ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନି

ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ଶିକ୍ଷା ବ୍ୟବସ୍ଥାରେ କୌଣସି ସୁଧାର ଆସୁ ନ ଥିବା ଅଭିଯୋଗ ହୋଇଛି। ଅଭିଭାବକମାନେ ସେମାନଙ୍କ ପିଲାମାନଙ୍କୁ ଶିକ୍ଷା ଗ୍ରହଣ ନିମନ୍ତେ ସରକାରୀ ବିଦ୍ୟାଳୟକୁ ପଠାଉଥିବା ବେଳେ ସେଠାରେ ନାନା ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଉପଯୁକ୍ତ ଶିକ୍ଷା ବଦଳରେ ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କୁ କେଉଁଠି ଖଟାଉଛନ୍ତି ତ ଆଉ କେଉଁଠି ଅକଥନୀୟ ଦଣ୍ଡ ଦେଉଛନ୍ତି। ଏ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଜିଲା ଶିକ୍ଷା ବିଭାଗ ସଂପୃକ୍ତ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହାନ୍ତି। ଅଧିକାଂଶ ସମୟରେ ଗଣଶିକ୍ଷା ବିଭାଗ ଉପରେ ଦାୟିତ୍ୱ ଲଦି ବିଭାଗୀୟ ଅଧିକାରୀମାନେ ଖସିଯାଉଛନ୍ତି। କାଦୁଅକୁ ଯିବି କାହିଁକି, ଗୋଡ଼ ଧୋଇବି କାହିଁକି ନ୍ୟାୟ ଆପଣାଇ ନେଇଛି ଜିଲା ଶିକ୍ଷା କାର୍ଯ୍ୟାଳୟ। ଫଳରେ ଶିକ୍ଷକମାନେ ବିଦ୍ୟାଳୟରେ ସେମାନଙ୍କ ମନମୁଖି କାର୍ଯ୍ୟ କରୁଛନ୍ତି। କିଛିଦିନ ତଳେ ବାରିପଦା ସହରର ଏକ ସ୍କୁଲରେ ଜଣେ ପ୍ରଧାନ ଶିକ୍ଷୟିତ୍ରୀ କେତେଜଣ ଛାତ୍ରକୁ ଆଣ୍ଠେଇଥିବା ଭିଡିଓ ଭାଇରାଲ୍‌ ହୋଇଥିଲା। ଏ ନେଇ ଥାନାରେ ମଧ୍ୟ ଅଭିଯୋଗ ହୋଇଥିଲା। ହେଲେ ଶିକ୍ଷା ବିଭାଗ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ବଦଳରେ ଗଣଶିକ୍ଷା ବିଭାଗକୁ ରିପୋର୍ଟ ଦେଇ ଚୁପ୍‌ ହୋଇ ବସିଥିଲା। ପ୍ରାୟ ୨ ମାସ ତଳେ କୁଳିଅଣା ଅଞ୍ଚଳର ଏକ ସ୍କୁଲର ଜଣେ ଶିକ୍ଷକ ଛାତ୍ରମାନଙ୍କୁ ଜଙ୍ଗଲକୁ କାଠ ସଂଗ୍ରହ ପାଇଁ ପଠାଇଥିଲେ। ଏ ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ବଦଳରେ ଏବେ ବିଭାଗ ଚୁପ୍‌ ବସିଛି। ସେହିଭଳି ଅନ୍ୟ ଏକ ବିଦ୍ୟାଳୟର ଛାତ୍ରମାନେ ଜଣେ ଶିକ୍ଷକଙ୍କ ଦେହରେ ତେଲ ମାଲିସ କରୁଥିବା ଭିଡିଓ ଭାଇରାଲ୍‌ ହୋଇଥିଲା। ତାଙ୍କ ବିରୋଧରେ ବି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନି। କରୋନା କଟକଣା ଯୋଗୁ ଏବେ ସମସ୍ତ ବିଦ୍ୟାଳୟ ବନ୍ଦ ରହିଛି। ଏହି ପରିପ୍ରେକ୍ଷୀରେ ସମସ୍ତ ଛାତ୍ରଙ୍କୁ ସ୍କୁଲ କର୍ତ୍ତୃପକ୍ଷ ଘରେ ପହଞ୍ଚାଇବାର ବ୍ୟବସ୍ଥା କରିବା କଥା। ହେଲେ ରାସଗୋବିନ୍ଦପୁର ବ୍ଲକର ଜଣେ ପ୍ରଧାନ ଶିକ୍ଷକ ବେପରୁଆ ଭାବେ ସମସ୍ତ ଛାତ୍ରଙ୍କୁ ବସ୍‌ରେ ବସାଇ ଦେଇଥିଲେ। ବାରିପଦାରେ ପିଲାମାନେ ବାଟବଣା ହୋଇଯାଇଥିବା ବେଳେ କେତେଜଣ ବ୍ୟକ୍ତି ସେମାନଙ୍କୁ ଉଦ୍ଧାର କରି ପୋଲିସ ଜିମା ଦେଇଥିଲେ। ଏମିତି କେତେଜଣ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ଯୋଗୁ ଦିନକୁ ଦିନ ଅଭିଭାବକଙ୍କ ଭରସା ସରକାରୀ ସ୍କୁଲ ଉପରୁ ତୁଟିବାରେ ଲାଗିଛି। ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଅଭିଭାବକଙ୍କ ପାଖରେ ଅର୍ଥର ଅଭାବ ରହିଛି। ସେମାନେ ନିଜ ପିଲାମାନଙ୍କୁ ଘରୋଇ ଶିକ୍ଷାନୁଷ୍ଠାନକୁ ନ ପଠାଇ ସରକାରୀ ସ୍କୁଲରେ ପଢ଼ାଇ ଏଭଳି ହଇରାଣ ହେଉଥିବା ଅଭିଯୋଗ ହୋଇଛି। ଏ ଦିଗର ଜିଲା ଶିକ୍ଷା ବିଭାଗ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବୁଦ୍ଧିଜୀବୀମାନେ ଗୁରୁତ୍ୱାରୋପ କରିଛନ୍ତି ା

– ରଞ୍ଜନ କୁମାର ପ୍ରଧାନ


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri