ଶିକ୍ଷାନୁଷ୍ଠାନ ଶିକ୍ଷାର୍ଥୀଙ୍କ ସାଧନାର ତପୋବନ: ରାଜ୍ୟପାଳ

ନିରାକାରପୁର,୧୫ା୧(ଡି.ଏନ୍‌.ଏ.): ନିଜ ଦୀପ୍ତି ଓ ପ୍ରତିଭାକୁ ଚିହ୍ନିବାର ଅବକାଶ ଦେଇଥାଏ ଶିକ୍ଷାନୁଷ୍ଠାନ ଏବଂ ଏହି ଶିକ୍ଷାନୁଷ୍ଠାନ ହିଁ ଶିକ୍ଷାର୍ଥୀଙ୍କ ସାଧନାର ତପୋବନ। ଖୋର୍ଦ୍ଧା ଜିଲା ନିରାକାରପୁରସ୍ଥିତ କ୍ଷେତ୍ରବାସୀ ଡିଏଭି ମହାବିଦ୍ୟାଳୟ ହୀରକ ଜୟନ୍ତୀ ଉତ୍ସବ ଉଦ୍‌ଘାଟନ କରି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏହି ମତପ୍ରକାଶ କରିଛନ୍ତି। ସର୍ବପୁରାତନ ସରକାରୀ ଅନୁଦାନପ୍ରାପ୍ତ ଶିକ୍ଷା ଅନୁଷ୍ଠାନ ଭାବେ ଏହି ମହାବିଦ୍ୟାଳୟ ତା’ର ଛଅ ଦଶନ୍ଧିର ସୁଦୀର୍ଘ ଯାତ୍ରାରେ ଏକ କୀର୍ତ୍ତିମାନ ସ୍ଥାପନ କରିଥିବା ଉଲ୍ଲେଖ କରି ଏହାର ସ୍ଥାୟୀ ଜମିପଟ୍ଟା ପ୍ରାପ୍ତି ପାଇଁ ଫଳପ୍ରଦ ହେବ ବୋଲି ଆଶା ବ୍ୟକ୍ତ କରିଥିଲେ ରାଜ୍ୟପାଳ ଓ ଅନ୍ୟ ଅତିଥିମାନେ ା ସମ୍ମାନିତ ଅତିଥି ଭାବେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ, ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ର ନାଥ ମିତ୍ର ଯୋଗଦେଇ ମହାବିଦ୍ୟାଳୟ ସମସ୍ୟା ସମାଧାନ ଦିଗରେ ସହାୟତା କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫେସର ଅଶୋକ ବଳବନ୍ତରାୟଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସଭାରେ ପୂର୍ବତନ ଛାତ୍ରସଂସଦ ସଭାପତି ଡ. ରବି ନାରାୟଣ ରଥ ସ୍ବାଗତ ଭାଷଣ ରଖିଥିବା ବେଳେ ସମ୍ପାଦକ ବିଜୟ କୁମାର ପାଲଟାସିଂହ ବିବରଣୀ ପାଠ କରିଥିଲେ। ଏହି ଅବସରରେ ମଞ୍ଚରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷଙ୍କୁ ମୁଖ୍ୟଅତିଥି ସମ୍ବର୍ଦ୍ଧିତ କରିଥିଲେ। ଅଧ୍ୟାପକ ଡ. ମୃତ୍ୟୁଞ୍ଜୟ ରଥ ମଞ୍ଚ ପରିଚାଳନା କରିଥିଲେ। ପ୍ରାରମ୍ଭରେ କଲେଜ ପରିସରରେ ଥିବା ପ୍ରାଣ ପ୍ରତିଷ୍ଠାତାଙ୍କ ପ୍ରତିମୂର୍ତ୍ତିରେ ରାଜ୍ୟପାଳ ପୁଷ୍ପମାଲ୍ୟ ଅର୍ପଣ କରି ଜୁବିଲି ହଲର ଶୁଭ ଉଦ୍‌ଘାଟନ କରିଥିଲେ। ଶେଷରେ ଉକ୍ତ ଅନୁଷ୍ଠାନର ପୁରାତନ ଛାତ୍ର ତଥା କଣ୍ଠଶିଳ୍ପୀ ଓ ସାଇ ଡ୍ୟାନ୍ସ ଗ୍ରୁପର କଳାକାରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ା ଏହି କାର୍ଯ୍ୟକ୍ରମରେ ବହୁ ପୁରାତନ ଛାତ୍ର ଯୋଗଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଷ୍ଟିକ ବ୍ୟବହାରକୁ ନା: ଦାରିଙ୍ଗବାଡିକୁ ସବୁଜ ସୁନ୍ଦର କରିବାକୁ ଅଣ୍ଟା ଭିଡ଼ିଲା ପ୍ରଶାସନ

ଦାରିଙ୍ଗବାଡ଼ି,୨୧।୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପ୍ରଶାସନ ପକ୍ଷରୁ ପ୍ଲାଷ୍ଟିକ ବ୍ୟବହାରକୁ ନା କହିବା ଓ ହୋଟେଲ ରେଷ୍ଟୁରାଣ୍ଟରେ ପ୍ଲାଷ୍ଟିକ ବଦଳରେ ଶିଆଳି ଖଲିପତ୍ର ବ୍ୟବହାର…

ବସରେ ଚାଲାଣ ହେଉଥିଲା ଦେଶୀ ମଦ: ରହସ୍ୟ ଖୋଲିଦେଲା ନାବାଳକଙ୍କ ବ୍ୟାଗ୍‌

ଉଦଳା,୨୧।୩(ସନ୍ତୋଷ କୁମାର ବାଛିନୀ): ଦାମିକା ବ୍ୟାଗ ଆଉ ବ୍ୟାଗ ଉପରେ ଚିହ୍ନିବା ପାଇଁ ଦିଆଯାଇଛି କୋର୍ଡ। ଆଉ ସେହି ବ୍ୟାଗ ଭିତରେ ରଖାଯାଇଛି ଦେଶୀ ମଦ। ତାହା…

ଶାରିରୀକ ସମ୍ପର୍କ ରଖିବାକୁ ମନାକଲେ ଯୁମନା: ପ୍ରେମିକ-ମା’ ମିଶି କଲେ ଏମିତି କାମ

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅଧୀନ ଲଛମନଖୁଣ୍ଟା ଅଞ୍ଚଳରେ ଗତ ୧୭ ତାରିଖରେ ଘଟିଥିବା ମହିଳାଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାଶ୍‌ ହୋଇଛି। ଶାରୀରିକ ସମ୍ପର୍କ…

ଅଧରାତିରେ ପ୍ରଧାନ ଶିକ୍ଷୟିତ୍ରୀ-ରାତ୍ର ଜଗୁଆଳିଙ୍କୁ ହାଣିଲେ ଦୁର୍ବୃତ୍ତ:କ୍ଲିନିକ୍‌ ଯାଉଥିବାବେଳେ…

ବାରିପଦା,୨୧।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଳମା ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ବୁତ୍ତଙ୍କ ମରଣାନ୍ତ୍ରକ ଆକ୍ରମଣରେ ଜଣେ ମୃତ୍ୟୁବରଣ କରିଥିବାବେଳେ ଜଣେ…

ଚଳନ୍ତା ବସରେ ଲାଗିଲା ନିଆଁ: ଯାତ୍ରା କରୁଥିଲେ ବିଧାୟକ, ଆଉ ତା’ପରେ…

ପଟ୍ଟାଙ୍ଗି,୨୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡିଶାକୁ ଲାଗି ରହିଥିବା ଆନ୍ଧ୍ର ରାଜ୍ୟର ବିଜୟନଗରମ ଜିଲା ଅଧିନସ୍ଥ ରାମ୍ପଦ୍ରପୁରମ ନିକଟସ୍ଥ ତାରାପୁରମ ଗ୍ରାମ ନିକଟରେ…

ଫ୍ଲାଏ ଓଭର ବ୍ରିଜ ତଳେ ହୁତୁ ହୁତୁ ହୋଇ ଜଳୁଛି ନିଆଁ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଲାଇଫ ଲାଇନ ବୋଲାଉଥିବା ତଥା ୩୨୬ ନଂ ଜାତୀୟ ରାଜପଥରେ ରହିଥିବା ଏକ ମାତ୍ର ଫ୍ଲାଏ ଓଭର ବ୍ରିଜ ତଳେ…

ବସୁଧା ଯୋଜନା ଅପହଞ୍ଚ: ପିଇବା ପାଣି ପାଇଁ ସଂଘର୍ଷ କରୁଛନ୍ତି ଗ୍ରାମବାସୀ

ଦାରିଙ୍ଗବାଡ଼ି ୨୧।୩ ( ଅରୁଣ ସାହୁ ) କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ସିର୍କାବର୍ଗ ପଞ୍ଚାୟତର ବାଞ୍ଜାମାହା ଗାଁ ନାହୁଡ଼ିମାହା ସାହି ଏବଂ ପାଙ୍ଗାମାହାରେ ଜଳ…

ବ୍ଲକ୍‌ କାର୍ଯ୍ୟାଳୟ ପ୍ରବେଶ ପଥ ବିପଦସଙ୍କୁଳ: ଆଖି ବୁଜି ଦେଇଛି ପ୍ରଶାସନ

ଥୁଆମୂଳ ରାମପୁର, ୨୧।୩ (ଦୁର୍ଗା କୀର୍ତ୍ତୀ):ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ବିପଦସଙ୍କୁଳ ହୋଇପଡ଼ିଛି। କାର୍ଯ୍ୟାଳୟ ସମ୍ମୁଖ ଡ୍ରେନ୍‌ ଉପରେ ପଡ଼ିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri