ଶିକ୍ଷକଙ୍କ ମଦ୍ୟପାନ ଭିଡିଓ ଭାଇରାଲ ଘଟଣା:ବଦଳି ଦାବିରେ ବିଦ୍ୟାଳୟରେ ତାଲା

ବଇଣ୍ଡା,୨୭।୮(ଡି.ଏନ.ଏ.)

ଆଠମଲ୍ଲିକ ବ୍ଲକ କନ୍ତପଡ଼ା ପଞ୍ଚାୟତ ମଇମୁରା ସର୍କଲ ଅଧୀନ କେଞ୍ଚୁଆନାଳୀ ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷକ ମଦ୍ୟପାନ କରିଥିବା ଭିଡିଓ ଭାରରାଲ ଘଟଣା ପରେ ତାଙ୍କ ବଦଳି ଦାବିରେ ସୋମବାର ଗ୍ରାମବାସୀ ବିଦ୍ୟାଳୟ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଛନ୍ତି।
ଗ୍ରାମବାସୀ କହିଛନ୍ତି, ଶିକ୍ଷକ ଜଣକ ଶନିବାର ବିଦ୍ୟାଳୟ ପ୍ରକୋଷ୍ଠରେ ବସି ମଦ୍ୟପାନ କରୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଗ୍ରାମବାସୀ ରବିବାର ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଆଠମଲ୍ଲିକ ଶିକ୍ଷା ଅଧିକାରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ। ହେଲେ ଶିକ୍ଷା ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆ ନ ଯିବାରୁ ବିଦ୍ୟାଳୟ ଫାଟକରେ ତାଲା ପକାଇ ଆନ୍ଦୋଳନ କରାଯାଇଥିଲା। ଏଥିଯୋଗୁ ଛାତ୍ରୀଛାତ୍ରଙ୍କ ପାଠପଢା ଠପ୍‌ ହୋଇଯାଇଥିଲା। ଅନ୍ୟପକ୍ଷରେ ଶିକ୍ଷା ବିଭାଗର କୌଣସି ପଦାଧିକାରୀ ଘଟଣାସ୍ଥଳରେ ପହଞ୍ଚି ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ତୁରନ୍ତ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ଅନିର୍ଦ୍ଦିଷ୍ଟ ପାଇଁ ତାଲା ପକାଇ ଆନ୍ଦୋଳନ କରାଯିବ ବୋଲି ଗ୍ରାମ ଶିକ୍ଷା କମିଟି ସଭାପତି ଗୁରୁଚରଣ ପ୍ରଧାନ, ବାବାଜୀ ବେହେରା, ସତ୍ୟ ପ୍ରକାଶ ସାହୁ, ସୁମନ୍ତ ଦେହୁରି, ପ୍ରଶାନ୍ତ ଦେହୁରି ପ୍ରମୁଖ ଚେତାବନୀ ଦେଇଛନ୍ତି। ଏ ନେଇ ଆଠମଲ୍ଲିକ ବ୍ଲକ ଶିକ୍ଷା ଅଧିକାରୀ ଦାୟିତ୍ୱରେ ଥିବା ପ୍ରଦୀପ କୁମାର ରଥ କହିଛନ୍ତି, ଘଟଣାର ତଦନ୍ତ କରାଯାଇ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପରିବା ବଜାରରେ ବିବାହିତା ମହିଳାଙ୍କ ମୃତଦେହ, ଟ୍ରଲି ବ୍ୟାଗ….

ପାଟନା,୧।୨: ରବିବାର ରୋହତାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଦେହରି ନଗର ପୋଲିସ ଷ୍ଟେସନ ଅଞ୍ଚଳ ଅନ୍ତର୍ଗତ ପନିପରିବା ବଜାର…

ପୂର୍ବତନ ଏମ୍‌ପି ସୁଶୀଳା ତିରିଆଙ୍କ ପରଲୋକ

ବାରିପଦା,୧।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜର ପୂର୍ବତନ ଏମ୍‌ପି ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସୁଶୀଳା ତିରିଆଙ୍କର ରବିବାର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଥିବା…

ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା

ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ…

ସାବିତ୍ରୀ ନାୟକଙ୍କ ପରଲୋକ, ଦୁଃଖପ୍ରକାଶ କଲେ ବଲାଙ୍ଗୀର ବିଧାୟକ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବର୍ଷୀୟାନ ଶିକ୍ଷାବିତ୍ ପ୍ରାଣବନ୍ଧୁ ନାୟକଙ୍କ ଧର୍ମପତ୍ନୀ ସାବିତ୍ରୀ ନାୟକ (୮୨ ) ଆଜି ପରଲୋକ ହୋଇଯାଇଛି । ସେ ଜଣେ ଧର୍ମପରାୟଣ ମହିଳା…

କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍…

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

କେନ୍ଦ୍ର ବଜେଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ଏହା ଐତିହାସିକ ବଜେଟ୍

ଭୁବନେଶ୍ବର, ୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆଜି ୨୦୨୬-୨୭ ବର୍ଷ ପାଇଁ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିଛନ୍ତି । ଏହା ଉପରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ…

ବଜେଟ ଉପରେ ଆଇନଜୀବୀଙ୍କ ପ୍ରତିକ୍ରିୟା, ଭାରତର କର୍ପୋରେଟ ପୁଞ୍ଜି…

ସୁନ୍ଦରଗଡ,୧।୨ (ଜୟ ନାରାୟଣ ମେଣ୍ଡୁଳି): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପନ କରିଛନ୍ତି । ଏହାପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଆଇନଜୀବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri