ଶିକ୍ଷାନୀତିର ପରିବର୍ତ୍ତନ ଜରୁରୀ: ଅନନ୍ତ

ଭୋଗରାଇ, ୫।୮(ଡି.ଏନ.ଏ.)- ଶିକ୍ଷାନୀତିର ପରିବର୍ତ୍ତନ କରାଯାଇ ସାରାଦେଶରେ ଏକକ ପରୀକ୍ଷା କରାଯିବା ଜରୁରୀ ହୋଇପଡ଼ିଛି। ପ୍ରଚଳିତ ଶିକ୍ଷା ବ୍ୟବସ୍ଥାରେ ପ୍ରାଥମିକ ସ୍ତରରେ ଛାତ୍ରୀଛାତ୍ରଙ୍କ ଗୁଣାତ୍ମକ ଶିକ୍ଷା ଦିଆଯାଇ ପାରୁ ନାହିଁ । ଅନେକ ଛାତ୍ରୀଛାତ୍ର ବିଷୟବସ୍ତୁକୁ କେବଳ ମୁଖସ୍ତ କରି ପାଠ ପଢୁଛନ୍ତି। ଫଳରେ ହାଇସ୍କୁଲ ପାସ କରିଥିବା କିମ୍ବା କଲେଜରେ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ର ଶୁଦ୍ଧ ଭାବେ ଓଡ଼ିଆରେ ଦରଖାସ୍ତ ଲେଖିପାରୁନାହାନ୍ତି । ମାତୃଭାଷାରେ ଶିକ୍ଷାଦାନ ପ୍ରତି ଗୁରୁତ୍ୱ ଦିଆଯାଉଥିବା ବେଳେ ଏଭଳି ଘଟଣା ଭାଷା ଓ ଜାତି ପ୍ରତି ଲଜ୍ଜାଜନକ ବୋଲି ବାଲେଶ୍ୱର ଜିଲା ଭୋଗରାଇ ମହିଳା ମହାବିଦ୍ୟାଳୟର ୨୭ତମ ସ୍ବନକ୍ଷତ୍ର ଦିବସ ଓ ପ୍ରବେଶ ଉତ୍ସବରେ ପୂର୍ବତନ ଉଚ୍ଚଶିକ୍ଷା ମନ୍ତ୍ରୀ ତଥା ବିଧାୟକ ଅନନ୍ତ ଦାସ ମୁଖ୍ୟଅତିଥି ଭାବେ ଯୋଗଦେଇ ମତ ପ୍ରକାଶ କରିଛନ୍ତି।
ଶିକ୍ଷାବିତ୍‌ ପଙ୍କଜାକ୍ଷ ପଣ୍ଡାଙ୍କ ପୌରୋହତ୍ୟରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଆହୁରି କହିଥିଲେ, ଶିକ୍ଷକ ଓ ଛାତ୍ରୀଛାତ୍ର ଶିକ୍ଷାର ମାନ ବୃଦ୍ଧି ଲାଗି ପ୍ରଚେଷ୍ଟା କରିବା ଦରକାର। ଏହାଦ୍ୱାରା ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଆସିପାରିବ। ଉତ୍ସବରେ ପୂର୍ବତନ ଜିଲାପରିଷଦ ସଦସ୍ୟ ହେମନ୍ତ ବେହେରା ମୁଖ୍ୟବକ୍ତା ଭାବେ ଯୋଗ ଦେଇ ବକ୍ତବ୍ୟ ରଖିଥିଲେ। ସମ୍ମାନନୀୟ ଅତିଥି ଭାବେ ଅଧ୍ୟାପକ ରାମଚନ୍ଦ୍ର ଭଞ୍ଜ, ରାଜୀବ ଲୋଚନ ପରିଡ଼ା, ଶିକ୍ଷାବିତ୍‌ ଲୋକନାଥ ପାଣିଗ୍ରାହୀ, ସରପଞ୍ଚ ପ୍ରବୀର କୁମାର ଗିରି, ସମିତିସଦସ୍ୟ ସୁନୀଲ କର, ଅଧ୍ୟକ୍ଷା କଳ୍ପନାରାଣୀ ଭଞ୍ଜ ପ୍ରମୁଖ ଭାଷଣ ଦେଇ ଛାତ୍ରୀଛାତ୍ର ଏକାଗ୍ରତା ରଖି ଜିଜ୍ଞାସାବୋଧର ସହ ଅଧ୍ୟୟନ କଲେ ଶିକ୍ଷାନୁଷ୍ଠାନ ସମେତ ଅଞ୍ଚଳର ଗୌରବ ବଢାଇ ପାରିବେ କହିଥିଲେ। ଏହି ଅବସରରେ ମୁଖ୍ୟଅତିଥି କଲେଜର ପ୍ରତିଷ୍ଠା ଓ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଶିକ୍ଷାବିତ୍‌ ବିଜୟ କୁମାର ସିଂହଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ସମସ୍ତ ଅଧ୍ୟାପିକା, ଅଧ୍ୟାପକ, କର୍ମଚାରୀ, ପରିଚାଳନା କମିଟି ସଦସ୍ୟ ଓ ଛାତ୍ରୀ ଉପସ୍ଥିତ ଥିଲେ। ଅଧ୍ୟାପକ ବିମଳ କୁମାର ନନ୍ଦୀ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri