ଶିକ୍ଷକପଡ଼ାରେ ମାତିଲେ ଦୁର୍ବୃତ୍ତ : ଝରକା ଭାଙ୍ଗି ନେଇଗଲେ ଲକ୍ଷାଧିକ ଟଙ୍କାର ସୁନା ଗହଣା

ବଇଣ୍ଡା,୩୦।୮(ଡି.ଏନ.ଏ.)- କିଶୋରନଗର ବ୍ଲକ ହଣ୍ଡପା ଥାନା ନୁନୁକାପଶି ପଞ୍ଚାୟତ ଶିକ୍ଷକପଡ଼ାରେ ରହୁଥିବା ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଘରୁ ଗୁରୁବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ତାଙ୍କ ଝରକା ଗ୍ରୀଲ ତାଡି ଆଲମିରା ଭାଙ୍ଗି ୧୦ଟି ସୁନା ମୁଦି, ୧୦ ହଜାର ଟଙ୍କା ସହ ଆସବାବପତ୍ର ଚୋରି କରି ନେଇଯାଇଛନ୍ତି। ଏ ନେଇ ପ୍ରଭାତ ଶୁକ୍ରବାର ସକାଳେ ହଣ୍ଡପା ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ନଂ. ୧୪୭/୧୯ରେ ଏକ ମାମଲା ରୁଜୁ କରିଛି। ଖବରପାଇ ଆଠମଲ୍ଲିକ ଏସଡିପିଓ ସେକ ଅବଦୁଲ କରିମ, ହଣ୍ଡପା ଥାନା ସେକେଣ୍ଡ ଅଫିସର ସରୋଜ କୁମାର ଦାସ, ସନ୍ଧାନୀ କୁକୁର, ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ହେଲେ ଚୋରି କିମ୍ବା ଚୋରର କୌଣସି ସନ୍ଧାନ ପାଇପାରି ନାହାନ୍ତି। ପ୍ରଭାତ ଘରେ ନ ଥିବାବେଳେ ତାଙ୍କ ବଡ଼ ନାନି ଏକୁଟିଆ ଅନ୍ୟ ରୁମରେ ଶୋଇଥିଲେ। ପ୍ରଭାତଙ୍କ ଶୋଇବା ଘରେ ଦୁର୍ବୃତ୍ତମାନେ ପଶି ଲୁଟ କରିଥିବା ଅଭିଯୋଗପତ୍ରରେ ଦର୍ଶାଯାଇଛି। ଗତ ୨ ମାସ ତଳେ ଶିକ୍ଷକପଡ଼ାରୁ ଜଣେ ଅବସରପ୍ରାପ୍ତ ଅବକାରୀ ବିଭାଗ କର୍ମଚାରୀଙ୍କ ଘରୁ ତାଲା ଭାଙ୍ଗି ସୁନା ଗହଣା ଲୁଟ୍‌ ହୋଇଥିଲା। ବାରମ୍ବାର ବଇଣ୍ଡା ଅଞ୍ଚଳରେ ଚୋରି ବଢୁଥିବାବେଳେ ପୋଲିସର ରାତ୍ର ପାଟ୍ରୋଲିଂ ଠିକ ଭାବେ ହେଉ ନ ଥିବା ଯୋଗୁ ଚୋରି ବଢୁଥିବା ଶିକ୍ଷପଡ଼ାବାସୀ ଅଭିଯୋଗ କରିଛନ୍ତି। ତୁରନ୍ତ ରାତ୍ର ପାଟ୍ରୋଲିଂ କଡ଼ାକଡ଼ି କରିବା ସହ ବଇଣ୍ଡା ଫାଣ୍ଡିକୁ ଏକ ଜିପ ସହ ଆବଶ୍ୟକ କର୍ମଚାରୀ ଯୋଗାଇ ଦେବା ପାଇଁ ବଇଣ୍ଡା ଗ୍ରାମବାସୀ ଦାବି କରିଛନ୍ତି। (ଫଟୋ-)


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦିଲ୍ଲୀର ‘ମାଠିଆ ମଣିଷ’ ନଟରାଜନ- ଏଭଳି ସମ୍ବୋଧନ ଅଜବ ଲାଗୁଥିଲେ ବି ଏହା ପଛରେ ରହିଛି ଏକ ବାସ୍ତବ କାହାଣୀ। ନଟରାଜନ ଦିଲ୍ଲୀର ଲୋକଙ୍କୁ ଥଣ୍ଡା ମାଠିଆ…

ପୁଞ୍ଜି ବଜାରରେ ଅବିଶ୍ୱାସ

ଞ୍ଜି ବଜାର ଏକ ଦେଶର ଅର୍ଥନୀତିର ଦର୍ପଣ ସଦୃଶ। ଏହା କେବଳ ଶେୟାର ଓ ଅନ୍ୟାନ୍ୟ ଆର୍ଥିକ ସମ୍ପତ୍ତିର କାରବାର ସ୍ଥଳ ନୁହେଁ, ବରଂ ଏହା ସଞ୍ଚୟ…

ସତ୍ୟର ପ୍ରୟୋଗ ବନାମ କାଳର ପ୍ରଭାବ

ବଡ଼ ବଡ଼ ମାଛ ଛୋଟ ଛୋଟ ମାଛକୁ ଖାଇ ସଫା କରିଦେଲା ପରି ବଡ଼ ବଡ଼ ଖବର ଦାଉରେ ଆଜିକାଲି ଛୋଟ ଛୋଟ ଖବର ଆଖିରେ ପଡ଼ୁନାହାନ୍ତି।…

ଇସ୍ତଫା ଦେବେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨ା୬: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ପଦରୁ କିର୍‌ ଷ୍ଟାର୍ମର ଇସ୍ତଫା ଦେବାକୁ ଯାଉଥିବା ରବିବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି। ଆଣ୍ଡି ବର୍ନହାମ୍‌ଙ୍କୁ ନୂଆ ପ୍ରଧାନମନ୍ତ୍ରୀ ଭାବେ…

ଜାଣନ୍ତି କି କାହିଁକି ଖରାପ ହୁଏ କିଡ୍‌ନୀ?

କିଡ୍‌ନୀ ଏପରି ଏକ ଅଙ୍ଗ ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ଶତାଂଶ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ…

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି…

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri