ଶିକ୍ଷା ଅବ୍ୟବସ୍ଥାକୁ ନେଇ ଉଦ୍‌ବେଗ

ବାରିପଦା ଅଫିସ,୮।୧: ମୟୂରଭଞ୍ଜ ଜିଲା ବାରିପଦା ମୁର୍ଗାବାଡ଼ିସ୍ଥିତ ପ୍ରୟାସ ସମ୍ମିଳନୀ କକ୍ଷରେ ଜିଲା ପରିଷଦର ୪ର୍ଥ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ପରିଷଦ ଅଧ୍ୟକ୍ଷା ଭାରତୀ ହଁାସଦାଙ୍କ ଅଧ୍ୟକ୍ଷତାରେ ୨୬ ବ୍ଲକ୍‌ରୁ ୫୬ଟି ଜିଲାପରିଷଦ ସଦସ୍ୟା ସଦସ୍ୟ, ୨୬ ପଞ୍ଚାୟତ ସମିତି ଅଧ୍ୟକ୍ଷା ଅଧ୍ୟକ୍ଷ ଓ ବିଭିନ୍ନ ସରକାରୀ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଶିକ୍ଷା, ସ୍ବାସ୍ଥ୍ୟ, ଜଳସେଚନ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ, ଜିଲା ମଙ୍ଗଳ, ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ଓ ଜନକଲ୍ୟାଣ କାର୍ଯ୍ୟର ଅଗ୍ରଗତି ଓ ସ୍ଥିତି ସମ୍ପର୍କରେ ଆଲୋଚନା କରିଥିଲେ।
ପ୍ରାରମ୍ଭରେ ଦିବଙ୍ଗତ ପ୍ରାକ୍ତନ ମନ୍ତ୍ରୀ ଗୋଲକ ନାଏକଙ୍କ ସ୍ମୃତିରେ ଏକ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ଶିକ୍ଷା ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ଜିଲା ପରିଷଦର ସଦସ୍ୟମାନେ ଗୃହରେ ଉଦ୍‌ବେଗ ପ୍ରକାଶ କରିଥିଲେ। ଜିଲାରେ ୪ ହଜାର ୫ଶହ ସ୍କୁଲ ମଧ୍ୟରୁ କିଛି ସ୍ଥାନରେ ଶିକ୍ଷକ ଅଭାବକୁ ନେଇ ପାଠପଢ଼ା ବାଧାପ୍ରାପ୍ତ ହୋଇଛି। ଦୁଇ ମାସ ପରେ ବାର୍ଷିକ ପରୀକ୍ଷାଥିବା ବେଳେ ଛାତ୍ରୀଛାତ୍ରମାନେ ଶିକ୍ଷା ନପାଇ କିପରି ପରୀକ୍ଷା ଦେବେ ବୋଲି ପ୍ରଶ୍ନ ଉଠାଇଥିଲେ। ସେହିପରି ଜିଲାରେ ଥିବା ୬୩୦ ହାଇସ୍କୁଲ ମଧ୍ୟରୁ ୪୯୦ଟି ବିଦ୍ୟାଳୟ ୫-ଟି ଅଧୀନକୁ ଆସିଥିବା ବେଳେ ନିମ୍ନମାନର କାର୍ଯ୍ୟ ପାଇଁ ତାହା ଭୂଶୁଡ଼ି ପଡୁଥିବାର ଅଭିଯୋଗ କରିଥିଲେ। ବିଭାଗୀୟ ଅଧିକାରୀମାନେ କ୍ଷେତ୍ର ପରିଦର୍ଶନ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାରେ ୫-ଟି ଯୋଜନାରେ ‘ଆମ ହସ୍ପିଟାଲ’ ଭାବେ ରୂପାନ୍ତରିତ ହେବ ବୋଲି ସୂଚନା ପ୍ରଦାନ କରିଛନ୍ତି। ୭ଫେବୃଆରୀରୁ ୧୦ପର୍ଯ୍ୟନ୍ତ ମେଗା କୃଷି ମେଳା ଆୟୋଜନ କରାଯାଉଛି। ସେହିପରି ମିଲେଟ୍‌ ମିଶନରେ ଜିଲାର ୧୨ଟି ବ୍ଲକ୍‌ରେ ଏହା କାର୍ଯ୍ୟକାରୀ ନେଇ ସୂଚନା ପ୍ରଦାନ କରାଯାଇଥିଲା। ବୈଠକରେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତିର ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ, ରାଜ୍ୟସଭା ସଦସ୍ୟା ମମତା ମହାନ୍ତ, ପ୍ରାକ୍ତନ ମନ୍ତ୍ରୀ ସୁଦାମ ମାରାଣ୍ଡି, ବିଧାୟକ ରାଜ କିଶୋର ଦାସ, ବିଧାୟକ ସନାତନ ବିଜୁଳି, ବିଧାୟକ ପ୍ରକାଶ ସୋରେନ, ବିଧାୟକ ଡା.ବୁଢ଼ାନ ମୁର୍ମୁ, ଜିଲାପରିଷଦ ଉପାଧ୍ୟକ୍ଷ ବିପିନ ସିଂବଦ୍ରା, ଜିଲାପାଳ ବିନୀତ ଭରଦ୍ୱାଜ, ପିଡି ଡିଆରଡିଏ ଦୌଲତ ଚନ୍ଦ୍ରକାର ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri