Posted inଭଦ୍ରକ

ଶିକ୍ଷାନୁଷ୍ଠାନ ମିଶ୍ରଣକୁ ବିରୋଧ

ଆରଡ଼ି, ୨୭।୭ (ଡି.ଏନ.ଏ.) – ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମଠଡିହ କ୍ଲଷ୍ଟର ଅଧୀନ ଚମ୍ପାସାହି ପ୍ରାଥମିକ ବିଦ୍ୟାଳୟ ଅନ୍ୟତ୍ର ମିଶ୍ରଣକୁ ବିରୋଧ କରାଯାଇଛି। ଏହାର ପ୍ରତିବାଦରେ ଶୁକ୍ରବାର ଗ୍ରାମବାସୀ ବିଦ୍ୟାଳୟକୁ ଯାଇ ତାଲା ପକାଇ ଦେଇଛନ୍ତି। ନିୟମାନୁସାରେ ଏହି ବିଦ୍ୟାଳୟରେ ଆବଶ୍ୟକ ଛାତ୍ରୀଛାତ୍ର ଥିବା ସତ୍ତ୍ୱେ ଏହାକୁ ଉପେକ୍ଷା କରି ୧ କି.ମି. ଦୂରରେ ଥିବା ପାରଡିଆ ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣ କରାଯାଉଥିବା ଅଭିଯୋଗ ହୋଇଛି। ଗଁା ଲୋକେ ବିଦ୍ୟାଳୟରେ ତାଲା ପକାଇବା ସହ କାର୍ଯ୍ୟରତ ୨ ଶିକ୍ଷକଙ୍କୁ ପାରଡିଆ ପ୍ରାଥମିକ ବିଦ୍ୟାଳୟକୁ ଛାଡ଼ି ନ ଥିଲେ। ପ୍ରଶାସନ ଓ ଶିକ୍ଷା ବିଭାଗ ଏ ନେଇ ପୁନର୍ବିଚାର ନ କଲେ ଆଗାମୀ ଦିନରେ ସମୂହ ଗ୍ରାମବାସୀ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।
ସୂଚନା ଅନୁସାରେ, ଗତବର୍ଷ ମଧ୍ୟ ବିଦ୍ୟାଳୟରେ ଆଶାନୁରୂପକ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ନ ଥିବା ଦର୍ଶାଇ ଏହି ପ୍ରକ୍ରିୟା ଜାରି ରଖିଥିଲା ଶିକ୍ଷା ବିଭାଗ। ସେତେବେଳେ ଗଁା ଲୋକେ ଏହି ନିଷ୍ପତ୍ତିକୁ ବିରୋଧ କରିବା ସହ ସ୍ଥାନୀୟ ବିଧାୟକଙ୍କୁ ଭେଟିବା ପରେ ସମସ୍ୟାର ସମାଧାନ ହୋଇଥିଲା। ଉକ୍ତ ବିଦ୍ୟାଳୟରେ ଅଧ୍ୟୟନ ନିମନ୍ତେ ବ୍ଲକ ଶିକ୍ଷାଧିକାରୀଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ବିଦ୍ୟାଳୟର ସମସ୍ତ ରେକର୍ଡପତ୍ର କାର୍ଯ୍ୟ ପାରଡିଆ ପ୍ରାଥମିକ ବିଦ୍ୟାଳୟରେ ଚାଲିଥିବା ବେଳେ ଶିକ୍ଷାଦାନ ଓ ମଧ୍ୟାହ୍ନଭୋଜନ ପୂର୍ବପରି ଚମ୍ପାସାହି ପ୍ରାଥମିକ ବିଦ୍ୟାଳୟରେ ଚାଲିଥିଲା। ଏବେ ପୁଣି ବ୍ଲକ ଶିକ୍ଷାଧିକାରୀଙ୍କ ନିର୍ଦେଶ କ୍ରମେ ଚମ୍ପାସାହି ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଛାତ୍ରୀଛାତ୍ରଙ୍କୁ ସାଥୀରେ ଧରି ପାରଡିଆ ସ୍କୁଲକୁ ଯାଉଥିବା ଖବର ପାଇ ଅଭିଭାବକ ଓ ଗ୍ରାମବାସୀ ପହଞ୍ଚି ବିରୋଧ କରି ବିଦ୍ୟାଳୟରେ ତାଲା ପକାଇ ଦେଇଥିଲେ। ଏ ସମ୍ପର୍କରେ ବ୍ଲକ ଶିକ୍ଷାଧିକାରୀ ପ୍ରଣୟ ନାୟକଙ୍କୁ ପଚାରିବାରୁ କହିଛନ୍ତି, ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଚମ୍ପାସାହି ବିଦ୍ୟାଳୟକୁ ପାରଡିଆ ପ୍ରାଥମିକ ବିଦ୍ୟାଳୟ ସହ ମିଶ୍ରଣ କରାଯାଇଛି। ତାହାସହ ଛାତ୍ରୀଛାତ୍ରଙ୍କ ସୁରକ୍ଷିତ ଯାତାୟାତ ସକାଶେ ବାର୍ଷିକ ଅନୁଦାନ ଅଭିଭାବକମାନଙ୍କୁ ପ୍ରଦାନ କରାଯିବାର ବ୍ୟବସ୍ଥା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri