ଶିକ୍ଷକମାନେ ସାଧନା କରନ୍ତୁ: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୨୪ା୧୨(ବ୍ୟୁରୋ): ବକ୍ସି ଜଗବନ୍ଧୁ ଇଂଲିଶ୍‌ ମିଡିୟମ ସ୍କୁଲର ବାର୍ଷିକ ଉତ୍ସବ ଡ୍ରିମ୍‌ସ୍କେପ୍‌-୨୦୧୯ ସୋମବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଯୋଗଦେଇ ଉତ୍ସବକୁ ଉଦ୍‌ଘାଟନ କରି କହିଥିଲେ, ମଣିଷର ମୂଲ୍ୟ ବଢ଼ି ବଢ଼ି ଯାଉଛି, କିନ୍ତୁ ମୂଲ୍ୟବୋଧ କମି କମି ଯାଉଛି। ଶିକ୍ଷକ, ଛାତ୍ରୀଛାତ୍ର ଓ ଅଭିଭାବକ ଅଙ୍ଗାଙ୍ଗୀ ଭାବେ ଜଡ଼ିତ ହେବା ଉଚିତ। ତେବେ ଯାଇ ଶିକ୍ଷା ବ୍ୟବସ୍ଥାରେ ପରିବର୍ତ୍ତନ ଆସିବ। ଶିକ୍ଷକମାନଙ୍କୁ ପିଲାଙ୍କ ମା’ ଓ ବାପା ବୋଲି ବିବେଚନା କରି ପ୍ରଥମେ ସାଧନା କରିବାକୁ ପଡ଼ିବ। ସେହି ସାଧନା ସଫଳ ହେଲେ ସେମାନେ ଶିକ୍ଷକତାର ସମ୍ପୂର୍ଣ୍ଣ ପାହାଚ ଅତିକ୍ରମ କରିବାକୁ ସମର୍ଥ ହେବେ। ଅଭିଭାବକଙ୍କ ଉଦ୍ଦେଶ୍ୟରେ ମନ୍ତ୍ରୀ ସାହୁ କହିଥିଲେ ଯେ, ପିଲାମାନଙ୍କ ମଧ୍ୟରେ ମୂଲ୍ୟବୋଧର ଅବକ୍ଷୟ ଏବଂ ଭାବର ଅଭାବବୋଧକୁ ଲକ୍ଷ୍ୟ କରି ଅଭିଭାବକମାନେ ଶିଶୁ ସହ ଶିଶୁ ହୋଇ ସରଳତା, ସତ୍ୟତା, ନିର୍ଭୀକତା, ସଚ୍ଚୋଟତା, ସ୍ନେହ ମମତାକୁ ଆଦରିଲେ ପିଲାମାନେ ମଣିଷ ପରି ମଣିଷ ହୋଇପାରିବେ।
ବିଦ୍ୟାଳୟ ପରିଚାଳନା କମିଟି ଚେୟାରମ୍ୟାନ୍‌ ରଘୁନାଥ ମିଶ୍ର ଯୋଗଦେଇ ପିଲାଙ୍କ ଭିତରେ ଥିବା ଅନ୍ତର୍ନିହିତ ଗୁଣାବଳୀର ବିକାଶ ତଥା ସାମାଜିକ କ୍ଷେତ୍ରରେ ଦାୟିତ୍ୱବୋଧ ସୃଷ୍ଟି ନିମନ୍ତେ ପିଲାଙ୍କ ମନରେ ଏପରି କାର୍ଯ୍ୟକ୍ରମର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ମତ ଦେଇଥିଲେ। ବିଦ୍ୟାଳୟ ପରିଚାଳନା କମିଟି ମ୍ୟାନେଜର ପ୍ରତାପ କୁମାର ଜେନା ସ୍ବାଗତ ଭାଷଣ ପ୍ରଦାନ କରିବା ସହ ଅଭିଭାବକତ୍ୱ ଓ ଶିକ୍ଷା-ଶିକ୍ଷକ-ଶିକ୍ଷାୟତନ ଉପରେ ଗୁରୁତ୍ୱରୋପ କରିଥିଲେ। ଏହି ଅବସରରେ ବିଦ୍ୟାଳୟ ପରିଚାଳନା କମିଟି ଆଡିସିନାଲ୍‌ ମ୍ୟାନେଜର୍‌ ଚିତ୍ତରଞ୍ଜନ ବୈରିଶାଲ୍‌, କମିଟି ସଦସ୍ୟମାନେ, ପର୍ଯ୍ୟବେକ୍ଷକ ଶିବାନୀ ପଟ୍ଟନାୟକ, ବରଦା ପ୍ରସାଦ ପାଇକରାୟ ପ୍ରମୁଖ ଉପସ୍ଥିତ ଥିଲେ। ବିଦ୍ୟାଳୟର ଅଧ୍ୟକ୍ଷା ସନ୍ଧ୍ୟା ଜେନା ବିଦ୍ୟାଳୟ ତଥା ପିଲାମାନଙ୍କ କୃତିତ୍ୱ ଓ ଅବଦାନ ଉତ୍କୃଷ୍ଟତାକୁ ଉପସ୍ଥାପନ ପୂର୍ବକ ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିଲେ। କାର୍ଯ୍ୟକ୍ରମରେ ବିଦ୍ୟାଳୟର କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ବିଦ୍ୟାଳୟର ଉପଧ୍ୟକ୍ଷା ପଲ୍ଲବୀ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଶେଷରେ ପିଲାଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ, ଓଡ଼ିଶୀ, ଗୀତିନାଟ୍ୟ, ଆଧୁନିକ ନୃତ୍ୟ, ନାଟକ ଆଦି ପରିବେଷିତ ହୋଇଥିଲା। ଏହି ଉତ୍ସବ ଦୁଇଦିନ ଧରି ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri