଦ୍ଧା ଏନେଇ ନିଷ୍ପତ୍ତି ଗ୍ରହଣ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା। ତେବେ ୨ ଦିନ ମଧ୍ୟରେ ପ୍ରତିଶ୍ରୁତି ପାଳନ କରା ନ ଗଲେ ଶନିବାରଠାରୁ ଉକ୍ତ ବିଦ୍ୟାଳୟ ସମେତ ପଞ୍ଚାୟତର ସମସ୍ତ ବିଦ୍ୟାଳୟରେ ତାଲା ପଡିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି। ଏନେଇ ୯୨ ଛାତ୍ରୀଛାତ୍ରଙ୍କ ଦସ୍ତଖତ ସମ୍ବଳିତ ଏକ ଦାବିପତ୍ର ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଦିଆଯାଇଥିଲା। ଏଥିରେ ଦର୍ଶାଯାଇଛି ଯେ, ଉମାକାନ୍ତ ସାର ଜଣେ ଭଲ ଶିକ୍ଷକ ଓ ତାଙ୍କର ଶିକ୍ଷାଦାନ ଶୈଳୀ ଉଚ୍ଚକୋଟିର। ତାଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହାର କରା ନ ଗଲେ କୌଣସି ଶିକ୍ଷକଙ୍କୁ ବିଦ୍ୟାଳୟକୁ ପୁରାଇ ଦିଆଯିବ ନାହିଁ। ସୂଚନାଯୋଗ୍ୟ, ବୁଧବାର ଜିଲା ଶିକ୍ଷା ଅଧିକାରୀ ପ୍ରତିଭା ମଞ୍ଜରୀ ଦାସ ଅଚାନକ ନାଉଗଁା ବ୍ଲକ ଗସ୍ତରେ ଆସି ଗୋପାଳଜୀଉ ଉପ୍ରା ବିଦ୍ୟାଳୟକୁ ଯାଇଥିଲେ। ସେଠାରେ ଶିକ୍ଷକମାନଙ୍କୁ ଲେଶନ ପ୍ଲାନ ମାଗିଥିଲେ। ସହକାରୀ ଶିକ୍ଷକ ଶ୍ରେଣୀଗୃହରେ ଥିବାବେଳେ ଲେଶନ ପ୍ଲାନ ଦେଇ ପାରି ନ ଥିଲେ। ଫଳରେ ସଙ୍ଗେ ସଙ୍ଗେ ତାଙ୍କୁ ନିଲମ୍ବନ କରାଯାଇଥିଲା। ଏନେଇ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରୁ ପ୍ରଧାନ ଶିକ୍ଷକ ରମାକାନ୍ତ ମହାନ୍ତିଙ୍କ ନିକଟକୁ ଚିଠି ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri