ଶିକ୍ଷକ ବଦଳି ବିରୋଧରେ ଅଭିଭାବକଙ୍କ ଧାରଣା

ରୂପ୍‌ସା, ୯।୧୨(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ହଳଦୀପଦାସ୍ଥିତ ଜନାର୍ଦ୍ଦନ ସରକାରୀ ଉପ୍ରା ବିଦ୍ୟାଳୟରେ ୧ମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ୨୭୭ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଶିକ୍ଷା ବିଭାଗର ନିୟମ ଅନୁଯାୟୀ ୩୦ଜଣ ଛାତ୍ରୀଛାତ୍ରଙ୍କ ଲାଗି ଜଣେ ଲେଖାଏ ଶିକ୍ଷକ ହିସାବରେ ଏଠାରେ ୯ଜଣ ଶିକ୍ଷକ ରହିବା କଥା। ମାତ୍ର ଏବେ ୬ଜଣ ଶିକ୍ଷୟିତ୍ରୀ, ଶିକ୍ଷକ ରହିଛନ୍ତି। ଏମାନଙ୍କ ମଧ୍ୟରୁ ବିଜ୍ଞାନଶିକ୍ଷକଙ୍କୁ ବଦଳି କରାଯାଉଥିବା ଜାଣି ଅଭିଭାବକମାନେ ଏହାକୁ ବିରୋଧ କରୁଛନ୍ତି। ତାଙ୍କ ସ୍ଥାନରେ ଅନ୍ୟ କାହାକୁ ନିଯୁକ୍ତି ଦେବା ପ୍ରସଙ୍ଗ ଉଠାଯାଉ ନ ଥିବାରୁ ଏଭଳି ବଦଳି ନ କରିବାକୁ ଦାବି କରି ସ୍କୁଲ ମ୍ୟାନେଜମେଣ୍ଟ କମିଟି (ଏସଏମସି)ର ସଭ୍ୟାସଭ୍ୟ ସୋମବାର ସ୍କୁଲ ଫାଟକ ଆଗରେ ଧାରଣା ଦେଇଥିଲେ। କମିଟିର ସଭାପତି କାର୍ତ୍ତିକ ସାହୁ, ସଭ୍ୟା ଆରତୀ ଜେନା, କମଳିନୀ ମହାପାତ୍ର, ସରସ୍ବତୀ ରଣା, ସଭ୍ୟ ଲକ୍ଷ୍ମୀକାନ୍ତ ସାହୁ, ପରେଶ ପାଣିଗ୍ରାହୀ, ଗଣେଶ ଚନ୍ଦ୍ର ଜେନା ଓ ସେକ ମୀନାର ପ୍ରମୁଖ ଏହି ଧାରଣା ଆନ୍ଦୋଳନରେ ସାମିଲ ହୋଇଥିଲେ। ଉଲ୍ଲେଖନୀୟ ଯେ, ସ୍କୁଲର ବିଜ୍ଞାନଶିକ୍ଷକଙ୍କୁ ଅନ୍ୟତ୍ର ବଦଳି କରିବା ପାଇଁ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ଏକ ପ୍ରସ୍ତାବ ଆଗତ ହୋଇଛି। ଏ ସମ୍ପର୍କରେ ଏସଏମସି କର୍ମକର୍ତ୍ତା ଓ ଅଭିଭାବକମାନେ ଜାଣିବା ପରେ ଶିକ୍ଷକ ବଦଳିକୁ ବାତିଲ୍‌ କରା ନ ଗଲେ ଅଭିଭାବକ ଓ ଛାତ୍ରୀଛାତ୍ର ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣାରେ ବସି ରହିବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri