ଶିକ୍ଷକ ବଦଳିକୁ ନେଇ ଉତ୍ତେଜନା: ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

ଖୁଣ୍ଟା,୧୧ା୯(ଡି.ଏନ୍‌.ଏ.)- ଖୁଣ୍ଟା ବ୍ଲକ ଅଧୀନ ସୋନପୋଖରୀ ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷକଙ୍କ ବଦଳିକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି। ଏହାର ପ୍ରତିବାଦରେ ମଙ୍ଗଳବାର ଗ୍ରାମବାସୀମାନେ ବିଦ୍ୟାଳୟ ଫାଟକରେ ତାଲା ପକାଇ ଦେଇଥିଲେ।
ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ସେମାନେ ଏକ ମାସ ପୂର୍ବରୁ ଉକ୍ତ ବିଦ୍ୟାଳୟରେ କାର୍ଯ୍ୟରତ ଜଣେ ଶିକ୍ଷକଙ୍କୁ ବଦଳି କରିବା ପାଇଁ ବ୍ଲକ ଶିକ୍ଷାଧିକାରୀଙ୍କୁ ଲିଖିତ ଭାବେ ଜଣାଇଥିଲେ। ଏଥିନେଇ ବିଚାର କରିବେ ବୋଲି ଶିକ୍ଷାଧିକାରୀ କହିଥିଲେ। ମାତ୍ର ଅଭିଯୋଗ ହୋଇଥିବା ଶିକ୍ଷକଙ୍କୁ ବଦଳି କରା ନ ଯାଇ ଅନ୍ୟ ଜଣେ ଶିକ୍ଷକଙ୍କୁ ବଦଳି କରାଯାଇଥିଲା। ଏକଥା ଜାଣିବା ପରେ ଗ୍ରାମରେ ଅସନ୍ତୋଷ ପ୍ରକାଶ ପାଇଥିଲା। ମଙ୍ଗଳବାର ବିଦ୍ୟାଳୟ ଖୋଲିବା ସମୟରେ ଶତାଧିକ ଗ୍ରାମବାସୀ ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଦେଇଥିଲେ। ଫଳରେ ଶିକ୍ଷୟତ୍ରୀଶିକ୍ଷକଙ୍କ ସମେତ ଛାତ୍ରୀଛାତ୍ରମାନେ ବିଦ୍ୟାଳୟକୁ ଯାଇପାରି ନ ଥିଲେ। ଖବରପାଇ ଅତିରିକ୍ତ ଶିକ୍ଷାଧିକାରୀ(ଏବିଇଓ) ବୃନ୍ଦାବନ ମାର୍ଣ୍ଡି ବିଦ୍ୟାଳୟରେ ପହଞ୍ଚି ବୁଝାସୁଝା କରିଥିଲେ ମଧ୍ୟ ଗ୍ରାମବାସୀମାନେ ସେମାନଙ୍କ ଜିଦରେ ଅଟଳ ରହିଥିଲେ। ପରେ ଖୁଣ୍ଟା ବ୍ଲକ ଅଧକ୍ଷ ପୁଷ୍ପଲତା ମାର୍ଣ୍ଡି ଏହି ଘଟଣାରେ ହସ୍ତକ୍ଷେପ କରିବାରୁ ଏବିଇଓ ମାର୍ଣ୍ଡି ବଦଳି କରାଯାଇଥିବା ଶିକ୍ଷକଙ୍କ ବଦଳି ଆଦେଶ ରଦ୍ଦ କରାଯିବ ବୋଲି ଗ୍ରାମବାସୀଙ୍କୁ ଲିଖିତ ଦେବା ପରେ ଉତ୍ତେଜନା ସାମୟିକ ଭାବେ ହ୍ରାସ ପାଇଥିଲା। ତେବେ ଅଭିଯୋଗ କରାଯାଇଥିତ୍ବା ଶିକ୍ଷକଙ୍କୁ ବଦଳି କରା ନଗଲେ ଅଭିଭାବକମାନେ ସେମାନଙ୍କ ପିଲାଙ୍କ ଟିସି ନେଇଯିବେ ବୋଲି ଚେତାବନୀ ଦେଇଛନ୍ତି । ଅପରପକ୍ଷେ ବିଦ୍ୟାଳୟରେ ତାଲା ପଡିବା ଯୋଗୁ ମଧ୍ୟାହ୍ନଭୋଜନ ରୋଷେଇ ହୋଇ ନ ଥିଲା। ଛାତ୍ରଛାତ୍ରୀମାନଙ୍କୁ ଖାଇବା ପାଇଁ ମୁଢି ଦିଆଯାଇଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ

ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…

ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ

ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ…

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

ପାଟଣା ବ୍ଲକ୍‌ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ

ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍‌ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri