ଶିକ୍ଷକ ବଦଳି ପ୍ରତିବାଦରେ ବିଦ୍ୟାଳୟରେ ତାଲା

ଖଇରା, ୧୨।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସାଦିକପୁର ୟୁଜିୟୁପି ସ୍କୁଲର ବିଜ୍ଞାନ ଶିକ୍ଷକଙ୍କୁ ବଦଳି ପ୍ରତିବାଦରେ ଗୁରୁବାର ଗ୍ରାମବାସୀ ବିଦ୍ୟାଳୟରେ ତାଲା ପକାଇ ବିରୋଧ କରିଛନ୍ତି ା ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ଶିକ୍ଷା ବିଭାଗ ଓ ଗ୍ରାମବାସୀଙ୍କ ମଧ୍ୟରେ ସମାଧାନର ବାଟ ଫିଟି ନ ଥିବାରୁ ବିବାଦ ଜଟିଳ ରୂପ ଧାରଣ କରିଛି।
ଖଇରା ବ୍ଲକ କୁରୁଣ୍ଟା ପଞ୍ଚାୟତ ମିରିପୁର ଖଇରା ପ୍ରାଥମିକ ବିଦ୍ୟାଳୟରେ ମାତ୍ର ଜଣେ ଶିକ୍ଷକ ଥିବା କାରଣରୁ ଗ୍ରାମବାସୀ ମଙ୍ଗଳବାର ଅନୁଷ୍ଠିତ ଜନଶୁଣାଣି ଶିବିରରେ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ତଥା ଜିଲା ଓ ବ୍ଲକ ଶିକ୍ଷାଧିକାରୀଙ୍କୁ ଲିଖିତ ଭାବେ ଜଣାଇଥିଲେ। ମିରିପୁର ଖଇରାରେ ଅଚଳାବସ୍ଥା ସୁଧାରିବାକୁ ବ୍ଲକ ଶିକ୍ଷାଧିକାରୀ ଅଧିକ ଶିକ୍ଷକ ଥିବା ସାଦିକପୁର ସ୍କୁଲର ବିଜ୍ଞାନ ଶିକ୍ଷକ ହେମନ୍ତ ଦାସଙ୍କୁ ବୁଧବାର ବଦଳି କରିଥିଲେ ା ଗ୍ରାମବାସୀ ଓ ଅଭିଭାବକଙ୍କ ସହ କୌଣସି ଆଲୋଚନା ନ କରି ଶିକ୍ଷାଧିକାରୀ ଯେଉଁଭଳି ଭାବେ ଶିକ୍ଷକଙ୍କୁ ବଦଳି କଲେ ତାହାର ପ୍ରତିବାଦରେ ଗ୍ରାମବାସୀ ବିଦ୍ୟାଳୟ ବନ୍ଦ କରିଛନ୍ତି ବୋଲି ପରିଚାଳନା କମିଟି ସଭାପତି ବନମାଳୀ ପୃଷ୍ଟି, ଗ୍ରାମବାସୀ ଅତୁଲ୍ୟ ନାୟକ, ସରକାର ମହାନ୍ତି, ମନେରଞ୍ଜନ ବେହେରା, ଡମ୍ବରୁଧର ଦାସ, ଅନ୍ନପୂର୍ଣ୍ଣା ପରିଡା ପ୍ରମୁଖ କହିଛନ୍ତି। ସାଦିକପୁର ବିଦ୍ୟାଳୟରେ ୮୦ଜଣ ପିଲାଙ୍କୁ ୬ଜଣ ଶିକ୍ଷକ ଥିବା ବେଳେ ଜଣେ ଶିକ୍ଷକଙ୍କ ବଦଳିରେ ତାଲା ବନ୍ଦ କରି ନିଜର ପିଲାମାନଙ୍କ ପାଠପଢାରେ ବ୍ୟାଘାତ ସୃଷ୍ଟି କରିବା ଅନୁଚିତ ବୋଲି ବ୍ଲକ ଶିକ୍ଷାଧିକାରୀ ଧରଣୀଧର ପାତ୍ର କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri