ଶିକ୍ଷକ ନିଯୁକ୍ତି ଦାବିରେ ଆନ୍ଦୋଳନ:ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ

ବନ୍ତଳା, ୧୪।୧(ଡି.ଏନ.ଏ.)

ଆବଶ୍ୟକ ଶିକ୍ଷକ ନିଯୁକ୍ତି ଦାବିରେ ଅନୁଗୋଳ ଜିଲା ବନ୍ତଳା ଥାନା ଗଡ଼ତରାସ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୋମବାର ତାଲା ପକାଇ ଆନ୍ଦୋଳନ କରାଯାଇଛି। ସରପଞ୍ଚ ପୁଷ୍ପାଞ୍ଜଳି ମାଝି, ସମିତି ସଭ୍ୟା କାମିନୀ ସାମଲ, ଗ୍ରାମ ସଭାପତି ସାବର୍ଣ୍ଣି ରାଉତ, ଶିକ୍ଷକ କମିଟି ସଭାପତି ସନ୍ତୋଷ କୁମାର ମାଝିଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ କରାଯାଇଥିଲା।
ଗ୍ରାମବାସୀ ଅଭିଯୋଗ କରିଛନ୍ତି ଯେ, ଏହି ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ୍‌ ୫୦୬ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ପ୍ରଥମରୁ ଅଷ୍ଟମ ଶ୍ରେଣୀରେ ୩୫୮ ଛାତ୍ରୀଛାତ୍ରଙ୍କ ପାଇଁ ୫ ଓ ନବମରୁ ଦଶମ ଶ୍ରେଣୀର ୧୪୮ ଛାତ୍ରୀଛାତ୍ରଙ୍କ ନିମନ୍ତେ ୫ଜଣ ଶିକ୍ଷକ ରହିଛନ୍ତି। ପିଲା ସଂଖ୍ୟା ଅନୁଯାୟୀ ଅଧିକ ସଂଖ୍ୟକ ଶିକ୍ଷକ ନିଯୁକ୍ତିର ଆବଶ୍ୟକତା ଥିବାବେଳେ ଏ ନେଇ ବହୁବାର ଜିଲାପାଳ, ଜିଲା ଶିକ୍ଷା ଅଧିକାରୀ, ବ୍ଲକ ଶିକ୍ଷା ଅଧିକାରୀ ଓ ଡିପିସିଙ୍କ ନିକଟରେ ଦାବି କରାଯାଇଛି। କିନ୍ତୁ କୌଣସି ପଦକ୍ଷେପ ନିଆଯାଇ ନାହିଁ। ତୁରନ୍ତ ଆବଶ୍ୟକ ୫ ଶିକ୍ଷକ ନିଯୁକ୍ତି କରା ନ ଗଲେ ଆନ୍ଦୋଳନ ଚାଲୁ ରହିବ ବୋଲି ଗ୍ରାମବାସୀ କହିଛନ୍ତି। ଅନ୍ୟପକ୍ଷରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ପଦୋନ୍ମତି ହୋଇ ଅନ୍ୟତ୍ର ବଦଳି ହୋଇଥିବା ଗ୍ରାମବାସୀ ଜାଣିବାକୁ ପାଇଛନ୍ତି। ତୁରନ୍ତ ସମସ୍ତ ଶିକ୍ଷକ ପଦବୀ ପୂରଣ କରିବା ପାଇଁ ଗ୍ରାମର ସୁବଳ ସାମଲ, ଅଭୟ ସାହୁ, ତ୍ରିନାଥ ମାଝି, ସର୍ବେଶ୍ୱର ନାଏକ, କାନ୍ଦିଆ ଜାନ୍‌, ମେଘନାଦ ପ୍ରଧାନ, ଗୀତା ପ୍ରଧାନ, ଯଶୋମନ୍ତି ପ୍ରଧାନ, ପରୀ ପ୍ରଧାନ, ଶରତ ସାମଲ, ରୀନା ସାହୁ, ସସ୍ମିତା ସାହୁ ପ୍ରମୁଖ ଦାବି କରିଛନ୍ତି। ଏ ସମ୍ପର୍କରେ ଜିଲା ଶିକ୍ଷାଧିକାରୀ ସଚ୍ଚିଦାନନ୍ଦ ବେହେରା କୁହନ୍ତି, ଜିଲାରେ ସମୁଦାୟ ୪୧୨ ଶିକ୍ଷୟିତ୍ରୀ ଓ ଶିକ୍ଷକ ପଦବୀ ଖାଲି ପଡ଼ିଛି। ବର୍ତ୍ତମାନ ସୁଦ୍ଧା ସରକାରଙ୍କ ପକ୍ଷରୁ କୌଣସି ଶିକ୍ଷକଙ୍କୁ ନିଯୁକ୍ତି କରାଯାଇ ନାହିଁ। ଅନ୍ୟପକ୍ଷରେ ଉକ୍ତ ବିଦ୍ୟାଳୟରେ ବ୍ଲକ ଶିକ୍ଷା ଅଧିକାରୀ ଜଣେ ଶିକ୍ଷକଙ୍କୁ ନିଯୁକ୍ତ କରିଛନ୍ତି। ସରକାର ଶିକ୍ଷକ ନିଯୁକ୍ତି କଲେ ଅଗ୍ରାଧିକାର ଭାବରେ ପ୍ରଥମେ ଗଡ଼ତରାସ ଉଚ୍ଚ ବିଦ୍ୟାଳୟ କଥା ବୁଝାଯିବ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ 

ସୁନ୍ଦରଗଡ/ କୁଆଁରମୁଣ୍ଡା,୨୧।୭(ଜୟ ନାରାୟଣ ମେଣ୍ଡୁଳି/ ମହେନ୍ଦ୍ର କୁମାର ସାହୁ ): ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ…

ରାସ୍ତାରେ ପଡ଼ିଲା ଗଛ: ରାଇକିଆ–କ. ନୂଆଗାଁ ରାସ୍ତାରେ ଦୁଇ ଘଣ୍ଟା ବସ୍ ଚଳାଚଳ ବନ୍ଦ

ରାଇକିଆ, ୨୧।୮ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ରାଇକିଆ–କ. ନୂଆଗାଁ ମୁଖ୍ୟ ରାସ୍ତାରେ ଏକ ବଡ଼ ଗଛ ପଡ଼ିଯିବା ଯୋଗୁ ପ୍ରାୟ ଦୁଇ ଘଣ୍ଟା ଧରି ବସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri