ଶିକ୍ଷକ ଓ କର୍ମଚାରୀଙ୍କ ପକ୍ଷରୁ ସହାୟତା

ବାଲେଶ୍ୱର ଅଫିସ, ୧୦।୫-ସମଗ୍ର ବିଶ୍ୱ ଏବେ ମହାମାରୀ କରୋନା କବଳରେ। ଏହାଯୋଗୁ ଅନେକ ଜୀବନ ଗଲାଣି ଓ ଅନେକ ଆକ୍ରାନ୍ତ ହେଲେଣି। ଆର୍ଥିକ ଓ ସାମାଜିକ ଜୀବନ ଦୋହଲି ଗଲାଣି। ଏଭଳି ବିପତ୍ତି ସମୟରେ ସରକାର, ପ୍ରଶାସନ, ଡାକ୍ତର, ପୋଲିସ, ନର୍ସ, ଖବରଦାତା, ଆଶା ଓ ଅଙ୍ଗନୱାଡ଼ି କର୍ମୀମାନେ କରୋନାକୁ ହରାଇବା ପାଇଁ ଲାଗି ପଡ଼ିଛନ୍ତି। ଜନସାଧାରଣଙ୍କୁ ସଚେତନ କରାଇ କରୋନାକୁ ହଟାଇବା ପାଇଁ ସମସ୍ତେ ବଦ୍ଧପରିକର। ଶିକ୍ଷକମାନେ ମଧ୍ୟ ପଛରେ ନାହାନ୍ତି। ସେମାନେ କରୋନା ବିରୋଧରେ ଲଢ଼େଇରେ ନିଜକୁ ସାମିଲ କରିଛନ୍ତି। ବାଲେଶ୍ୱର ଜିଲାର ସମସ୍ତ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀମାନଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨ଲକ୍ଷ ୧୦୦ ଟଙ୍କା ଡ୍ରାଫ୍ଟ ଆକାରରେ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଜରିଆରେ ପ୍ରଦାନ କରିଛନ୍ତି। ଜିଲା ଶିକ୍ଷାଧିକାରୀ ପ୍ରମୋଦ କୁମାର ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ଶିକ୍ଷକ ଦୀପକ କୁମାର ଆଚାର୍ଯ୍ୟ, ବାଦଲ ଚନ୍ଦ୍ର ପାତ୍ର, ମନୋରଞ୍ଜନ ଦାସ, ରାଜେନ୍ଦୁ ବିକାଶ ପାତ୍ର, ଜଗବନ୍ଧୁ ପଣ୍ଡା, ଅଞ୍ଜନ ଚାନ୍ଦ, ମୂରଲୀମୋହନ ପ୍ରଧାନ, ଅଜିତ କୁମାର ମହାନ୍ତି, ନରେନ୍ଦ୍ର କୁମାର ଅଗସ୍ତି, ଲକ୍ଷ୍ମୀଧର ମୁଦୁଲୀ, ସନ୍ଦିପ ଖଟୁଆ, ଶିବଶଙ୍କର ମିଶ୍ର, ଉତ୍ତମ ଲେଙ୍କା ଓ ଅତନୁ ପ୍ରଧାନ ପ୍ରମୁଖ କାର୍ଯ୍ୟକ୍ରମରେ ସହାୟତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପେଲିସର ‘ଅପରେଶନ ଅନ୍ୱେଷଣ–୩’: ନିଖୋଜ ବ୍ୟକ୍ତିମାନଙ୍କୁ ବିଭିନ୍ନ ରାଜ୍ୟରୁ ….

ଛତ୍ରପୁର୨୫।୭(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ପେଲିସ ଜିଲାରେ ‘ଅପରେଶନ ଅନ୍ୱେଷଣ–୧’ ଓ ‘ଅପରେଶନ ଅନ୍ୱେଷଣ–୨’ର ବିପୁଳ ସଫଳତା ପରେ ଚଳିତ ମାସ ୧୮ ତାରିଖରୁ ୨୨ ତାରିଖ…

ହୃଦ୍‌ଘାତରେ ପ୍ରାଣ ହରାଇଲେ ବରିଷ୍ଠ ଶିକ୍ଷକ

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନାରାୟଣପୁର ପଞ୍ଚାୟତର ଶିରିପୁର ଗ୍ରାମର ବିଶିଷ୍ଟ ସମାଜସେବୀ ତଥା ଶିକ୍ଷକ ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ପରଲୋକରେ…

ସ୍ୱାଭିମାନ ଅଞ୍ଚଳ ଜଙ୍ଗଲରୁ ମାଓବାଦୀ ଡମ୍ପ ଜବତ

ମାଲକାନଗିରି,୨୫।୭ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳର ଘନବେଡାରେ ବିଏସ୍‌ଏଫ୍‌ ବାହିନୀ ଏକ ମାଓବାଦୀ ଡମ୍ପ ଜବତ କରିଛି। ପ୍ରାପ୍ତ ସୂଚନା ଅନୁଯାୟୀ, ବିଶେଷ…

ଦିଲ୍ଲୀ ଛାତ୍ର୍ର ଆନ୍ଦୋଳନକୁ ସମର୍ଥନ ଜଣାଇ ଗଣଧାରଣା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି…

ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର…

ଜୁଆଆଡ୍ଡାରେ ଚଢ଼ାଉ: ୫ ଜଣଙ୍କୁ ଗିରଫ କଲା ପୋଲିସ, ସୁଯୋଗ ନେଇ ଅନ୍ୟମାନେ…

ଦିଗପହଣ୍ଡି୨୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଟିମ୍‌ ପୋଡ଼ାମାରି ଗ୍ରାମ ନିକଟ ଏକ କୁକୁଡ଼ାଫାର୍ମରେ ଚାଲିଥିବା ଜୁଆଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ, ଏବେ ମିଳିଲା…

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଥିବା ଏକ ଅଭାବନୀୟ ଘଟଣା ମଧ୍ୟରେ ମାନବିକତା, ସାହସ ଓ କର୍ତ୍ତବ୍ୟନିଷ୍ଠାର ଏକ ଉଜ୍ଜ୍ୱଳ ଦୃଷ୍ଟାନ୍ତ ଉଦାହରଣ…

ଦିଗପହଣ୍ଡି ରେ ସନ୍ଥ ଅରକ୍ଷିତ ଦାସଙ୍କ ଜନ୍ମୋତ୍ସବ:  ପ୍ରତିମୂର୍ତ୍ତୀରେ …

ଦିଗପହଣ୍ଡି,୨୫|୭ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରେ ମହାପୁରୁଷ ସନ୍ଥ ଅରକ୍ଷିତ ଦାସ ଙ୍କ ପବିତ୍ର ଜନ୍ମତ୍ସୋବ ଶନିବାର ପାଳିତ ହୋଇଯାଇଛି। ଦିଗପହଣ୍ଡି ସହର…

ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି, କହିଲେ ମୋ’ ବିରୋଧରେ…

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ୨୨ରୁ ୨୧ ଜଣ ଓ୍ବାର୍ଡ ସଭ୍ୟା/ସଭ୍ୟ ଅନାସ୍ଥା ଆଣିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri